ପୋଲିସ ଗାଡି ଦୁର୍ଘଟଣାଗ୍ରସ୍ତ: ୧୧ ଆହତ

ଖଇରା, ୧୩ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର-କୁପାରୀ ରାସ୍ତାର ଦାନ୍ତିଆ ଛକ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ପୋଲିସ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୧ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ଜଣ ପୋଲିସ କର୍ମଚାରୀ ଥିବା ବେଳେ ୨ଜଣ ସାଇକେଲ ଆରୋହୀ, ଅନ୍ୟ ୪ଜଣ ବରଯାତ୍ରୀ ଥିବା ଜଣାପଡିଛି। ଆହତଙ୍କ ମଧ୍ୟରେ ଖଇରା ଥାନା ଏସ୍‌ଆଇ ଶ୍ୟାମସୁନ୍ଦର ବିନ୍ଧାଣି ଓ ଗାଡି ଡ୍ରାଇଭର ଏସ.କେ. ରାଉତଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଚିକିତ୍ସା ପାଇଁ ପ୍ରଥମେ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରୁ ୨ ଗୁରୁତରଙ୍କୁ କଟକ ବଡ ମେଡିକାଲ ପଠାଇ ଦିଆଯାଇଛି। ଅନ୍ୟ ଆହତମାନେ ହେଲେ ବାସିପିଠା ଗ୍ରାମର ବିକାଶ ମହନ୍ତ, ଗୋବିନ୍ଦପୁର ଗ୍ରାମର କାହ୍ନୁଚରଣ ମୁଖୀ, ବବିଲତା ସିଂ, କୋଚିଆକୋଇଲିର ବରେନ୍ଦ୍ର ବାରିକ, ବାରିପଦାର ଦିପୁ ମହାନ୍ତି, ଗଳଗାଁର ରାକେଶ ମୁଖି ଏବଂ ଗୋବିନ୍ଦପୁର ଗ୍ରାମର ଚିତ୍ତରଞ୍ଜନ ମୁଖୀ।
ବୋଲେରୋରେ ଖଇରା ପୋଲିସ ଟିମ୍‌ ଗଣ୍ଡିବେଡରୁ ବାହୁଡା ଯାତ୍ରା ଡ୍ୟୁଟିସାରି ଫେରୁଥିବା ବେଳେ ଦାନ୍ତିଆ ଛକ ନିକଟରେ ୨ ସାଇକେଲ ଆରୋହୀକୁ ବଞ୍ଚାଇବାକୁ ଯାଇ ବିପରୀତ ଦିଗରୁ ବରଯାତ୍ରୀ ନେଇ ଆସୁଥିବା ଏକ ବୋଲେରୋ ସହ ଧକ୍କା ହୋଇଥିଲା। ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଖଇରା ଅଣାଯାଇଥିଲା। ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଆହତଙ୍କ ଚିକିତ୍ସା ସମ୍ପର୍କରେ ପଚାରି ବୁଝିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri