ପୋଲିସ କର୍ମଚାରୀଙ୍କୁ ଠେଲାପେଲା ଘଟଣା: ଚାଳକ ଗିରଫ, କାର୍‌ ଜବତ

ଦାରିଙ୍ଗବାଡ଼ି,୩ା୧(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ କାର୍ଯ୍ୟରତ କନଷ୍ଟେବଳଙ୍କୁ ଠେଲାପେଲା ସହ ଦୁର୍ବ୍ୟବହାର ଅଭିଯୋଗରେ ପର୍ଯ୍ୟଟକଙ୍କୁ ନେଇ ଆସିଥିବା ଗାଡ଼ି ଚାଳକଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଜି.ଉଦୟଗିରି ଥାନା ଗ୍ରେସିଙ୍ଗିଆ ଗ୍ରାମର ସୌମ୍ୟରଞ୍ଜନ ନାୟକ ବୋଲି ଆଇଆଇସି କୌଶିକ ମାଝୀ କହିଛନ୍ତି। ଗାଡି (ନଂ.ଓଡି୧୨ଏ-୮୩୬୮)କୁ ପୋଲିସ ଜବତ କରିଛି। ସୂଚନା ପ୍ରକାରେ, ନୂଆବର୍ଷରେ ପର୍ଯ୍ୟଟକଙ୍କ ଭିଡକୁ ଦୃଷ୍ଟିରେ ରଖି ହିଲ୍‌ଭିୟୁ ଏବଂ ନେଚର ପାର୍କରେ ପୋଲିସ ଟ୍ରାଫିକ ନିୟନ୍ତ୍ରଣ କରୁଥିଲା। ଏହି ସମୟରେ ଉକ୍ତ କାର ଚାଳକ ସୌମ୍ୟରଞ୍ଜନଙ୍କୁ କନଷ୍ଟେବଳ ଦେବେନ୍ଦ୍ର ପ୍ରଧାନ ଟ୍ରାଫିକ ଜାମ୍‌ ନ କରିବାକୁ କହିଥିଲେ। ମାତ୍ର ସୌମ୍ୟରଞ୍ଜନ ଉତ୍ତ୍ୟକ୍ତ ହୋଇ କନଷ୍ଟେବଳଙ୍କୁ ଗାଳିଗୁଲଜ କରିବା ସହ ଧମକ ଦେଇଥିଲେ। ପାର୍କରେ କାର୍ଯ୍ୟରତ କର୍ମଚାରୀ ଏବଂ ଉପସ୍ଥିତ କେତେଜଣ ଲୋକ ପୋଲିସ ଅଧିକାରୀଙ୍କୁ ଖବର ଦେଇଥିଲେ। ଆଇଆଇସି ମାଝୀଙ୍କ ପହଞ୍ଚତ୍ବାବେଳକୁ ଗାଡିଟି ସେଠାରୁ ଚାଲିଯାଇଥିଲା। ପୋଲିସ ଫୋନ ଯୋଗେ ସିମନବାଡ଼ି ଗ୍ରାମବାସୀଙ୍କୁ ଜଣାଇଥିଲେ। ସେଠାରେ ଗ୍ରାମବାସୀ ଗାଡିଟିକୁ ଅଟକାଇଥିଲେ। ପୋଲିସ ପହଞ୍ଚତ୍ ଥାନାକୁ ଆଣି ନଂ.୧/୨୦ରେ ମାମଲା ରୁଜୁକରି ଗାଡ଼ି ଚାଳକଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri