ପୋଲିସ ହେପାଜତରୁ କଏଦୀ ଚମ୍ପଟ

ହିନ୍ଦୋଳ, ୭।୮(ଡି.ଏନ.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ କୋର୍ଟ ପରିସରରୁ ବୁଧବାର ଜଣେ ବିଚାରାଧୀନ କଏଦୀ ପୋଲିସ ସୁରକ୍ଷା ବଳୟ ଭାଙ୍ଗି ଚମ୍ପଟ ମାରିଛନ୍ତି। ସେ ହେଲେ ପ୍ରହଲ୍ଲାଦ ବେହେରା। ତାଙ୍କ ଘର ବାଲିମୀ ଥାନା ଅନ୍ତର୍ଗତ କଡଲା ଗ୍ରାମରେ।
ମାମଲାର ବିବରଣୀ ଅନୁଯାୟୀ, ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଗତ ଜାନୁୟାରୀ ୧ରେ କଡଲା ଗ୍ରାମର ସନ୍ତୋଷ ସାହୁ ଉପରେ ପ୍ରହଲ୍ଲାଦ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ସନ୍ତୋଷଙ୍କ ସ୍ତ୍ରୀ ସଂଯୁକ୍ତାଙ୍କ ଅଭିଯୋଗକ୍ରମେ ଥାନାରେ ହତ୍ୟା ଉଦ୍ୟମ ମାମଲା (ନଂ.୧/୧୯) ରୁଜୁ କରାଯାଇଥିଲା। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ହିନ୍ଦୋଳ କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବା ପରେ ତାଙ୍କୁ ହାଜତକୁ ପଠାଇ ଦିଆଯାଇଥିଲା। ସେହିଦିନଠାରୁ ପ୍ରହଲ୍ଲାଦ ବିଚାରାଧୀନ ବନ୍ଦୀ ଭାବେ ହିନ୍ଦୋଳ ଜେଲ୍‌ରେ ରହୁଥିଲେ। ହିନ୍ଦୋଳ ଆସିଷ୍ଟାଣ୍ଟ ସେସନ୍ସ ଜଜ୍‌ଙ୍କ ଅଦାଲତରେ ତାଙ୍କର ବିଚାର ଆରମ୍ଭ ହୋଇଥିଲା। ବୁଧବାର ପ୍ରଥମ କରି ଉକ୍ତ କେସ୍‌ (ସିଟି ଏସ୍‌ଏସ୍‌ ୮୩/୧୯)ର ସାକ୍ଷ୍ୟ ଗ୍ରହଣ ଆରମ୍ଭ ହୋଇଥିଲା। ହାବିଲଦାର ହଟକିଶୋର ନାଏକ, ରୋହିତ କୁମାର ଭୋଇ ଏକ ଜିପ୍‌ରେ ଅଭିଯୁକ୍ତ ପ୍ରହଲ୍ଲାଦଙ୍କୁ ଧରି କୋର୍ଟକୁ ଆସିଥିଲେ। ସାକ୍ଷ୍ୟ ପ୍ରଦାନ କାର୍ଯ୍ୟ ସରିବା ପରେ ପ୍ରହଲ୍ଲାଦକୁ ବାହାରକୁ ନିଆଯାଇଥିଲା। ହେଲେ ପୋଲିସ କର୍ମଚାରୀଙ୍କ ଅନ୍ୟମନସ୍କତାର ସୁଯୋଗ ନେଇ ପ୍ରହଲ୍ଲାଦ ଦୌଡ଼ି ପଳାଇଯିବାକୁ ସକ୍ଷମ ହୋଇଥିଲେ। ତାଙ୍କୁ ଧରିବାକୁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରିରଖିଛି। ଖବର ଲେଖାଯିବା ସୁଦ୍ଧା ତାଙ୍କର କୌଣସି ପତ୍ତା ମିଳିପାରିନାହିଁ। ହାବିଲଦାର ହଟକିଶୋରଙ୍କ ଅଭିଯୋଗକ୍ରମେ ନଂ. ୬୭/୧୯ରେ ମାମଲା ରୁଜୁ କରାଯାଇଥିବା ଥାନା ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ପୋଲିସ ହେପାଜତ୍‌ରୁ ଜଣେ ବିଚାରାଧୀନ କଏଦୀ ଫେରାର ହୋଇଯିବା ଘଟଣା ବିଭାଗର ଅପାରଗତାକୁ ପଦାରେ ପକାଇଛି। ପୋଲିସର ଚରମ ଦାୟିତ୍ୱହୀନତାରୁ ଏପରି ଘଟଣା ଘଟିଥିବା ବୁଦ୍ଧିଜୀବୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri