ପୋଲିସ ଦୁର୍ବବ୍ୟହାର ଶିକାର ହୋଇଥିବା ଚାଷୀଙ୍କୁ ଭେଟିଲେ କଂଗ୍ରେସ ନେତା

ରତ୍ନଗିରି,୨।୫(ଡି.ଏନ୍‌.ଏ.)- ଯାଜପୁର ଜିଲା ବରୀ ବ୍ଲକ ଅଧୀନସ୍ଥ ମହାକାଳପଡ଼ା ପଞ୍ଚାୟତର ଚାଷୀମାନେ ଲକ୍‌ଡାଉନ୍‌ ସମୟରେ ଜିଲା ସୀମାନ୍ତବର୍ତ୍ତି କେନ୍ଦ୍ରାପଡା ଜିଲାର ଇନ୍ଦୁପୁର ସାପ୍ତାହିକ ହାଟକୁ ପନିପରିବା ବିକ୍ରୀ କରିବାକୁ ଯାଇଥିବା ବେଳେ ନିକିରାଇ ପୋଲିସର ଦୁର୍ବ୍ୟବହାରର ଶିକାର ହୋଇଥିଲେ। ଏନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ବରୀ କଂଗ୍ରେସ ନେତା ଉମେଶ ଜେନା, ବରୀ ବ୍ଲକ ସଂଯୋଜକ ଅମରେଶ ପରିଡା ସ୍ଥାନୀୟ ମହାକାଳପଡ଼ାରେ ପହଞ୍ଚି ସମ୍ପୃକ୍ତ ଚାଷୀମାନଙ୍କ ସହିତ ଆଲୋଚନା କରିଥିବା ଜଣାପଡ଼ିଛି। ସରକାର କୃଷକମାନଙ୍କୁ ବିଭିନ୍ନ କ୍ଷେତ୍ରରେ ସମସ୍ତ ସୁବିଧା ଯୋଗାଇଦେବା କଥା ଡିଣ୍ଡିମ ପିଟୁଥିବା ବେଳେ ପୋଲିସର ଏଭଳି ଆଚରଣ ସମସ୍ତ କୃଷକ ସମାଜକୁ ଆଘାତ ଦେଇଛି ବୋଲି କଂଗ୍ରେସ ନେତା ଉମେଶ ଜେନା ପ୍ରକାଶ କରିଛନ୍ତି। କୃଷକମାନଙ୍କୁ ଦୁର୍ବ୍ୟବହାର କରିଥିବା ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ କୃଷକମାନଙ୍କ ସ୍ବାର୍ଥ ଓ ସମ୍ମାନ ପାଇଁ ଆଗାମୀ ଦିନରେ ସଂଗ୍ରାମ ଜାରିରଖିବ ବୋଲି କଂଗ୍ରେସ ନେତା ଜେନା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri