ଆର.ଉଦୟଗିରି,୩ା୬(ଡି.ଏନ.ଏ.)- ଗଜପତି ଜିଲା ନୂଆଗଡ ବ୍ଲକ ତାବରଡା ଗ୍ରାମ ପୋଖରୀରୁ ମଙ୍ଗଳବାର ସନ୍ଧ୍ୟାରେ ସାଙ୍ଗଙ୍କ ସହ ଗାଧୋଇ ଯାଇଥିବା ଜଣେ ନାବାଳକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ନିବେଶ ପ୍ରଧାନଙ୍କ ପୁଅ ସୁମନ ଓରଫ ଚିଣ୍ଟୁ (୧୪)। ଚିଣ୍ଟୁଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏନେଇ ଆର୍.ଉଦୟଗିରି ଥାନାରେ ନଂ.୮/୨୦ରେ ମାମଲା ରୁଜୁକରି ପୋଲିସ ତଦନ୍ତ ଚଳାଇଛି। ବୁଧବାର ସାଇଣ୍ଟିଫିକ୍ ଟିମ୍ ପହଞ୍ଚତ୍ ତଦନ୍ତ କରିଛି।
ଚିଣ୍ଟୁ ମଙ୍ଗଳବାର ମଧ୍ୟାହ୍ନରେ ଖାଇସାରି ୫ଜଣ ସାଙ୍ଗଙ୍କ ସହ ପୋଖରୀକୁ ଗାଧୋଇ ଯାଇଥିଲେ। ସନ୍ଧ୍ୟା ସୁଦ୍ଧା ନ ଫେରିବାରୁ ପରିବାର ଲୋକେ ସାଙ୍ଗମାନଙ୍କୁ ପଚାରିବାରୁ ସେ ବୁଡି ଯାଇଥିବା କହିଥିଲେ। ଅଗ୍ନିଶମ ବାହିନୀ ପହଞ୍ଚତ୍ ମୃତଦେହ ଉଦ୍ଧାର କରିଥିଲା। ମୁହଁରେ କ୍ଷତଚିହ୍ନ ଓ ଅଣ୍ଡକୋଷ ଫାଟି ଯାଇଥିବାରୁ ହତ୍ୟା କରାଯାଇଥିବା ମା’ ସୁନୀତା ସନ୍ଦେହ କରିଥିଲେ। ମାମୁ ତ୍ରିପ୍ତି ଲିମା ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା ରୁଜୁକରି ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ମେଡିକାଲ ପଠାଇଛି। ବ୍ୟବଛେଦ ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ଜଣାପଡିବ ବୋଲି ଥାନାଧିକାରୀ ମମତା ନାୟକ କହିଛନ୍ତି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...
ୟୁକ୍ରେନ୍ର ଡ୍ରୋନ୍ ଆକ୍ରମଣ: ଚାଲିଗଲା ୨୪ ଜୀବନ
କିଭ୍,୧ା୧ରୁଷିଆ ଅଧିକୃତ ଖେର୍ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍ର ଡ୍ରୋନ୍ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...
Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ
ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...
ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…
ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...
ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ
ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...
ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…
ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
Archives


