ପୋଲିସ ଡିଜି ଦେଲେ ଅନୁମୋଦନ: ପିଟିସିରେ ପ୍ରଶିକ୍ଷଣ ନେବେ ଅଫିସର

ଅନୁଗୋଳ ଅଫିସ, ୮।୯ – ଅନୁଗୋଳ ସ୍ଥିତ ପୋଲିସ ପ୍ରଶିକ୍ଷଣ କେନ୍ଦ୍ର(ପିଟିସି)ରେ ଦୀର୍ଘ ବର୍ଷ ପରେ ପୋଲିସ ଅଫିସରମାନେ ପ୍ରଶିକ୍ଷଣ ନେବେ। ଏ ନେଇ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ମୋହର ମାରିବା ପରେ ପିଟିସି ଚଳଚଞ୍ଚଳ ହୋଇପଡ଼ିଛି। ତେବେ ପିଟିସିରେ ପ୍ରଶିକ୍ଷଣ ନେଉଥିବା ୬୮୩ କନଷ୍ଟେବଳଙ୍କ ପାସିଂ ଆଉଟ ପରେଡ ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବା ପରେ ଅଫିସରମାନଙ୍କ ପ୍ରଶିକ୍ଷଣ ଆରମ୍ଭ ହେବ ବୋଲି ପିଟିସି ଅଧ୍ୟକ୍ଷ ତଥା ଡିଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ଅନୁଗୋଳ ପିଟିସିରେ ରାଜ୍ୟର ବିଭିନ୍ନ ଅଞ୍ଚଳର ୩୫୩ ଜଣ ସବ୍‌ଇନ୍ସପେକ୍ଟର ତାଲିମ ଗ୍ରହଣ କରିବେ। ଶନିବାର ପୋଲିସ ଡିଜି ବିଜୟ କୁମାର ଶର୍ମା ଏହାକୁ ଅନୁମୋଦନ କରିଛନ୍ତି। ଓଡ଼ିଶା ପୋଲିସର କେନ୍ଦ୍ରୀୟ ମନୋନୟନ ବୋର୍ଡ ଶୁକ୍ରବାର ଏହି ୩୫୩ ଜଣ ଆସିଷ୍ଟାଣ୍ଟ ସବଇନ୍ସପେକ୍ଟରଙ୍କୁ ସବଇନ୍ସପେକ୍ଟର ଭାବେ ପଦୋନ୍ନତି ଦେଇଥିଲେ। ପଦୋନ୍ନତି ପାଇଥିବା ଅଫିସରଙ୍କ ମଧ୍ୟରେ ୨୭୩ ଜଣ ସାଧାରଣ ବର୍ଗର ଥିବାବେଳେ ୬୭ ଜଣ ଅନୁସୂଚିତ ଜାତି ଓ ୧୩ ଜଣ ଅନୁସୂଚିତ ଜନଜାତି ବର୍ଗର ଅଛନ୍ତି। ପଦୋନ୍ନତି ପାଇଥିବା ଏହି ଅଫିସରମାନେ ଅନୁଗୋଳ ପିଟିସି ଠାରେ ଛଅ ମାସ ପ୍ରଶିକ୍ଷଣ ଗ୍ରହଣ କରିବେ ବୋଲି ପିଟିସି ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୧୫ ତାରିଖ ସୁଦ୍ଧା ପିଟିସି ଠାରେ ପହଞ୍ଚତ୍ବା ପରେ ସେମାନଙ୍କ ପ୍ରଶିକ୍ଷଣ ଆରମ୍ଭ ହେବ। ତେବେ ବର୍ତ୍ତମାନ ପିଟିସିରେ ମୋଟ ୯ ଜଣ ପ୍ରଶିକ୍ଷକ ରହିଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଡିଏସ୍‌ପି ପାହ୍ୟାର ହୋଇଥିବାବେଳେ ଅନ୍ୟ ୮ ଜଣ ଇନ୍ସପେକ୍ଟର ପାହ୍ୟାର। ତେଣୁ ଅଫିସରମାନଙ୍କୁ ପଢ଼ାଇବା ପାଇଁ ଦୁଇ ଜଣ ଦକ୍ଷ ଡିଏସ୍‌ପି ପାହ୍ୟା ଓ ଦୁଇ ଜଣ ଦକ୍ଷ ଇନ୍ସପେକ୍ଟର ପାହ୍ୟାର ଅଫିସରଙ୍କୁ ପିଟିସିରେ ନିଯୁକ୍ତି କରିବାକୁ ଅଧ୍ୟକ୍ଷ ତଥା ଡିଆଇଜି ଭୋଳ ପୋଲିସ ବିଭାଗକୁ ଅବଗତ କରାଇଛନ୍ତି। ତେବେ ଅଫିସରମାନଙ୍କ ପ୍ରଶିକ୍ଷଣ କିଭଳି ଭଲ ହେବ ସେଥିପାଇଁ ପିଟିସିର ପ୍ରଶିକ୍ଷକ ଓ କର୍ମକର୍ତ୍ତାମାନେ ସଜାଗ ରହିଛନ୍ତି। ଦୀର୍ଘ ଦିନ ପରେ ପିଟିସିକୁ ଅଫିସରମାନଙ୍କ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିବାରୁ ଅନୁଗୋଳବାସୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri