ପୋଲ,ଗାଡୱାଲ କାମକୁ  ଗ୍ରାମବାସୀଙ୍କ ବିରୋଧ

ଜୁନାଗଡ଼,୩୦।୪(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମାଲିଗୁଡା ପଞ୍ଚାୟତ ବୋଦେଲ ଗ୍ରାମରେ ନିର୍ମାଣଧୀନ ପୋଲ, ଗାଡ଼ୱାଲ ନିର୍ମାଣ କାମ ନିମ୍ନମାନରେ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବୋଦେଲ-ବଣିଜରାକୁ ସଂଯୋଗ କରିବା ପାଇଁ ନିକଟସ୍ଥ ନାଳ(ସର) ଉପରେ ଜୁନାଗଡ଼ ଗ୍ରାମ୍ୟଉନ୍ନୟନ ବିଭାଗ ଉପବିଭାଜନ ଜରିଆରେ ପୋଲ,ରାସ୍ତା ଓ ଗାଡୱାଲ ନିର୍ମାଣ କରାଯାଉଛି। ଏଥିପାଇଁ ପ୍ରାୟ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ବରାଦ କରାଯାଇଛି। ଟେଣ୍ଡର ପାଇଥିବା ଠିକାଦାର ଆଉ ଜଣେ ଠିକାଦାରଙ୍କୁ ସେହି କାମ ଦେଇଛନ୍ତି। ପୋଲ ନିର୍ମାଣ ପାଇଁ ବେଡ କଂକ୍ରିଟରେ ଠିକ ଭାବେ ମେଟାଲ, ସିମେଣ୍ଟ ଓ ବାଲି ମିଶ୍ରଣ ହୋଇ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସେହିପରି ଗାଡ଼ୱାଲ କାମ ମଧ୍ୟ ନିମ୍ନମାନର ହୋଇଛି। ଫଳରେ ଗାଡୱାଲର ତଳ ଭାଗରେ ଥିବା ସିମେଣ୍ଟ ଧସି ପଡିଥିବା ଦେଖିବାକୁ ମିଳିଛି। ଏଥିଯୋଗୁ ପୋଲ ଓ ଗାଡୱାଲର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କାମ ଚାଲିଥିବା ବେଳେ ବିଭାଗୀୟ ଅଧିକାରୀ ଉପସ୍ଥିତ ରହୁ ନ ଥିବାରୁ ନିମ୍ନମାନର କାମ ହେଉଥିବା ଅଭିଯୋଗ ହୋଇଛି। ଯେ କୌଣସି ସରକାରୀ ଉନ୍ନୟନ କାମ ଆରମ୍ଭ ପୂର୍ବରୁ ସୂଚନା ଫଳକ ଲଗାଯିବାର ନିୟମ ଥିଲେ ମଧ୍ୟ ସେଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି।
ଏ ନେଇ ବିଭାଗୀୟ ଯନ୍ତ୍ରୀ ଭଗବାନ ଗୌଡଙ୍କୁ ପଚାରିବାରୁ ଖାଲି ଗାଡୱାଲ କାମ ଖରାପ ହୋଇଛି ବୋଲି ଶୁଣୁଛି। ଯଦି ଖରାପ ହୋଇଛି ତାକୁ ଭଙ୍ଗାଯାଇ ନୂତନ କରାଯିବ । ସୂଚନାଫଳକ ଠିକାଦାର ତିଆରି କରିଛନ୍ତି, କିନ୍ତୁ ଲଗେଇ ନାହାନ୍ତି। ଆଜି ଲଗାଯିବ ବୋଲି ସେ କହିଥିଲେ। ଭବାନୀପାଟଣା ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀ ଯନ୍ତ୍ରୀ କାଳିପଦ ମହାକୁଡଙ୍କୁ ଏ ସଂକ୍ରାନ୍ତରେ ପଚାରିବାରୁ ଅଭିଯୋଗର ତଦନ୍ତ ହେ।ଯଦି ଅଭିଯୋଗ ସତ ହୋଇଥାଏ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଲିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri