ପ୍ରକଳ୍ପରୁ ମିଳୁନି ପାନୀୟ ଜଳ: ପୋଖରୀ ପାଣି ଭରସା

ଖଣ୍ଡପଡ଼ା/ଭାପୁର,୨୭ା୪(ସ୍ବ.ପ୍ର./ଡି.ଏନ.ଏ.): ଭାପୁର ବ୍ଲକ ବାଇଗୁଣିଆଁ ପଞ୍ଚାୟତ କେଶରସିଂ ନୂଆସାହି ଗ୍ରାମବାସୀଙ୍କ ପାଇଁ ପାନୀୟଜଳ ମୁଖ୍ୟ ସମସ୍ୟା ହୋଇଛି। ପ୍ରକଳ୍ପ ଥିଲେ ବି ସେଥିରୁ ଜଳ ମିଳୁନି। ଫଳରେ ପୋଖରୀ ପାଣି ଲୋକଙ୍କ ଭରସା ହୋଇଛି।
ପ୍ରାୟ ୫ବର୍ଷ ପୂର୍ବେ ଗ୍ରାମରେ ପାନୀୟ ଜଳ ପ୍ରକଳ୍ପ ପ୍ରତିଷ୍ଠା ହୋଇଥିଲା। ଗ୍ରାମକୁ ପାଇପ୍‌ଲାଇନ ବିଛାଯାଇ ଗ୍ରାମ ମଧ୍ୟଭାଗରେ ଥିବା ୩ଟି ଷ୍ଟାଣ୍ଡ୍‌ପୋଷ୍ଟ ମାଧ୍ୟମରେ ପାନୀୟ ଜଳ ଯୋଗାଇବା ବ୍ୟବସ୍ଥା ହୋଇଛି। ମାତ୍ର ଉକ୍ତ ଷ୍ଟାଣ୍ଡ୍‌ପୋଷ୍ଟରେ ପାନୀୟ ଜଳ ଉପଲବ୍ଧ ହେଉନାହିଁ। ଫଳରେ ଗ୍ରୀଷ୍ମପ୍ରବାହ ସମୟରେ ନୂଆସାହି ବାସିନ୍ଦା ପାନୀୟ ଜଳ ମୁନ୍ଦେ ନିିମନ୍ତେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବାଧ୍ୟହୋଇ ସେମାନେ ନିକଟସ୍ଥ ଦୋସରିବନ୍ଧ ପୋଖରୀରୁ ଜଳ ଆଣି ଚଳୁଥିବା ନେଇ ଗ୍ରାମର ରମ୍ଭା ଦେଈ, ସୁବାସ ପ୍ରଧାନ, ରମେଶ ପ୍ରଧାନ, ଦେବେନ୍ଦ୍ର ସେଠୀ ପ୍ରମୁଖ ପ୍ରକାଶ କରିଛନ୍ତି। ପୋଖରୀର ଗୋଳିଆ ପାଣି ବ୍ୟବହାର କରି ବହୁ ଲୋକ ରୋଗରେ ଆକ୍ରାନ୍ତ ହୋଇଥିବା ଅଭିଯୋଗ ହେଉଛି। ଅନ୍ୟପକ୍ଷେ ଗ୍ରାମରେ ଏକ ନଳକୂପ ଥିଲେ ମଧ୍ୟ ସେଥିରୁ ଫ୍ଲୋରାଇଡଯୁକ୍ତ ପାଣି ବାହାରୁଥିବାରୁ ତାହା ବ୍ୟବହାର ଅନୁପଯୋଗୀ ହୋଇଛି। ଗ୍ରାମବାସୀ ଏ ସମ୍ପର୍କରେ ପଞ୍ଚାୟତ, ବ୍ଲକ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ କର୍ତ୍ତପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ହେଁ କୌଣସି ସୁଫଳ ମିଳି ନାହିଁ। ତୁରନ୍ତ ସାହି ବାସିନ୍ଦାଙ୍କୁ ପାଇପ୍‌ଲାଇନ ଯୋଗେ ସ୍ବଚ୍ଛ ପାନୀୟ ଜଳ ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ କନିଷ୍ଠଯନ୍ତ୍ରୀ ଅମରେଶ ଚନ୍ଦ୍ର ପଣ୍ଡାଙ୍କୁ ପଚାରିବାରୁ ସେ କହିଥିଲେ, ପାଇପ୍‌ଲାଇନର କେତେକ ସ୍ଥାନରେ ଲିକେଜ୍‌ ଥିବାରୁ ସମସ୍ୟା ସୃଷ୍ଟି ହେଉଛି। ଆସନ୍ତା ୨/୩ ଦିନ ମଧ୍ୟରେ ଏହାକୁ ମରାମତି କରାଯାଇ ଲୋକମାନଙ୍କୁ ସ୍ବଚ୍ଛ ପାନୀୟଜଳ ଯୋଗାଇବା ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟମଣ୍ଡଳ କ୍ରୀଡ଼ା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri