Posted inଜାତୀୟ

ପୋଲିସ ବାବୁଙ୍କ ମୁଣ୍ଡରୁ ଉକୁଣି ବାଛୁଚି ମାଙ୍କଡ଼: ଭିଡିଓ ଭାଇରାଲ

ଲକ୍ଷ୍ନୌ,୯।୧୦: ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଦେଖିବାକୁ ମିଳିଛି ଏକ ମାଙ୍କଡ଼ ଜଣେ ପୋଲିସ ଇନ୍ସପେକ୍ଟରଙ୍କ ମୁଣ୍ଡରୁ ଉକୁଣି ବାଛୁଚି। ଏହା ଉତ୍ତର ପ୍ରଦେଶର ପିଲିଭିତ ଜିଲାର ବୋଲି ଜଣାପଡିଛି। ଇନ୍ସପେକ୍ଟର ଜଣଙ୍କ ପୋଲିସ ଷ୍ଟେଶନରେ ବସି ନିଜ କାମ କରୁଥିବା ବେଳେ ମାଙ୍କଡ଼ଟି ଉକୁଣି ବାଛିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। କୋତଓ୍ବାଲି ନଗର ଥାନାର ଇନ୍ସପେକ୍ଟର ଶ୍ରୀକାନ୍ତ ଦ୍ୱିବେଦୀ ଦ୍ୱିପ୍ରହରରେ ଅଭିଯୋଗ ଶୁଣୁଥିବା ବେଳେ ଏହି ମାଙ୍କଡ଼ଟି ହଠାତ୍‌ ଆସି ତାଙ୍କ ମୁଣ୍ଡ ଉପରେ ବସି ପଡିଥିଲା। ଇନ୍ସପେକ୍ଟର ମାଙ୍କଡଟିକୁ ଓହ୍ଲାଇ ଯିବାକୁ କହିଥିଲେ ମଧ୍ୟ ସେ କିଛି ଶୁଣି ନ ଥିଲା। ଆଉ ଉକୁଣି ବଛା କାମ ସରିଯିବା ପରେ ମାଙ୍କଡଟି ଆପଣାଛାଏଁ ସେଠାରୁ ଚାଲି ଯାଇଥିଲା। ଆଉ ସେହି ସମୟର ଦୃଶ୍ୟକୁ କେହି ଜଣେ ବ୍ୟକ୍ତି ମୋବାଇରେ ଭିଡିଓ କରି ସୋସିଆଲ ମିଡିଆରେ ଅପଲୋଡ କରିବା ପରେ ଏବେ ଏହା ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri