ପୋଲିସକୁ ମଦ ମାଫିଆଙ୍କ ମାଡ ଘଟଣା, ୨୭ ଗିରଫ

ଆର,ଉଦୟଗିରି,୧୬ା୪(ଡି.ଏନ୍‌.ଏ.)- ଅଡବା ପୋଲିସ ବୁଧବାର ପାଟ୍ରୋଲିଂ କରୁଥିବାବେଳେ ବିରିକୋଟ ଗ୍ରାମରେ ଲୋକେ ଜମା ହୋଇଥିବା ଦେଖି ଯାଇଥିଲେ। ସେଠାରେ ଏକ ଜାରରେ ମହୁଲି ମଦ ଭର୍ତ୍ତି ହୋଇଥିବା ଦେଖି ଜବତ କରିବାକୁ ଯିବାବେଳେ ଉପସ୍ଥିତ ମଦ ମାଫିଆମାନେ ଆକ୍ରମଣ କରିଥିଲେ। ଏଥିରେ ଗାଡି ଭାଙ୍ଗିରୁଜି ଯିବା ସହ କେତେଜଣ କର୍ମଚାରୀ ଆହତ ହୋଇଥିଲେ। ଖବର ପାଇ ଅଡବା ଥାନା ଭାରପ୍ରାପ୍ତ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚତ୍ ଅଟକ କର୍ମଚାରୀଙ୍କୁ ଉଦ୍ଧାର କରିବା ସହ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲେ। ଗୁରୁବାର ସକାଳେ ମୋହନା ଓ ଅଡବା ପୋଲିସ ମିଳିତ ଚଢାଉ କରି ୬ ମହିଳାଙ୍କ ସମେତ ୨୭ ଜଣଙ୍କୁ ଗିରଫ କରିଛନ୍ତି। ସେମାନଙ୍କ ନିକଟରୁ ୪୨୦ ଲିଟର ମହୁଲି ମଦ ପୋଚ ଜବତ କରି ନଷ୍ଟ କରାଯାଇଛି। ତେବେ ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ।…

ପରୀକ୍ଷା ପାଇଁ ପ୍ରସ୍ତୁତି

ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍‌ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri