Posted inକଟକ

ପୌରପାଳିକା ତରଫରୁ ଗରିବଙ୍କୁ ଖାଦ୍ୟ ବଣ୍ଟନ

ଚୌଦ୍ୱାର,୨ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ନ ବ୍ୟାପିବା ପାଇଁ ଚୌଦ୍ୱାର ସହର ଲକ୍‌ଡାଉନ ଭିତରେ ରହିଛି। ନିହାତି ଆବଶ୍ୟକତା ନ ଥିଲେ ଘରୁ ବାହାରିବାକୁ ନିଷେଧ ଥିବାବେଳେ ଏଥିପ୍ରତି ପୋଲିସ ମଧ୍ୟ ସଜାଗ ରହିଛି। ଫଳରେ ଦିନ ମଜୁରିଆ, ନିରାଶ୍ରୟ, ଗରିବ ଏବଂ ଶ୍ରମିକମାନେ ନାହଁି ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହାକୁ ଲକ୍ଷ୍ୟ ରଖି ଚୌଦ୍ୱାର ପୌରପାଳିକା ତରଫରୁ ବାସହୀନ, ଭିକାରି, ବାହାରୁ ଆସି କ୍ଷୁଦ୍ର ବ୍ୟବସାୟ କରୁଥିବା ଲୋକଙ୍କୁୁ ଦୈନିକ ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମ କରାଯାଇଛି ା ଏହି କ୍ରମରେ ପୌରପାଳିକାର ୧୭ଟି ୱାର୍ଡରେ ଥିବା ୨୯୭ ପରିବାରକୁ ଚିହ୍ନଟ କରାଯାଇ ଦିନବେଳା ରନ୍ଧାଖାଦ୍ୟ ଓ ଉପରବେଳା ଚୁଡ଼ାଗୁଡ଼ ଦିଆଯାଉଥିବା ପୌରନିର୍ବାହୀ ଅଧିକାରୀ ପ୍ରଦୀପ୍ତ କୁମାର ପ୍ରଧାନ କହିଛନ୍ତି। ଏସ୍‌ଏସ୍‌ଜି ଗ୍ରୁପ୍‌ ମାଧ୍ୟମରେ ଏହି କାର୍ଯ୍ୟକ୍ରମ ଆଗାମୀ ଦିନରେ ଚାଲୁ ରହିବ। କାର୍ଯ୍ୟକ୍ରମକୁ ଠିକ୍‌ ଭାବେ ପରିଚାଳନା ତଥା ସମଦୂରତା ଓ ଭିଡ ନ ଜମାଇବା ପାଇଁ ପୌର କର୍ମଚାରୀ ବିଚିତ୍ରାନନ୍ଦ ସ୍ବାଇଁ, ତପନ କୁମାର ସାହୁ ଓ ଝୁଲେନ୍ଦ୍ର ନାୟକ ପ୍ରମୁଖ ତଦାରଖ କରୁଛନ୍ତି। ଆଗାମୀ ଦିନରେ ପୌରାଞ୍ଚଳରରେ ଏଭଳି ଆହୁରି ପରିବାର ଥିବା ଓ ଉକ୍ତ ପରିବାରକୁ କିପରି ସହାୟତା ଯୋଗାଇଦିଆଯିବ ସେନେଇ ଉଚ୍ଚପଦାଧିକାରୀଙ୍କ ସହିତ ଆଲେଚନା କରିବେ ବୋଲି ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, କଟକ View All

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?