ବାଲେଶ୍ୱର ଅଫିସ,୨୩।୫- ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ଗଣେଶ୍ୱରପୁର ଅଞ୍ଚଳର ଜଣେ ଯୁବକ ଶୁକ୍ରବାର ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ହେଲେ ନାମସ ଲେଙ୍କା। ପୂର୍ବାହ୍ନ ୧୧ଟା ସମୟରେ ନିକଟସ୍ଥ ଗ୍ରାମ ଅଚ୍ଚ୍ୟୁତପୁର ବାଲିଆ ପୋଖରୀକୁ ଗାଧୋଇବା ପାଇଁ ଦୁଇଜଣ ସାଙ୍ଗଙ୍କ ସହିତ ଯାଇଥିବା ବେଳେ କୌଣସି କାରଣରୁ ପୋଖରୀରେ ଗୋଡ଼ ଖସିଯିବାରୁ ସେ ବୁଡ଼ି ଯାଇଥିଲେ। ସାଙ୍ଗମାନଙ୍କ ନିକଟରୁ ଖବର ପାଇ ସ୍ଥାନୀୟ ଲୋକେ ରେମୁଣା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ସେମାନେ ଖୋଜି ବାହାର କରିବାରେ ବିଫଳ ହେବା ପରେ ଏନ୍ଡିଆର୍ଏଫ୍ ଟିମ୍ ଓ ଶିଳ୍ପାଞ୍ଚଳ ଥାନା ପୋଲିିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଅପରାହ୍ନ ୪ଟା ପରେ ମୃତଦେହ ଉଦ୍ଧାର କରାଯାଇଥିଲା। ଏନେଇ ଶିଳ୍ପାଞ୍ଚଳ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୮/୨୦) ରୁଜୁ ହୋଇଛି। ଜିଲା ଚିକିତ୍ସାଳୟକୁ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ଶିଳ୍ପାଞ୍ଚଳ ଥାନାଧିକାରୀ ପରେଶ ରାଉତ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ବାଲେଶ୍ୱର View All
ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ
ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…
ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା
ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…
ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…
ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…
ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ
ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…
ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…
୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ
ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…
କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ
ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…
ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …
ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…
Archives

