ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨୦ ହଜାର ଟଙ୍କା ଲାଞ୍ଚ

ଯାଜପୁର ଅଫିସ/କଳିଙ୍ଗନଗର/ ଧର୍ମଶାଳା (ଡି.ଏନ.ଏ.),୨୦ା୪ : ପୋଷ୍ଟମର୍ଟମ ରିପୋର୍ଟ ପ୍ରଦାନ ପାଇଁ ୨୦ ହଜାର ଟଙ୍କା ଦାବି କରି ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ପବିତ୍ର କୁମାର ସେଠୀ ବୁଧବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଏଥିରେ ସହଯୋଗ କରିଥିବା ସିକ୍ୟୁରିଟି ଗାର୍ଡ ଅଭିରାମ କାଣ୍ଡିଙ୍କୁ ମଧ୍ୟ ଗିରଫ କରାଯାଇଛି। ଏନେଇ କଟକ ଭିଜିଲାନ୍ସ କେଶ ନମ୍ବର ୮/୧୮ା୪ା୨୦୨୩ ଧାରା ୭ପିସି ଆଇନ ୧୯୮୮ରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରହିଛି।
ଅଭିଯୋଗ ଅନୁଯାୟୀ, ଯାଜପୁର ଜିଲା କାଳିଆପାଣି ଥାନା ଅନ୍ତର୍ଗତ ଗିରିଙ୍ଗାମାଳି ଗ୍ରାମରେ ଗତ ୩୧ା୩ା୨୦୨୩ରେ ବଜ୍ରପାତ ଯୋଗୁ ଦୁଃଖବନ୍ଧୁ ମହନ୍ତଙ୍କ ମୃତ୍ୟୁ ହୋଇଥିଲା। ରାଜ୍ୟ ସରକାରଙ୍କ ପ୍ରାକୃତିକ ବିପର୍ଯ୍ୟୟ କ୍ଷୟକ୍ଷତି ଯୋଜନାରେ ବଜ୍ରପାତରେ ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କା ପ୍ରଦାନ କରାଯିବାକୁ ଘୋଷଣା ହୋଇଛି। ଏଥିପାଇଁ ଆବେଦନକାରୀ ତଥା ମୃତକଙ୍କ ପୁଅ ବିକାଶ ମହନ୍ତଙ୍କୁ ପୋଷ୍ଟମର୍ଟମ ରିପୋର୍ଟର ଆବଶ୍ୟକତା ପଡିଥିଲା। ତେଣୁ ପୋଷ୍ଟମର୍ଟମ ରିପୋର୍ଟ ପାଇଁ ଡାକ୍ତରଙ୍କ ପାଖକୁ ଦୌଡି ଦୌଡି ସେ ନିରାଶ ହୋଇଥିଲେ। ଡାକ୍ତର ସେଠୀ ୨୦ ହଜାର ଟଙ୍କା ଦେଲେ ରିପୋର୍ଟ ମିଳିବ ବୋଲି ଦାବି କରୁଥିଲେ। ଏହି ଲାଞ୍ଚ ଅର୍ଥ ନ ଦେଲେ ବ୍ୟବଚ୍ଛେଦ ରିପୋର୍ଟ ଦିଆଯିବ ନାହିଁ ବୋଲି ଡାକ୍ତର ବିକାଶଙ୍କୁ କହିବା ପରେ ସେ ଭିଜିଲାନ୍ସ ଅଧିକାରୀଙ୍କ ସହ ଯୋଗାଯୋଗ କରିଥିଲେ। ଏହାପରେ ଭିଜିଲାନ୍ସ ବିଭାଗ ଅଧିକାରୀମାନେ ପୂର୍ବ ଯୋଜନା ଅନୁସାରେ ସିକ୍ୟୁରିଟି ଗାର୍ଡ କାଣ୍ଡିଙ୍କ ମାଧ୍ୟମରେ ଡାକ୍ତର ସେଠୀଙ୍କୁ କେମିକାଲ ପ୍ରଲେପ ଦିଆଯାଇଥିବା ଟଙ୍କା ପ୍ରଦାନ କରାଯାଇଥିଲା। ଏହାପରେ ସାକ୍ଷୀଙ୍କ ଉପସ୍ଥିତିରେ ଡାକ୍ତରଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଥିଲା। ଏହାବାଦ୍‌ ଡାକ୍ତର ସେଠୀଙ୍କ ଧର୍ମଶାଳା ଥାନା ଅନ୍ତର୍ଗତ ଥାନୁଆଳ ଘରେ ଏବଂ ସରକାରୀ କ୍ବାର୍ଟର୍ସରେ ଚଢ଼ାଉ କରାଯାଇ ନଗଦ ୧ ଲକ୍ଷ ୨୦ ହଜାର ଟଙ୍କା ଜବତ କରାଯାଇଛି। ଉଭୟ ଡାକ୍ତର ସେଠୀ ଓ ସିକ୍ୟୁରିଟି ଗାର୍ଡ କାଣ୍ଡିଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri