ପୋଖରୀରେ ବୁଡ଼ି ହାତୀ ଛୁଆ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ: ବଲଣ୍ଡା ଫରେଷ୍ଟ ଗାର୍ଡ ନିଲମ୍ବିତ, କୁଆଁରମୁଣ୍ଡା ରେଞ୍ଜର-ଫରେଷ୍ଟରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ସୁନ୍ଦରଗଡ଼/କୁଆଁରମୁଣ୍ଡା,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଉରକେଲା ବନଖଣ୍ଡ ଅନ୍ତର୍ଗତ କୁଆଁରମୁଣ୍ଡା ବନ ରେଞ୍ଜ ଅଞ୍ଚଳ ସାନଡୋଲାକୁଦର ଜଙ୍ଗଲରେ ଥିବା ପୋଖରୀରେ ବୁଡ଼ି ଛୁଆ ହାତୀ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଘଟଣାରେ ବଲଣ୍ଡା ଫରେଷ୍ଟ ଗାର୍ଡ ସଂଘମିତ୍ରା ମହାନ୍ତଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ସେହିଭଳି କୁଆଁରମୁଣ୍ଡା ଭାରପ୍ରାପ୍ତ ରେଞ୍ଜର ମନୋଜ ଟିଗ୍‌ଗା ଓ କଲୁଙ୍ଗା ଫରେଷ୍ଟର ବିନିତା ବାରୁଆଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଏନେଇ ରାଉରକେଲା ଡିଏଫ୍‌ଓ ସଞ୍ଜୟ କୁମାର ସ୍ବାଇଁ ଶନିବାର ସୂଚନା ଦେଇଛନ୍ତି।

ପ୍ରକାଶ ଯେ, ଗୁରୁବାର ରାତିରେ ରତୁକପେଡ଼ି ସଂରକ୍ଷିତ ଜଙ୍ଗଲର ସାନଡୋଲାକୁଦରେ ଥିବା ବନ ବିଭାଗ ନର୍ସରୀ ନିକଟସ୍ଥ ପୋଖରୀକୁ ଏକ ୭ଜଣିଆ ହାତିପଲ ପାଣି ପିଇବା ଲାଗି ଯାଇଥିଲେ। ହେଲେ କୌଣସି କାରଣରୁ ଉକ୍ତ ପଲରେ ଥିବା ହାତୀଛୁଆଟି ପୋଖରୀରୁ ବାହାରି ପାରି ନ ଥିଲା। ଏହା ଜାଣି ପାରି କୁଆଁରମୁଣ୍ଡା ବନ ରେଞ୍ଜ ହାତୀ ଘଉଡ଼ାଳିମାନେ ସେଠାରେ ପହଞ୍ଚି ହାତୀପଲଙ୍କ ଗତିବିଧି ଉପରେ ନଜର ରଖିଥିଲେ। ହେଲେ ହାତୀଛୁଆଟି ବୁଡ଼ି ଯାଇଥିବା ନେଇ ରାତିରେ ଜଣାପଡ଼ି ନ ଥିଳା। ଶୁକ୍ରବାର ଅପରାହ୍ନରେ ତାର ମୃତଦେହ ପାଣିରେ ଭାସୁଥିବା ଦେଖିବାକୁ ମିଳିଥିଲା। ଘଟଣାସ୍ଥଳରେ କୁଆଁରମୁଣ୍ଡା ବନ ରେଞ୍ଜ କର୍ମଚାରୀ ପହଞ୍ଚି ହାତୀକୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri