ପୋଲିସର ନିଷ୍କ୍ରିୟତା ପ୍ରତିବାଦରେ ସାମାଜିକ କର୍ମୀଙ୍କ ଧାରଣା

କୃଷ୍ଣପ୍ରସାଦ,୧୬।୭(ଡି.ଏନ.ଏ.)- ପୋଲିସର ନିଷ୍କ୍ରିୟତା ବିରୋଧରେ କୃଷ୍ଣପ୍ରସାଦ ଅଞ୍ଚଳର ସାମାଜିକ କର୍ମୀ ତଥା ପୁରୀ ଜିଲା ୯ ନମ୍ବର ଜୋନ୍‌ ଜିଲା ପରିଷଦ ସଭ୍ୟା ପ୍ରଭାତି ପ୍ରଧାନ ସୋମବାର କୃଷ୍ଣପ୍ରସାଦ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। କହ୍ନେଇପୁର ଗଁା ଗୋଷ୍ଠୀ ସଂଘର୍ଷର ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ ପାଇଁ ସେ ଦାବି କରିଛନ୍ତି।
ପ୍ରକାଶ ଯେ, କୃଷ୍ଣପ୍ରସାଦ ବ୍ଲକ କହ୍ନେଇପୁର ଗାଁରେ ଗତ ୭ ତାରିଖରେ ୨ ଗୋଷ୍ଠୀ ବିବାଦ ଲାଗି ବୋମାମାଡ଼ ହୋଇଥିଲା । ଏଥିରେ ଉଭୟ ଗୋଷ୍ଠୀରୁ ୧୧ ଆହତ ହୋଇଥିଲେ। ଏ ନେଇ ଉଭୟ ପକ୍ଷରୁ କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ ହୋଇଛି ା ଥାନାରେ ମାମଲା ରୁଜୁ ହୋଇଥିଲେ ମଧ୍ୟ ପୋଲିସ ଏଯାଏଁ କାହାରିକୁ ଗିରଫ କରିନାହିଁ। ତେଣୁ ପୋଲିସର ନିଷ୍କ୍ରିୟତା ବିରୋଧରେ ସାମାଜିକ କର୍ମୀ ପ୍ରଧାନ ଥାନା ସମ୍ମୁଖରେ ପ୍ଲାକାର୍ଡ ଧରି ଧାରଣାରେ ବସିଛନ୍ତି ା କିଛିମାସ ଧରି ପୋଲିସର ନିଷ୍କ୍ରିୟତା ଯୋଗୁ କୃଷ୍ଣପ୍ରସାଦ ଥାନା ଅଞ୍ଚଳରେ ଆଇନଶୃଙ୍ଖଳା ବିପଯର୍‌ୟସ୍ତ ହୋଇପଡିଛି ା ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ ନ କରିବା ଯାଏଁ ସେ ଥାନା ସମ୍ମୁଖରେ ଧାରଣାରେ ବସି ରହିବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri