ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨୦ ହଜାର ଟଙ୍କା ଲାଞ୍ଚ

ଯାଜପୁର ଅଫିସ/କଳିଙ୍ଗନଗର/ ଧର୍ମଶାଳା (ଡି.ଏନ.ଏ.),୨୦ା୪ : ପୋଷ୍ଟମର୍ଟମ ରିପୋର୍ଟ ପ୍ରଦାନ ପାଇଁ ୨୦ ହଜାର ଟଙ୍କା ଦାବି କରି ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ପବିତ୍ର କୁମାର ସେଠୀ ବୁଧବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଏଥିରେ ସହଯୋଗ କରିଥିବା ସିକ୍ୟୁରିଟି ଗାର୍ଡ ଅଭିରାମ କାଣ୍ଡିଙ୍କୁ ମଧ୍ୟ ଗିରଫ କରାଯାଇଛି। ଏନେଇ କଟକ ଭିଜିଲାନ୍ସ କେଶ ନମ୍ବର ୮/୧୮ା୪ା୨୦୨୩ ଧାରା ୭ପିସି ଆଇନ ୧୯୮୮ରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରହିଛି।
ଅଭିଯୋଗ ଅନୁଯାୟୀ, ଯାଜପୁର ଜିଲା କାଳିଆପାଣି ଥାନା ଅନ୍ତର୍ଗତ ଗିରିଙ୍ଗାମାଳି ଗ୍ରାମରେ ଗତ ୩୧ା୩ା୨୦୨୩ରେ ବଜ୍ରପାତ ଯୋଗୁ ଦୁଃଖବନ୍ଧୁ ମହନ୍ତଙ୍କ ମୃତ୍ୟୁ ହୋଇଥିଲା। ରାଜ୍ୟ ସରକାରଙ୍କ ପ୍ରାକୃତିକ ବିପର୍ଯ୍ୟୟ କ୍ଷୟକ୍ଷତି ଯୋଜନାରେ ବଜ୍ରପାତରେ ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କା ପ୍ରଦାନ କରାଯିବାକୁ ଘୋଷଣା ହୋଇଛି। ଏଥିପାଇଁ ଆବେଦନକାରୀ ତଥା ମୃତକଙ୍କ ପୁଅ ବିକାଶ ମହନ୍ତଙ୍କୁ ପୋଷ୍ଟମର୍ଟମ ରିପୋର୍ଟର ଆବଶ୍ୟକତା ପଡିଥିଲା। ତେଣୁ ପୋଷ୍ଟମର୍ଟମ ରିପୋର୍ଟ ପାଇଁ ଡାକ୍ତରଙ୍କ ପାଖକୁ ଦୌଡି ଦୌଡି ସେ ନିରାଶ ହୋଇଥିଲେ। ଡାକ୍ତର ସେଠୀ ୨୦ ହଜାର ଟଙ୍କା ଦେଲେ ରିପୋର୍ଟ ମିଳିବ ବୋଲି ଦାବି କରୁଥିଲେ। ଏହି ଲାଞ୍ଚ ଅର୍ଥ ନ ଦେଲେ ବ୍ୟବଚ୍ଛେଦ ରିପୋର୍ଟ ଦିଆଯିବ ନାହିଁ ବୋଲି ଡାକ୍ତର ବିକାଶଙ୍କୁ କହିବା ପରେ ସେ ଭିଜିଲାନ୍ସ ଅଧିକାରୀଙ୍କ ସହ ଯୋଗାଯୋଗ କରିଥିଲେ। ଏହାପରେ ଭିଜିଲାନ୍ସ ବିଭାଗ ଅଧିକାରୀମାନେ ପୂର୍ବ ଯୋଜନା ଅନୁସାରେ ସିକ୍ୟୁରିଟି ଗାର୍ଡ କାଣ୍ଡିଙ୍କ ମାଧ୍ୟମରେ ଡାକ୍ତର ସେଠୀଙ୍କୁ କେମିକାଲ ପ୍ରଲେପ ଦିଆଯାଇଥିବା ଟଙ୍କା ପ୍ରଦାନ କରାଯାଇଥିଲା। ଏହାପରେ ସାକ୍ଷୀଙ୍କ ଉପସ୍ଥିତିରେ ଡାକ୍ତରଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଥିଲା। ଏହାବାଦ୍‌ ଡାକ୍ତର ସେଠୀଙ୍କ ଧର୍ମଶାଳା ଥାନା ଅନ୍ତର୍ଗତ ଥାନୁଆଳ ଘରେ ଏବଂ ସରକାରୀ କ୍ବାର୍ଟର୍ସରେ ଚଢ଼ାଉ କରାଯାଇ ନଗଦ ୧ ଲକ୍ଷ ୨୦ ହଜାର ଟଙ୍କା ଜବତ କରାଯାଇଛି। ଉଭୟ ଡାକ୍ତର ସେଠୀ ଓ ସିକ୍ୟୁରିଟି ଗାର୍ଡ କାଣ୍ଡିଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri