ପ୍ରକଳ୍ପ କାମ ନିମ୍ନମାନର

ପରଜଙ୍ଗ, ୨୨।୫(ଡି.ଏନ.ଏ.)

ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସୀ ପଞ୍ଚାୟତ ଅଧୀନ ଅଁଳାକଟା ଗ୍ରାମରେ ବସୁଧା ଯୋଜନାରେ ଚାଲିଥିବା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ନିମ୍ନମାନର ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ସେମାନେ ଜିଲାପାଳଙ୍କୁ ଲିଖିତ ଭାବେ ଦାବି ଜଣାଇଛନ୍ତି।
ଅଭିଯୋଗ ଅନୁଯାୟୀ, ବସୁଧା ଯୋଜନାରେ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ଗ୍ରାମରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାମ ଚାଲିଛି। ଏକ ଠିକାସଂସ୍ଥାକୁ ଏହାର ନିର୍ମାଣ ଦାୟିତ୍ୱ ଦିଆଯାଇଛି। ହେଲେ କାମ ସମୟରେ ଠିକାଦାର ଗ୍ରାମ ରାସ୍ତାକୁ ଖୋଳି ଦେଇଛନ୍ତି। ମାପ ଅନୁଯାୟୀ ପାଇପ୍‌ ବିଛାଯାଇନାହିଁ। ନିମ୍ନମାନର କାମ ହୋଇଥିବାରୁ ପ୍ରକଳ୍ପର ସ୍ଥାୟୀତ୍ୱ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଉକ୍ତ ଠିକାସଂସ୍ଥା ବିରୋଧରେ ଗ୍ରାମବାସୀ ବିଭାଗୀୟ ଯନ୍ତ୍ରୀ ଏବଂ ବ୍ଲକ ପ୍ରଶାସନ ନିକଟରେ ଗୁହାରି କରିଥିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଓଲଟି ଅଭିଯୋଗ କରିବା ପରେ ସ୍ଥାନୀୟ ପେଟି କଣ୍ଟ୍ରାକ୍ଟର ସେମାନଙ୍କୁ ଗାଳିଗୁଲଜ କରିଥିଲେ। ତେଣୁ ବାଧ୍ୟହୋଇ ସେମାନେ ଏ ସମ୍ପର୍କରେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏଥିସହ ଠିକାଦାର ଏବଂ ବିଭାଗୀୟ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।
ଏ ନେଇ ବିଭାଗୀୟ ଯନ୍ତ୍ରୀ ତ୍ରିଲୋଚନ ପ୍ରଧାନ କୁହନ୍ତି, ଠିକାଦାର କଂକ୍ରିଟ୍‌ ରାସ୍ତା ଖୋଳି ଦେଇଥିଲେ। କହିବା ସତ୍ତ୍ୱେ ସେ ଏହାକୁ ମରାମତି କରୁ ନ ଥିବାରୁ ତାଙ୍କର ବିଲ୍‌ ବନ୍ଦ କରାଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ

ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri