Posted inଭଦ୍ରକ

ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ

ଭଦ୍ରକ ଅଫିସ, ୧୧।୮ – ଭଦ୍ରକ ପୁରୁଣାବଜାର ଥାନା ପୋଲିସ ପକ୍ଷରୁ ଶନିବାର ଅପରାହ୍ନରେ ବିଭିନ୍ନ ଅଞ୍ଚଳରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଆସନ୍ତା ସୋମବାର ପବିତ୍ର ଇଦ୍‌-ଉଲ୍‌-ଜୁହା ପର୍ବ ଶାନ୍ତିଶୃଙ୍ଖଳା ଭାବେ ପାଳନ କରାଯିବା ପାଇଁ ଏହି ଫ୍ଲାଗମାର୍ଚ୍ଚ କରାଯାଇଥିବା ସୂଚନା ମିଳିଛି। ପୁରୁଣାବଜାର ଥାନା ଅଞ୍ଚଳର ସରକାରନଗର, ହଳଦୀଡିହ ବାଇପାସ୍‌, ପଠାଣସାହି ଓ ଏହା ଆଖପାଖ ଅଞ୍ଚଳରେ ଫ୍ଲାଗମାର୍ଚ୍ଚ କରାଯାଇଥିବାବେଳେ ଥାନାଧିକାରୀ ପ୍ରଜ୍ଞା ମହାନ୍ତି ନେତୃତ୍ୱ ନେଇଥିଲେ। ଏହି ଅଞ୍ଚଳର ବିଭିନ୍ନ ସମ୍ବେଦନଶୀଳ ଛକରେ ଏବେଠାରୁ ପୋଲିସ ମୁତୟନ ହୋଇସାରିଥିବା ଜଣାପଡ଼ିଛି। ରାତିରେ ଏସ୍‌ଡିପିଓ ଜଳନ୍ଧର ଜାଲିଙ୍କ ନେତୃତ୍ୱରେ ଟାଉନ ଥାନାରେ ଉଭୟ ସମ୍ପ୍ରଦାୟର ନେତୃବୃନ୍ଦଙ୍କୁ ନେଇ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ପ୍ରସଙ୍ଗରେ ଗର୍ଜିଲା ବିଜେଡି

ଧାମନଗର,୧।୯(ସନ୍ତୋଷ କୁମାର ମହାପାତ୍ର): ଫର୍ମ-୭ର ଅପବ୍ୟବହାର କରି ପ୍ରାୟ ୩ ହଜାରରୁ ଊଦ୍ଧର୍‌ବ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ଦେବା ପ୍ରସଙ୍ଗରେ ଧାମନଗର…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ

ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri