Posted inଜାତୀୟ

ପୋଲିସ ହାତରୁ ବନ୍ଧୁକ ଛଡାଇ ନେଇଥିଲେ ଅଭିଯୁକ୍ତ: କମିଶନର

ହାଇଦ୍ରାବାଦ,୬।୧୨: ଏବେ ସାରା ଦେଶରେ ଚର୍ଚ୍ଚିତ ଖବର ପାଲଟିଛି ହାଇଦ୍ରାବାଦ ଏନ୍‌କାଉଣ୍ଟର। ଏହାକୁ ନେଇ ଶୁକ୍ରବାର ଅପରାହ୍ନରେ ସାଇବରାବାଦ ପୋଲିସ କମିଶନର ଭିସି ସାଜନର ଏକ ଖବରଦାତା ସମ୍ମିଳନୀର ଆୟୋଜନ କରି କହିଛନ୍ତି ଅଭିଯୁକ୍ତମାନେ ପୋଲିସଠାରୁ ବନ୍ଧୁକ ଛଡାଇ ନେଇ ପ୍ରଥମେ ଫାଇରିଂ କରିଥିଲେ। କେବଳ ସେତିକି ନୁହେଁ ଅଭିଯୁକ୍ତମାନେ ପୋଲିସକୁ ପଥର ମାଡ କରିବା ସହ ସେଠାରେ ଥିବା ବାଡି ଓ ଅନ୍ୟ ଉପକରଣ ମାଧ୍ୟମରେ ଆକ୍ରମଣ କରିବା ଆରମ୍ଭ କରି ଦେଇଥିଲେ। ଶେଷରେ ପୋଲିସ ବାଧ୍ୟ ହୋଇ ଏନ୍‌କାଉଣ୍ଟର କରିଥିଲା। ସୂଚନାଯୋଗ୍ୟ, ଗତ ନଭେମ୍ବର ୨୭ରେ ହାଇଦ୍ରାବାଦରେ ଜଣେ ମହିଳା ଭେଟରିନାରୀ ଡାକ୍ତରଙ୍କୁ ବଳାତ୍କାର କରିବା ପରେ ଜିଅନ୍ତା ଜାଳି ଦେଇଥିଲେ ଅଭିଯୁକ୍ତ। ଏହି ଘଟଣାରେ ପୋଲିସ ୪ ଜଣଙ୍କୁ ଗିରଫ କରିବା ସହ ଶୁକ୍ରବାର ଭୋର ପ୍ରାୟ ୩ଟା ସମୟରେ ଘଟଣାସ୍ଥଳକୁ ନେଇ ସିନ ରିକ୍ରିଏଟ୍‌ କରିବାର ଯୋଜନା ରଖିଥିଲା। ହେଲେ ଅଭିଯୁକ୍ତମାନେ ଘଟଣାସ୍ଥଳରେ ପହଞ୍ଚି ପୋଲିସକୁ ପାଲଟା ଆକ୍ରମଣ କରି ଫେରାର ହୋଇଯିବାକୁ ଚେଷ୍ଟା କରୁଥିବା ବେଳେ ଏନ୍‌କାଉଣ୍ଟରରେ ସମସ୍ତ ୪ ଅଭିଯୁକ୍ତଙ୍କ ମୃତ୍ୟୁ ହୋଇଥିଲା। ଆଉ ଏହି ଖବର ପାଇବା ପରେ ସାରା ଦେଶରେ ଲୋକେ ଖୁସି ମନାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକାମୀ ହୋଇପଡ଼ିଛି ବିଦ୍ୟୁତ ଟ୍ରାନ୍ସଫର୍ମର: ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ

ଆର. ଉଦୟଗିରି,୪।୬(ମନୋଜ କୁମାର ପାଢୀ):ଅକାମୀ ହୋଇଛି ବିଦ୍ୟୁତ ଟ୍ରାନ୍ସଫର୍ମର। ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗଜପତି ଜିଲା…

ବାଦ୍ୟଯନ୍ତ୍ର ନିର୍ମାଣରେ ସିଦ୍ଧହସ୍ତ ରତ୍ନାକର: ପ୍ରୋତ୍ସାହନ ଅଭାବରୁ ବିତୁଛି ଅବହେଳିତ ଜୀବନ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ):ପଶ୍ଚିମ ଓଡ଼ିଶାର ଲୋକକଳାର ବିଭିଧତା ଓ ବିଭବତାକୁ ନେଇ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି। ଦ୍ୱିତୀୟତଃ ଲୋକକଳା ଅଛି…

ମିଲର୍ସଙ୍କ ମର୍ଜିରେ ଚାଲିଛି ଧାନକିଣା: ଗର୍ଜିଲେ ଚାଷୀ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ସପ୍ତାହକ ପରେ ଏହି ପ୍ରକ୍ରିୟାକୁ ମାସେ ବିତିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ସଂଗ୍ରହ…

ମମି ଶରୀରରେ ବଢୁଛନ୍ତି ଅଣୁଜୀବ: ୫,୩୦୦ ବର୍ଷ ପରେ ବି ଜୀବିତ

ବୋଲଜାନୋ (ଇଟାଲୀ),୪ା୬:ପ୍ରାୟ ୫,୩୦୦ ବର୍ଷ ପୂର୍ବେ ଇଟାଲୀର ଆଲ୍ପସ ପର୍ବତମାଳାରେ ଜଣେ ଶିକାରୀଙ୍କୁ ତୀର ମାରି ହତ୍ୟା କରାଯାଇଥିଲା। ବର୍ଷ ବର୍ଷ ଧରି ବରଫ ତଳେ ପୋତିହୋଇ…

ହସ୍ପିଟାଲ ICUରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ ରୋଗୀ ଜୀବନ୍ତ ଦଗ୍ଧ

ପାଟନା,୪।୬: ଦିଲ୍ଲୀର ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡର ମାତ୍ର ଗୋଟିଏ ଦିନ ପରେ, ବିହାରର ମୁଜାଫରପୁରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଥିବା ରିପୋର୍ଟ ଆସିଛି। ଗୁରୁବାର ପ୍ରାୟ…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

ନାବାଳିକାଙ୍କୁ ନିଶା ଦେଇ ଚଳନ୍ତା କାରରେ ଗଣବଳାତ୍କାର, ପରେ କଲେ ଏଭଳି କାଣ୍ଡ

ଆସାମ ବିଶ୍ୱନାଥ ଜିଲାର ଚାଲିଆ ଚାପୋରିରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ପାଞ୍ଚ ଜଣ ପୁରୁଷ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri