ପୋଲିସ ଡିଜିଙ୍କ ସହ ଆଇଏମ୍‌ଏ ପ୍ରତିନିଧିଙ୍କ ଆଲୋଚନା: ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷାକୁ ଗୁରୁତ୍ୱ

କଟକ ଅଫିସ୍‌,୨୬।୪: କରୋନା ଭୂତାଣୁକୁ ମୁକାବିଲା କରିବାରେ ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମୀମାନେ ପ୍ରମୁଖ ଭୂମିକା ନେଉଛନ୍ତି। ହେଲେ ରାଜ୍ୟର ଅନେକ ସ୍ଥାନରେ ସେମାନେ ଅସଦାଚରଣ ଏବଂ ଆକ୍ରମଣର ଶିକାର ହେଉଛନ୍ତି। ଏନେଇ ଭାରତୀୟ ମେଡିକାଲ୍‌ ସଂଘ(ଆଇଏମ୍‌ଏ)ପ୍ରତିନିଧିମାନେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କ ସହ ଶନିବାର ସାକ୍ଷାତ୍‌ ଆଲୋଚନା କରିଛନ୍ତି। ଆକ୍ରମଣ ରୋକିବା ଦିଗରେ କଡା ପଦକ୍ଷେପ ନେବା ପାଇଁ ଦାବି କରିଛନ୍ତି।

ସଂଘ ଓଡ଼ିଶା ଶାଖା ପୂର୍ବତନ ସଭାପତି ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବର୍ତ୍ତମାନ ସଭାପତି ଡା. ନିବେଦିତା ପାଣି, ସମ୍ପାଦକ ଡା. ବ୍ରଜକିଶୋର ଦାଶ ଏବଂ ଅନ୍ୟ ସଦସ୍ୟମାନେ ଆଲୋଚନାରେ ଭାଗ ନେଇଥିଲେ। ଡାକ୍ତର ଏବଂ ଅନ୍ୟ ସ୍ବାସ୍ଥ୍ୟସେବା ଅଧିକାରୀ ଓ କର୍ମୀମାନଙ୍କ ସୁରକ୍ଷା ଏବଂ ତାଙ୍କ ବିରୋଧରେ ହେଉଥିବା ଅପରାଧ ନିରାକରଣ ନେଇ ଆଲୋଚନା ହୋଇଥିଲା। କରୋନା ପରିସ୍ଥିତି ସମୟରେ ସେମାନଙ୍କ ସୁରକ୍ଷା ଓଡ଼ିଶା ପୋଲିସର ପ୍ରତିବଦ୍ଧତା ବୋଲି ଡିଜିପି ପ୍ରତିଶ୍ରୁତି ଦେଇଥିଲେ। ସେହିଭଳି ଆଇଏମ୍‌ଏ ତରଫରୁ ପୋଲିସର କଠିନ ପରିଶ୍ରମକୁ ପ୍ରଶଂସା କରାଯାଇଥିଲା। ଏଥି ସହ ଜିଲାସ୍ତରରେ ଜିଲା ପୋଲିସ ଏବଂ ଆଇଏମ୍‌ଏର ଜିଲା ଶାଖା ପଦାଧିକାରୀଙ୍କ ମଧ୍ୟରେ ସମନ୍ବୟ ରକ୍ଷା ନିମନ୍ତେ ମଧ୍ୟ ଅନୁରୋଧ କରାଯାଇଥିଲା। ଶେଷରେ ପ୍ରଚଳିତ ସୁରକ୍ଷା ସମ୍ବନ୍ଧୀୟ ବ୍ୟବସ୍ଥାକୁ ପରବର୍ତ୍ତୀ ସମୟରେ ଜାରି ରଖିବାକୁ ଆଇଏମ୍‌ଏର ପଦାଧିକାରୀମାନେ ନିବେଦନ କରିଥିଲେ। ଆଲୋଚନା ବେଳେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ଆଇନ୍‌ ଶୃଙ୍ଖଳା) ସୌମେନ୍ଦ୍ର ପ୍ରିୟଦର୍ଶୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri