ପୋଖରୀରେ ବୁଡ଼ି ନାବାଳିକା ମୃତ

ମହାକାଳପଡ଼ା,୫।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସୁନୀତି ପଞ୍ଚାୟତର ସ୍ଥାନୀୟ ବେଣାକନ୍ଧା ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ଗାଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ିଯାଇ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ହେଲେ ଗ୍ରାମର ଉଦୟ ପ୍ରଧାନଙ୍କ ଝିଅ ଉମାରାଣୀ ପ୍ରଧାନ(୭)।

ପୂର୍ବାହ୍ନରେ ଉମାରାଣୀ ନିଜ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ସେଠାରେ ତାଙ୍କର ଗୋଡ଼ ଖସି ଯାଇଥିଲା। ତେବେ ପରିବାରଲୋକ ଖୋଜାଖୋଜି କରିବା ପରେ ନ ପାଇ ତାଙ୍କୁ ପୋଖରୀରେ ଖୋଜାଯାଇଥିଲା। ପରେ ତାଙ୍କୁ ଉଦ୍ଧାର କରାଯାଇଥିଲେ ସୁଦ୍ଧା ସେତେବେଳକୁ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ଖବରପାଇ ପୂର୍ବତନ ସରପଞ୍ଚ ମନୋଜ ପାତ୍ର ପହଞ୍ଚି ପରିବାରକୁ ସମବେଦନା ଜଣାଇଛନ୍ତି। ତନ୍ତିଆପାଳ ମେରାଇନ ଥାନାରେ ଲିଖିତ ଅଭିଯୋଗ ହୋଇଛି। ତଦନ୍ତ ପରେ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି

ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ମହାନଦୀରେ ଭାସୁଛନ୍ତି ମାଳମାଳ କୁମ୍ଭୀର: ସୋଲ ଭେଳାରେ ପାର ହୋଇ ମାଛ, କଙ୍କଡ଼ା ଧରି ପରିବାର ପୋଷଣ କରୁଛନ୍ତି ମହିଳା

ମହାକାଳପଡ଼ା,୨୬ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ନଦୀ ନାଳଘେରା ବତିଘର ଅଞ୍ଚଳ ମହାନଦୀ ଅବବାହିକା ଶାଖା ନାଳଗୁଡ଼ିକରେ କୁମ୍ଭୀର ମାଳ ମାଳ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri