ପୋଲିସ ସମ୍ମୁଖରୁ ଚମ୍ପଟ ମାରିଲେ ମୁଖ୍ୟ ଗୁଟ୍‌ଖା ବ୍ୟବସାୟୀ, ୨ ମୋଟରସାଇକେଲ ଜବତ; ୩ ଗିରଫ

ପୁରୁଷୋତ୍ତମପୁର,୧୪ା୫(ଡି.ଏନ୍‌.ଏ.): ମାରାତ୍ମକ କରୋନାକୁ ନେଇ ପ୍ରଶାସନ ପକ୍ଷରୁ ଗୁଟ୍‌ଖା ପରି ମାଦକ ଦ୍ରବ୍ୟ ବିକ୍ରି ଉପରେ କଟକଣା ଜାରି କରାଯାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏହି କଟକଣାକୁ ଉଲ୍ଲଂଘନ କରି ଜନୈକ ବ୍ୟବସାୟୀ ଦୀର୍ଘଦିନ ହେଲା ଚଢ଼ାଦରରେ ବେଆଇନ ଭାବେ କାରବାର ଚଳାଇ ଆସୁଥିଲେ। ପୋଲିସ ପକ୍ଷରୁ ଗୁରୁବାର ଧୋବାସାହି ଛକନିକଟରେ ଗୁଟ୍‌ଖା ବିକ୍ରି ଚାଲିଥିବା ବେଳେ ଅତର୍କିତ ଭାବେ ଚଢ଼ାଉ କରାଯାଇଛି। ଏହି ସମୟରେ ମାଷ୍ଟରମାଇଣ୍ଡ୍‌ ତଥା ମୁଖ୍ୟ ବ୍ୟବସାୟୀ ଜଣକ ସର୍ବସମ୍ମୁଖରେ ଘଟଣାସ୍ଥଳରୁ କୌଶଳ କ୍ରମେ ଚମ୍ପଟ ମାରିଛନ୍ତି। ଯାହାକି ଉପସ୍ଥିତ ଲୋକଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ପୋଲିସ ଅନ୍ୟ ୩ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ବିପୁଳ ପରିମାଣର ଗୁଟ୍‌କା, ତବାଖୁ ପୁଡିଆ ସହ ୨ଟି ମୋଟରସାଇକେଲ ଜବତ କରିଛି॥ ଗିରଫ ଯୁବକମାନେ ହେଲେ ପୁରୁଷୋତ୍ତମପୁରର ପୂର୍ଣ୍ଣଚନ୍ଦ୍ର ପାଳ, ଗୋଠିଆଳି ଗ୍ରାମର ଏସ୍‌. ଜୟସେନ୍‌ ପାତ୍ର ଓ ଚଢ଼େୟାପଲ୍ଲୀର ଇ. ଉମାଶଙ୍କର ସେନାପତି । ଏହାକୁ ନେଇ କେସ୍‌ ନଂ. ୧୧୩/୨୦ ରୁଜୁ କରାଯାଇଛି । ଘଟଣାର ଅଧିକ ତଦନ୍ତ ଚାଲିଛି। ଏଥିରେ ଅନ୍ୟ ଯେଉଁମାନେ ସମ୍ପୃକ୍ତ ଅଛନ୍ତି ଓ ଚମ୍ପଟ ମାରିଥିବାର କୁହାଯାଉଛି ତାହାର ତଦନ୍ତ କରି ସେମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଆଇଆଇସି ଜଗନ୍ନାଥ ମଲ୍ଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri