Posted inଜାତୀୟ

ପୋଖରାନ୍‌ ପରୀକ୍ଷଣ ଥିଲା ଶ୍ରେଷ୍ଠ ଉପଲବ୍ଧି: ଏବେ କରୋନାକୁ ପରାସ୍ତ କରିବା ଲାଗି ଜ୍ଞାନକୌଶଳର ଉପଯୋଗ ଅପରିହାର୍ଯ୍ୟ, କହିଲେ ମୋଦି

ନୂଆଦିଲ୍ଲୀ,୧୧।୫: ଗତ ୨୨ ବର୍ଷ ତଳେ ୧୯୯୮ ମେ ୧୧ରେ ଭାରତ ରାଜସ୍ଥାନ ପୋଖରାନ୍‌ ଆର୍ମି ଟେଷ୍ଟ ରେଞ୍ଚ୍‌ରେ ଶକ୍ତି-୧ ଆଣବିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଥିଲା। ଏହା ଦେଶ ପାଇଁ ଏକ ଶ୍ରେଷ୍ଠ ଉପଲବ୍ଧି ଥିଲା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଟୁଇଟ୍‌ କରି ଜଣାଇଛନ୍ତି। ସେବେଠାରୁ ପ୍ରତିବର୍ଷ ମେ ୧୧କୁ ଦେଶବ୍ୟାପୀ ରାଷ୍ଟ୍ରୀୟ ପ୍ରାଦୌଗିକ ଦିବସ ଭାବେ ପାଳନ କରାଯାଉଛି। ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଏବଂ ଏରୋସ୍ପେସ୍‌ ଇଞ୍ଜିନିୟର ତଥା ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବଦୁଲ୍‌ କାଲାମଙ୍କ ଉଦ୍ୟମରେ ଭାରତ ରାଜସ୍ଥାନ ପୋଖରାନ୍‌ ଆର୍ମି ଟେଷ୍ଟ ରେଞ୍ଚ୍‌ରେ ଶକ୍ତି-୧ ଆଣବିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଥିଲା। ଏପରି କରି ଭାରତ ଆଣବିକ ଶକ୍ତି ସମ୍ପନ୍ନ ରାଷ୍ଟ୍ର ଭାବେ ପୃଥିବୀରେ ପରିଚିତି ହାସଲ କରିଥିଲା। ଏହାଦ୍ୱାରା ଭାରତ ଆଣବିକ ଶକ୍ତି କ୍ଷେତ୍ରରେ ଆମେରିକା, ରୁଷିଆ, ଫ୍ରାନ୍ସ, ବ୍ରିଟେନ୍‌ ଏବଂ ଚାଇନା ସମକ୍ଷକ ହୋଇପାରିଥିଲା। ବର୍ତ୍ତମାନ ଦେଶରେ ଦେଖାଦେଇଥିବା କୋଭିଡ୍‌-୧୯ ସଂକ୍ରମଣକୁ ପରାସ୍ତ କରିବା ଲାଗି ଉପଯୁକ୍ତ ଜ୍ଞାନକୌଶଳ ଆଧାରରେ ବୈଜ୍ଞାନିକ ପରୀକ୍ଷା ନିରୀକ୍ଷା ଜାରି ରଖିଛନ୍ତି। ଏହି ମହାମାରୀକୁ ରୋକିବା ଲାଗି ବିକଶିତ ଜ୍ଞାନକୌଶଳର ଉପଯୋଗ ଅପରିହାର୍ଯ୍ୟ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?