ପ୍ରକଳ୍ପ ଅଧାପନ୍ତରିଆ, ଟ୍ୟାଙ୍କର ପାଣି ଯୋଗାଇ ଦେବାକୁ ଦାବି

ଲାଠୋର, ୧୮ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ କରୁଆଁଝର ପଞ୍ଚାୟତ ଅନ୍ତର୍ଗତ ସାନଗୁର୍ଜିଭଟା ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଫଳରେ ୨ୱାର୍ଡ ବିଶିଷ୍ଟ ଏହି ଗ୍ରାମର ୧୨ଶହରୁ ଊର୍ଦ୍ଧ୍ୱ ଲୋକେ ପାଣି ପାଇଁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଅବିଳମ୍ବେ ଏହି ଗାଁକୁ ଟ୍ୟାଙ୍କର ଯୋଗେ ଜଳଯୋଗାଣ ଲାଗି ଗ୍ରାମବାସୀ ବିଡିଓଙ୍କ ନିକଟରେ ଦାବି କରିଛନ୍ତି।
ଦୀର୍ଘବର୍ଷ ହେଲା ସାନଗୁର୍ଜିଭଟା ଗ୍ରାମରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଏହାକୁ ଲକ୍ଷ୍ୟ କରି ଗ୍ରାମରେ ଏକ ଜଳଯୋଗାଣ ପ୍ରକଳ୍ପର ଶୁଭାରମ୍ଭ ହୋଇଥିଲା। କୂପ ଖୋଳା କାମ ୬ମାସ ହେଲା ସରିଛି। ଓଭରହେଡ ଟ୍ୟାଙ୍କ ନିର୍ମାଣ ଆରମ୍ଭ ହୋଇଥିଲେ ହେଁ ଅଧାପନ୍ତରିଆ ହୋଇ ପଡିରହିଛି। ଏବେ କାମ ବନ୍ଦ ରହିଛି। ତାତି ବଢ଼ିବା ସାଙ୍ଗକୁ ଲକ୍‌ଡାଉନ ଯୋଗୁ ଗ୍ରାମବାସୀ ବାହାରକୁ ବାହାରି ପାରୁ ନ ଥିବାରୁ ପାଣିର ଆବଶ୍ୟକତା ବଢି ଯାଇଛି। ଗାଁରେ ରହିଛି ୬ଟି ନଳକୂପ। ହେଲେ ସେ ସବୁରୁ ଆବଶ୍ୟକ ଅନୁଯାୟୀ ପାଣି ବାହାରୁ ନାହିଁ। ଅପରପକ୍ଷେ ପାରମ୍ପରିକ ଜଳଉତ୍ସ ସବୁ ଶୁଖି ଗଲାଣି। ଏହି ସମୟରେ ଗ୍ରାମବାସୀ ଜଳ ପ୍ରକଳ୍ପ କଥା ମନେ ପକାଉଛନ୍ତି। ପ୍ରକଳ୍ପ କାମ ସମ୍ପୂର୍ଣ୍ଣ ହୋଇଥିଲେ ସେମାନେ ସ୍ବଚ୍ଛ ଓ ନିରନ୍ତର ପାଇପ ପାଣି ପାଇ ପାରିଥାନ୍ତେ। ଜଳକଷ୍ଟ ଦୂର ହୋଇଥାନ୍ତା। ଏ ନେଇ ସେମାନେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିିଳି ନ ଥିବା ଗ୍ରାମବାସୀ କହିଛନ୍ତି। ଆଗକୁ ଗାଁରେ ଜଳକଷ୍ଟ ଗୁରୁତର ରୂପ ଧାରଣା କରିବା ଆଶଙ୍କା ଦେଖାଦେଇଛି। ଏ ନେଇ କରୁଆଁଝର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପୃଥୀରାଜ ରାଉତଙ୍କୁ ପଚାରିବାରୁ କହିଛନ୍ତି ଯେ, ବିଡିଓଙ୍କ ସହ ଆଲୋଚନା ପରେ ସମସ୍ୟାର ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri