ସଜନାଗଡ, ୩୦।୧୦(ଡି.ଏନ.ଏ.)-ଏକ ଠକେଇ ମାମଲାରେ ଅଭିଯୁକ୍ତ ଥିବା ଜଣେ ଯୁବକଙ୍କୁ ବାଲେଶ୍ୱର ଜିଲା ନୀଳଗିରି ଥାନା ପୋଲିସ ମଙ୍ଗଳବାର ଗିରଫ କରି ନେଉଥିବା ବେଳେ ଶ୍ୟାମସୁନ୍ଦରପୁର ଅଞ୍ଚଳର ୧୦ରୁ ଊର୍ଦ୍ଧ୍ୱ ଯୁବକ ପହଞ୍ଚି ତାଙ୍କୁ ଛଡାଇନେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଯୁବକମାନେ ସଂଘବଦ୍ଧ ଭାବେ ପୋଲିସକୁ ଠେଲାପେଲା କରି ଅଭିଯୁକ୍ତଙ୍କୁ ସାଙ୍ଗରେ ନେଇଯାଇଥିଲେ। ଅସହାୟ ହୋଇ ପୋଲିସକୁ ଫେରିବାକୁ ପଡିଥିଲା। ଏହି ଠେଲାପେଲାରେ ୨ଜଣ କନଷ୍ଟେବଳ ଓ ଜଣେ ହୋମଗାର୍ଡ ଆହତ ହୋଇଛନ୍ତି। ପୂର୍ବରୁ ସମ୍ପୃକ୍ତ ଯୁବକଙ୍କ ନାମରେ ଠକେଇ ମାମଲା(ନଂ.୨୦୪/୧୯) ଥିଲା। ଏହି ଘଟଣା ପରେ ନୀଳଗିରି ଥାନା ପକ୍ଷରୁ ମାମଲା(ନଂ.୨୭୩/୧୯) ରୁଜୁ ହୋଇ ତାଙ୍କୁ ଗିରଫ କରିବା ପାଇଁ ଜୋରଦାର ତଦନ୍ତ ଆରମ୍ଭ ହୋଇଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
ବେଲଗୁଣ୍ଠା ଏନ୍ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…
ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…
କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ
ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…
ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ
ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…
ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ
ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…
ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…
୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…
ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…
ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…
ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

