ପୋଲିସ ଗାଡ଼ିଧରି ଅଭିଯୁକ୍ତ ଫେରାର: ଏଏସ୍‌ଆଇ, ହାବିଲଦାର ନିଲମ୍ବିତ

ବାରିପଦା ଅଫିସ/ଉଦଳା,୧୧।୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ପୋଲିସ ହେପାଜତରୁ ଗୁରୁବାର ସନ୍ଧାରେ ଜଣେ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଏ ନେଇ କାର୍ଯ୍ୟରେ ଅବହେଳା ଦର୍ଶାଇ ଏଏସ୍‌ଆଇ ଏସ.ଏନ୍‌. ବାରିକ ଓ ହାବିଲଦାର ଡି. କେ. ଦାଶଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବିତ କରାଯାଇଛି।

ସୂଚନା ମୁତାବକ, ଗୁରୁବାର ସନ୍ଧ୍ୟାରେ ଶୁଳିଆପଦା ଥାନା ଅଧୀନ କୁଜିଡିହି ନିକଟରେ ଏକ ଦୁର୍ଘଟଣା ଘଟିଥିଲା। ଖବର ପାଇ ଏଏସ୍‌ଆଇ ବାରିକ ଓ ହାବିଲଦାର ଦାଶ ଘଟଣାସ୍ଥଳରେ ପହଞ୍ଚିଥିଲେ। ଦୁର୍ଘଟଣାରେ ଗୁରୁତର ହୋଇଥିବା ଜନୈକା ମହିଳାଙ୍କୁ ସେମାନେ ବାରିପଦା ମେଡିକାଲକୁ ପଠାଇବା ସହ ଦୁର୍ଘଟଣା ଘଟାଇଥିବା ପଶ୍ଚିମବଙ୍ଗ ମନୋହରପୁର ଅଞ୍ଚଳର ସଞ୍ଜିବ ଜେନାଙ୍କୁ ସ୍ଥାନୀୟ ଚିକିତ୍ସାଳୟକୁ ନେଇଥିଲେ। ମାତ୍ର ସେଠାରୁ ଜେନା ପୋଲିସ ଗାଡ଼ିଧରି ଫେରାର ହୋଇଯାଇଥିଲେ। ଏହି ଘଟଣାରେ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମଦାସ କାର୍ଯ୍ୟରେ ଅବହେଳା ଦର୍ଶାଇ ଦୁଇ ଜଣଙ୍କ ବିରୋଧରେ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ…

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା  ରହସ୍ୟଜନକ ଭାବେ ନିଖୋଜ …

ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ

ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri