ପୌରପାଳିକା ଜାଗାରୁ ମାଟି ଚୋରା ଚାଲାଣ ଘଟଣା: ତଦନ୍ତ ଆରମ୍ଭ କଲେ ତହସିଲଦାର

ଅନୁଗୋଳ ଅଫିସ, ୨୦।୧୨- ଅନୁଗୋଳ ପୌରପାଳିକା ଡମ୍ପିଂୟାର୍ଡ୍‌ ପାଇଁ ମିଳିଥିବା ୫ ଏକର ଜାଗାରୁ ରାତିରେ ମାଟି ଚୋରା ଚାଲାଣ ସମ୍ପର୍କିତ ଖବର ଗୁରୁବାର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ଏହାର ତଦନ୍ତ ପାଇଁ ବଅଁରପାଳ ତହସିଲଦାର ଜିତେନ୍ଦ୍ର କୁମାର ସାହୁଙ୍କୁ ନିର୍ଦ୍ଦେଶ ଦେବା ପରେ ଅପରାହ୍ନରେ ତହସିଲଦାର ଓ କୁରୁଡ଼ୁଲୁ ଆର୍‌ଆଇ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି।
ସୂଚନାଯୋଗ୍ୟ ଯେ, ବଅଁରପାଳ ତହସିଲ ପକ୍ଷରୁ କୁଶାସିଂହାରେ ୪ ବର୍ଷ ପୂର୍ବରୁ ୫ ଏକର ଜାଗା ଅନୁଗୋଳ ପୌରପାଳିକାକୁ ଯୋଗାଇ ଦିଆଯାଇଥିଲା। ଏହି ଜାଗାରେ ପୌରପାଳିକାର ଡମ୍ପିଂୟାର୍ଡ୍‌ ନିର୍ମାଣ କରାଯିବ ବୋଲି ପ୍ରସ୍ତାବ ରହିଥିଲା। କିନ୍ତୁ ସ୍ଥାନୀୟ ଲୋକଙ୍କ ବିରୋଧ କରିବାରୁ ଉକ୍ତ ଜାଗାରେ ନିର୍ମାଣ କାର୍ଯ୍ୟ ବନ୍ଦ ରହିଥିଲା। ଏହାର ସୁଯୋଗ ନେଇ ଉକ୍ତ ଜାଗାରୁ ଚୋରାରେ ମାଟି ଚାଲାଣ କରାଯାଉଥିଲେ ବି ଏ ନେଇ ପ୍ରଶାସନ ନିକଟରେ କୌଣସି ସୂଚନା ନ ଥିଲା। ଏ ସମ୍ପର୍କିତ ଖବର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଶହ ଶହ ଟ୍ରିପ୍‌ ମାଟି ଜେସିବିରେ ଖୋଳି ଟିପ୍ପର୍‌ରେ କେଉଁଠାକୁ ବୁହାଯାଇଛି ତାହାର ଅନୁଧ୍ୟାନ ଚଳାଇଛି ପ୍ରଶାସନ। ଏ ନେଇ ଅନୁଗୋଳ ପୌରନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା କହିଛନ୍ତି, କାର୍ଯ୍ୟବ୍ୟସ୍ତତା କାରଣରୁ ଘଟଣାସ୍ଥଳକୁ ଅନୁଧ୍ୟାନ କରିବାକୁ ଯାଇପାରିନାହିଁ। ଶୁକ୍ରବାର ପୂର୍ବାହ୍ନରେ ଘଟଣାସ୍ଥଳକୁ ଯିବି। ବଅଁରପାଳ ତହସିଲଦାର ସାହୁ କହିଛନ୍ତି, ଘଟଣାସ୍ଥଳକୁ ଅନୁଧ୍ୟାନ କରିବାକୁ ଯାଇଥିଲି। ସେଠାରୁ ଚୋରାରେ ମାଟି ଚାଲାଣ ହେଉଛି। ଏବେ ତଦନ୍ତ ଚାଲୁଥିବାରୁ କିଛି କହି ହେବ ନାହିଁ। ଏହି ମାଟି ଚୋରା ଚାଲାଣ ଗ୍ୟାଙ୍ଗର ଖୁବ୍‌ଶୀଘ୍ର ପର୍ଦ୍ଦାଫାସ କରାଯିବ ବୋଲି ତହସିଲଦାର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri