ପୌର ପ୍ରଶାସନର କାର୍ଯ୍ୟକୁ ନେଇ ସନ୍ଦେହରେ କର୍ମଚାରୀ;୯ ମାସ ହେବ ଜମା ହେଉନି ଇପିଏଫ୍‌ ଅର୍ଥ

ଅନୁଗୋଳ ଅଫିସ, ୧୭ା୧୦: ଅନୁଗୋଳ ପୌରପାଳିକାରେ କାର୍ଯ୍ୟରତ କର୍ମଚାରୀଙ୍କ ଦରମାରୁ ପ୍ରତି ମାସରେ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ୍‌) ବାବଦ ଅର୍ଥ କଟୁଛି। କିନ୍ତୁ କଟାଯାଉଥିବା ଅର୍ଥକୁ ପୌର ପ୍ରଶାସନ ଇପିଏଫ୍‌ ଫଣ୍ଡରେ ଜମା କରୁନାହିଁ। ଦୀର୍ଘ ୯ ମାସ ହେବ କର୍ତ୍ତୃପକ୍ଷଙ୍କ ଏପରି କାର୍ଯ୍ୟକୁ ନେଇ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ଏପରି ଖାମଖିଆଲି କାର୍ଯ୍ୟ ଯୋଗୁ ଆଗାମୀ ଦିନରେ ପୌର ପ୍ରଶାସନକୁ ହଜାର ହଜାର ଟଙ୍କା ଅଯଥାରେ ଜରିମାନା ବାବଦକୁ ଦେବାକୁ ପଡ଼ିବ। ତେବେ ଉକ୍ତ ଜରିମାନା ଅର୍ଥ ପୌରପାଳିକା କେଉଁ ଫଣ୍ଡରୁ ନେବ ତାହା ଏବେ ଚର୍ଚ୍ଚାର ବିଷୟ ହୋଇଛି।
ଅନୁଗୋଳ ପୌରପାଳିକାରେ ଏବେ ପ୍ରାୟ ୮୦ ଜଣ କର୍ମଚାରୀଙ୍କ ଦରମାରୁ ଇପିଏଫ ବାବଦ ଅର୍ଥ କଟାଯାଉଛି। କର୍ମଚାରୀଙ୍କ ଦରମାରୁ ୧୨.୫ ପ୍ରତିଶତ କଟୁଥିବା ବେଳେ ନିୟମ ଅନୁଯାୟୀ ପୌରପାଳିକା ୧୨.୫ ପ୍ରତିଶତ ଜମା କରୁଛି। ହେଲେ ଗତ ଜାନୁୟାରୀ ମାସରୁ ଏହା ସିଧାସଳଖ ଇପିଏଫ୍‌ ଫଣ୍ଡରେ ଜମା ନ କରାଯାଇ ବ୍ୟାଙ୍କରେ ରଖାଯାଉଛି। କେଉଁ କାରଣରୁ ପୌର କର୍ତ୍ତୃପକ୍ଷ ଟଙ୍କା ଇପିଏଫ୍‌ ଫଣ୍ଡରେ ଜମା କରୁନାହାନ୍ତି ସେ ନେଇ କେହି ମୁହଁ ଖୋଲୁ ନ ଥିବା ବେଳେ ଏଣେ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ନିୟମ ଅନୁଯାୟୀ ପ୍ରତି ମାସର ଦରମାରୁ କଟିଥିବା ଇପିଏଫ୍‌ ଅର୍ଥ ପରବର୍ତ୍ତୀ ମାସ ମଧ୍ୟରେ ଜମା ହେବା କଥା। ନଚେତ ଭବିଷ୍ୟନିଧି ବିଭାଗ ପକ୍ଷରୁ ଉକ୍ତ କାର୍ଯ୍ୟାଳୟ ଉପରେ ପେନାଲ ଡ୍ୟାମେଜ ଚାର୍ଜ ଲଗାଯାଇଥାଏ। ଏହାକୁ ଦୃଷ୍ଟିରେ ରଖିଲେ ପୌରପାଳିକା ଉପରେ ୯ ମାସର ପେନାଲ ଡ୍ୟାମେଜ ଚାର୍ଜ ଲାଗିବ। ସ୍ଲାବ ଅନୁଯାୟୀ ଚାର୍ଜ ଲାଗୁ କରାଯାଉଥିବାରୁ ଜରିମାନା ବାବଦରେ ପୌରପାଳିକାକୁ ବହୁ ପରିମାଣର ଅର୍ଥ ଜମା କରିବାକୁ ପଡ଼ିବ। ସେହିପରି ପୌରପାଳିକା ଇପିଏଫ ଟଙ୍କା ଯେଉଁ ବ୍ୟାଙ୍କ ଆକାଉଣ୍ଟରେ ଜମା କରୁଛି ତାହା ଇପିଏଫ ବିଭାଗ ସହ ଲିଙ୍କ୍‌ ନ ଥିବାରୁ ସେଥିରୁ ଟଙ୍କା ଭରଣା କରିବା ମଧ୍ୟ ସମସ୍ୟା ହେଉଛି। କିନ୍ତୁ ଏହା ପଛରେ ପ୍ରକୃତରେ କ’ଣ କାରଣ ରହିଛି ତାହାକୁ ନେଇ କର୍ମଚାରୀଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହୋଇଛି। ଏ ନେଇ ପୌରନିର୍ବାହୀ ଅଧିକାରୀ ପଣ୍ଡା କହିଛନ୍ତି, କିଛି ଅସୁବିଧା ଥିବାରୁ ଏହା ଜମା ହୋଇପାରିନାହିଁ। ତୁରନ୍ତ ଅର୍ଥ କିପରି ଇପିଏଫ୍‌ ଫଣ୍ଡରେ ଜମା କରାଯିବ ସେ ନେଇ ବ୍ୟବସ୍ଥା କରାଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

ଆଖି ଆଗରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ: ଭାଇରାଲ ହେଉଛି ଭିଡିଓ…

ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ | ମୋହନା,୧୩।୬( ମନ୍ମଥ ମିଶ୍ର ): ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ । କିଛିଦିନ ହେବ…

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…

ପଟ୍ଟାଜମିରେ ଚାଲିଥିଲା ମାଇନିଂ ଗାଡ଼ି, ପ୍ରଶାସନର ପ୍ରତିଶ୍ରୁତି ପରେ ବି ମିଳିଲାନି ନ୍ୟାୟ, ଶେଷରେ…

ବଣାଇଁ,୧୩ା୬(ପ୍ରଦୀପ ତ୍ରିପାଠୀ): ଖଣି ସମୃଦ୍ଧ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଆସିଛି ପ୍ରଶାସନିକ ଅବହେଳା ଓ ଜନ ଅସନ୍ତୋଷର ଏକ ସାଂଘାତିକ ଚିତ୍ର। ନିଜ ପଟ୍ଟା ଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri