ପୋଖରୀ, ନାଳ ପାଣି ଭରସା

ପଦ୍ମପୁର, ୩୧।୮(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ସାନକୃଷ୍ଣପୁର ପଞ୍ଚାୟତ ତେନ୍ତୁଳି ଆଡିଆ ଗ୍ରାମ ଲୋକଙ୍କୁ ଏବେ ଭରସା ପୋଖରୀ ଓ ନାଳ ପାଣି।
୮ ମାସ ଧରି ଗଁାରେ ଥିବା ସରକାରୀ ନଳକୂପରୁ ଲୁଣାପାଣି ବାହାରୁଛି। ଫଳରେ ଏଠାରେ ବସବାସ କରୁଥିବା ୭୦୦ରୁ ଊର୍ଦ୍ଧ୍ୱ ଲୋକ ପାଣି ପାଇଁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗଁା ନିକଟରେ ଅନ୍ୟ କୌଣସି ନଳକୂପ ନ ଥିତ୍ବାରୁ ଲୋକେ ସ୍ଥାନୀୟ ଦୂଷିତ ପୋଖରୀ ଓ ନାଳ ପାଣି ଆଣି ଦୈନନ୍ଦିନ କାର୍ଯ୍ୟରେ ବ୍ୟବହାର କରୁଛନ୍ତି। ଏହାଦ୍ୱାରା ଗ୍ରାମର ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଝାଡ଼ାବାନ୍ତି ଓ ବିଭିନ୍ନ ଚର୍ମରୋଗର ଶିକାର ହୋଇଥିବା ନେଇ ଅଭିଯୋଗ ହେଉଛି।
ଏହି ଗଁାର କେତେକ ଲୋକଙ୍କ କହିବା ଅନୁସାରେ, ୨୦୦୫ ମସିହାରେ ଗ୍ରାମରେ ଉକ୍ତ ସରକାରୀ ନଳକୂପ ଖୋଳାଯାଇଥିଲା। ଗଁାର ସମସ୍ତ ଲୋକ ଏହି ନଳକୂପରୁ ପାଣି ନେଇ ବ୍ୟବହାର କରୁଥିଲେ। ମାତ୍ର ୮ ମାସ ତଳେ ନଳକୂପଟି ଖରାପ ହୋଇ ଲୁଣାପାଣି ବାହାରିଥିଲା। ଏ ନେଇ ଗ୍ରାମବାସୀ ଗତ ମାର୍ଚ୍ଚ ମାସରେ ବାସୁଦେବପୁର ବିଡିଓ, ଜନସ୍ବାସ୍ଥ୍ୟ ଓ ଜଳ ଯୋଗାଣ ଅଧିକାରୀଙ୍କୁ ଅଭିଯୋଗ ଜଣାଇଥିଲେ। ଅବସ୍ଥାର ଗୁରୁତ୍ୱ ଉପଲବ୍ଧି କରି ଜଳ ଯୋଗାଣ ବିଭାଗ ଟ୍ୟାଙ୍କର ଯୋଗେ ଦୁଇମାସ ପାନୀୟ ଜଳ ଯୋଗାଇ ଦେଇଥିଲେ। ହେଲେ ପରବର୍ତ୍ତୀ ପର୍ଯ୍ୟାୟରେ ଏହି ଜଳ ଯୋଗାଣ ବନ୍ଦ କରି ଦିଆଯାଇଥିଲା। ଏହାକୁ ନେଇ ଗ୍ରାମବାସୀ ବାସୁଦେବପୁରର ବିଧାୟକ, ବିଡିଓ, କନିଷ୍ଠ ଯନ୍ତ୍ରୀ ଓ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଜିଲାପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ଡାକ ଯୋଗେ ଅଭିଯୋଗ କରିଛନ୍ତି। ଏଥିପ୍ରତି ଦୃଷ୍ଟି ଦେଇ ଗ୍ରାମରେ ତୁରନ୍ତ ନଳକୂପ ଖୋଳାଯିବାକୁ ଅଜୟ ଜାନା, ପ୍ରଦୀପ ଜାନା, ଝାଡେଶ୍ୱର ମଣ୍ଡଳ, ବନମାଳି ବେହେରା ଓ ବୁଧିରାମ ବାରିକ ପ୍ରମୁଖ ଦାବି କରିଛନ୍ତି। ଏ ସମ୍ପର୍କରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର କନିଷ୍ଠ ଯନ୍ତ୍ରୀ ସୁବ୍ରତ କୁମାର ପାଢୀଙ୍କୁ ପଚାରିବାରୁ ସେ ଏ ନେଇ ବିଭାଗକୁ ଅବଗତ କରାଇଥିବା ବେଳେ ନଳକୂପ ନିର୍ମାଣ ଲାଗି ବ୍ୟୟ ଅଟକଳ ପଠାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ପରିବେଶର ସନ୍ତୁଳନ ରକ୍ଷା ନିହାତି ଆବଶ୍ୟକ: ଔଷଧୀୟ ଚାରା ରୋପଣ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୭ତମ ବନ ମହୋତ୍ସବ ସପ୍ତାହ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri