ପୋଲିସ କ୍ୟାଣ୍ଟିନ୍‌ରେ ବଳାତ୍କାର ଶିକାର ମହିଳାଙ୍କ ମୃତ୍ୟୁ

ମାଲକାନଗିରି,୧୩ା୫(ଡି.ଏନ୍‌.ଏ.): ମାଲକାନଗିିରି ଜିଲା ସଦର ମହକୁମାସ୍ଥିତ ପୋଲିସ କ୍ୟାଣ୍ଟିିନ୍‌ରେ କାମ କରୁଥିବା ଜଣେ ଆଦିବାସୀ ମହିଳା ବଳାତ୍କାରର ଶିକାର ହୋଇଥିଲେ। ମଙ୍ଗଳବାର ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୁମୁର୍ଷୁ ଅବସ୍ଥାରେ ତାଙ୍କୁ ପ୍ରଥମେ ମାଲକାନଗିରି ଜିଲା ଚିକିତ୍ସାଳୟ ଓ ପରେ କୋରାପୁଟ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସୋମବାର ରାତିରେ ତାଙ୍କୁ ବ୍ରହ୍ମପୁର ନେଉଥିବା ବେଳେ ରାୟଗଡ଼ା ନିକଟରେ ତାଙ୍କର ମୃତ୍ୟୁ ଘଟିଛି। ଖବରରୁ ଜଣାପଡ଼ିଛି ମହିଳା ଜଣକ ପୋଲିସ କ୍ୟାଣ୍ଟିିନରେ ଦୀର୍ଘଦିନ ଧରି କାମ କରିଆସୁଥିଲେ। ଗତ ୭ରେ କ୍ୟାଣ୍ଟିନ ଦାୟିତ୍ୱରେ ଥିବା ପୋଲିସ କର୍ମଚାରୀ ମହିଳାଙ୍କ ଦେହ ଖରାପ ଥିବା ନେଇ ତାଙ୍କ ସ୍ବାମୀଙ୍କୁ ଖବର ଦେଇଥିଲେ। ପରେ ପୀଡ଼ିତାଙ୍କୁ ଚିିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ତ୍ରୀଙ୍କ ଶରୀରରେ କ୍ଷତ ଚିହ୍ନ ରହିଛି। ତାଙ୍କୁ ବଳାତ୍କାର କରାଯାଇଥିବା ସେ ଆଶଙ୍କା କରୁଛନ୍ତି। ଏନେଇ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିବା ଆଦର୍ଶ ଥାନା ଭାରପ୍ରାପ୍ତ ନିରୀକ୍ଷକ ରାମପ୍ରସାଦ ନାଗ କହିଛନ୍ତି। କୋରାପୁଟ ଡିଆଇଜି ସଫିନ୍‌ ଅହମ୍ମଦ ଏସମ୍ପର୍କରେ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ, ଅସୁସ୍ଥ ଅବସ୍ଥାରେ ସମ୍ପୃକ୍ତା ମହିଳାଙ୍କୁ ଘରୁ ଉଦ୍ଧାର କରାଯାଇଥିଲା। ପୋଲିସ ଘଟଣାକୁ ଗୁରୁତର ସହ ନେଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ତଥ୍ୟ ଜଣାପଡ଼ିବ। ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କ ସହ ଏକ ସ୍ବତନ୍ତ୍ର ଟିମ୍‌ ଘଟଣାର ତଦନ୍ତ କରୁଛନ୍ତି। ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅନ୍ୟପକ୍ଷରେ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) ଏହି ମାମଲାରେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ସହ ଜୁନ ୯ ତାରିଖ ସୁଦ୍ଧା ତଦନ୍ତ ରିପୋର୍ଟ ଦାଖଲ କରିବା ପାଇଁ ମାଲକାନଗିରି ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରିପୋର୍ଟ ଦାଖଲ ହେବା ପରେ ପରବର୍ତ୍ତୀ ଶୁଣାଣି ହେବ। ସାମାଜିକ କର୍ମୀ ନମ୍ରତା ଚଢା ଏହି ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

ମା’ ଶ୍ୟାମାକାଳୀ ମନ୍ଦିରରେ ହନୁମାନ ଜୟନ୍ତୀ: ଜୟ ଶ୍ରୀରାମ ଧ୍ୱନିରେ ଗୁଞ୍ଜରିତ ହେଲା ପରିବେଶ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ମା’ ଶ୍ୟାମାକାଳୀ ମନ୍ଦିର ପ୍ରାଙ୍ଗଣରେ ହନୁମାନ ଜୟନ୍ତୀ ଅବସରରେ ଏକ ଭବ୍ୟ ଓ ଆଧ୍ୟାତ୍ମିକ ମହାସମାରୋହର ଆୟୋଜନ କରାଯାଇଥିଲା। ଜୟ ଶ୍ରୀରାମ ଧ୍ୱନିରେ ପରିପୂର୍ଣ୍ଣ…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri