ପୋଷ୍ଟାଲ ଗାଡ଼ିରେ ଶ୍ରମିକ

ବାରିପଦା ଅଫିସ, ୧ା୪: କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ ହେବା ଯୋଗୁ ଅନେକ ସ୍ଥାନରେ ଶ୍ରମିକମାନେ ଫସି ରହି ଯାଇଛନ୍ତି। ଯିଏ ଯେଉଁଠି ଅଛନ୍ତି ସେହିଠାରେ ରହିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର କହୁଥିଲେ ମଧ୍ୟ ଶ୍ରମିକମାନେ ଏହାକୁ ନ ମାନି କିପରି ଘରକୁ ଫେରିବେ ସେଥିପାଇଁ ଚେଷ୍ଟା କରୁଛନ୍ତି। ବୁଧବାର ଭୁବନେଶ୍ୱର ଓ ବାଲେଶ୍ୱର ଆଦି ଅଞ୍ଚଳରୁ ୨୯ ଜଣ ଶ୍ରମିକଙ୍କୁ ନେଇ ଏକ ପୋଷ୍ଟାଲ ଭ୍ୟାନ ଆସୁଥିବା ବେଳେ ବାରିପଦାର ପାଲବଣି ଛକଠାରେ ଟାଉନଥାନା ପୋଲିସ ଗାଡ଼ିଟିକୁ ଜବତ କରିଛି। ଗାଡ଼ିର ଚାଳକ କଟକ ଜିଲା ବଡ଼ମ୍ବା ଥାନା ଅଞ୍ଚଳର ଅରୁଣ ସିଂଙ୍କୁ ଗିରଫ କରାଯାଇଛି। ଏ ନେଇ ଥାନାରେ ଏକ ମାମଲା(ନଂ.୨୦୦/୨୦) ରୁଜୁ ହୋଇଥିତ୍ବା ଥାନା ଅଧିକାରୀ ବୀରେନ୍ଦ୍ର ସେନାପତି ପ୍ରକାଶ କରିଛନ୍ତି। ଅଟକ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହିତ ସେମାନଙ୍କୁ ଲକଡାଉନ ଅବଧି ପର୍ଯ୍ୟନ୍ତ ଅସ୍ଥାୟୀ ଶିବିରରେ ରଖି ଖାଦ୍ୟପେୟର ବନ୍ଦୋବସ୍ତ କରାଯିବ ବୋଲି ସୂଚନା ମିଳିଛି।
ସେହିପରି ସକାଳେ ଶତାଧିକ ଶ୍ରମିକ ମୟୂରଭଞ୍ଜ ଜିଲାର ବେତନଟୀ ଅଞ୍ଚଳରେ ଚାଲି ଚାଲି ଯାଉଥିବା ଦେଖିବାକୁ ମିଳିଥିଲା। ଆନ୍ଧ୍ରପ୍ରଦେଶ, ତାମିଲନାଡ଼ୁ, କର୍ଣ୍ଣାଟକ ଆଦି ଅଞ୍ଚଳରୁ ଏହି ଶ୍ରମିକମାନେ ବାହାରି ନିଜ ଘର ଝାଡ଼ଖଣ୍ଡ ଓ ବିହାର ରାଜ୍ୟକୁ ପାଦରେ ଚାଲି ଚାଲି ଯାଉଥିବା ବେଳେ ପୋଲିସ ଖବର ପାଇ ସେମାନଙ୍କୁ ଅଟକ ରଖିଛି। ବେତନଟୀ ପୋଲିସ ମଧ୍ୟ ଚାଲି ଚାଲି ଯାଉଥିବା ପ୍ରାୟ ୬୦ ଜଣ ଶ୍ରମିକଙ୍କୁ ଉଦ୍ଧାର କରି ସ୍ଥାନୀୟ ଏକ ବିଦ୍ୟାଳୟ ଅସ୍ଥାୟୀ ଶିବିରରେ ଅଟକ ରଖିଛି। ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri