Posted inଜାତୀୟ

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ପରୀକ୍ଷା ଫଳ

ନୂଆଦିଲ୍ଲୀ,୧୪।୬: ମେ ୨୭ରେ ଅନୁଷ୍ଠିତ ହୋଇଥିବା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ ମହାରାଷ୍ଟ୍ରର କାର୍ତ୍ତିକେୟ ଗୁପ୍ତା ୩୬୦ରୁ ୩୩୭ ନମ୍ବର ରଖି ସର୍ବୋଚ୍ଚ ସ୍ଥାନରେ ଅଛନ୍ତି । ସୂଚନା ଅନୁଯାୟୀ, ଜେଇଇ ମେନ୍‌ ପରୀକ୍ଷାରେ କାର୍ତ୍ତିକେୟ ୧୮ତମ ର଼୍ୟାଙ୍କ ହାସଲ କରିଥିଲେ। ଚଳିତ ବର୍ଷ ଏଥିଲାଗି ମୋଟ ୧ ଲକ୍ଷ ୬୧ ହଜାର ୩୧୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ଏଥିମଧ୍ୟରୁ ମୋଟ ୩୮ ହଜାର ୭୦୫ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କ ମଧ୍ୟରେ ୫, ୩୫୬ ଜଣ ଛାତ୍ରୀ ରହିଛନ୍ତି। ଛାତ୍ରୀଙ୍କ ମଧ୍ୟରୁ ତେଲେଙ୍ଗାନା ମଧପୁରର ଶବନମ ସାହୟ ୩୭୨ରୁ ୩୦୮ ନମୱର ରଖି ଟପ୍ପର ହୋଇଛନ୍ତି। କାର୍ତ୍ତିକେୟଙ୍କ ଘର ମହାରାଷ୍ଟ୍ରର ଚନ୍ଦ୍ରପୁର ଅଞ୍ଚଳରେ। ସେହିପରି ଦ୍ୱିତୀୟ ସ୍ଥାପରେ ରହିଛନ୍ତି ଆଲ୍ଲାହାବାଦର ହିମାଂଶୁ ସିଂହ ଏବଂ ତୃତୀୟ ସ୍ଥାନରେ ରହିଛନ୍ତି ଦିଲ୍ଲୀର ଅର୍ଚ୍ଚିତ ବୁବନା।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଥାପିତ ନୀତି ତୁରନ୍ତ କାର୍ଯ୍ୟକାରୀ ଦାବି, ନଚେତ୍‌ କମ୍ପାନୀ ବିରୋଧରେ ହେବ ବିରାଟ ଆନ୍ଦୋଳନ

ଛତ୍ରପୁର,୧୫ା୭(ଦିଲ୍ଲୀପ ସାମଲ): ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଏଥିପାଇଁ ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁନିର୍ବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ ବ୍ରହ୍ମପୁରସ୍ଥିତ ଆର୍‌ଡିସିଙ୍କ…

ପୂର୍ବତନ ମନ୍ତ୍ରୀଙ୍କ ଅବଦାନକୁ ମନେ ପକାଇଲେ ଅତିଥି, ଜିଲା ଗଠନରେ…

ନୂଆପଡ଼ା,୧୫ା୭(ମକାରୁ ବେମାଲ): ସ୍ଥାନୀୟ ନ୍ୟାଶନାଲ ମହାବିଦ୍ୟାଳୟଠାରେ ବୁଧବାର ସ୍ବର୍ଗୀୟ ଜନନେତା ପୂର୍ବତନ ମନ୍ତ୍ରୀ ଘାସିରାମ ମାଝିଙ୍କ ୧୦୨ତମ ଜନ୍ମତିଥି ପାଳିତ ହୋଇଯାଇଛି। ନୂଆପଡ଼ା ଏକତା ଛକଠାରେ ଥିବା…

ବଙ୍ଗୋପସାଗରରେ ଲଘୁଚାପ: ରଥଯାତ୍ରାରେ ଅତି ପ୍ରବଳ ବର୍ଷା, ଆହୁରି ୪ ଦିନ ହାଇଆଲର୍ଟ!

ଭୁବନେଶ୍ୱର,୧୫।୭: ପାଣିପାଗକୁ ନେଇ ବଡ଼ ଖବର । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ରଥଯାତ୍ରା ପୂର୍ବରୁ ପାଣିପାଗରେ ବଡ଼ ପରିବର୍ତ୍ତନ । ରାଜ୍ୟର ବିଭିନ୍ନ ସ୍ଥାନରେ…

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ…

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ…

8th Pay Commission: ଚମକିବ ସରକାରୀ କର୍ମଚାରୀଙ୍କ ଭାଗ୍ୟ, ଆଶାଠାରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୧୫।୭: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱାସନାଜନକ ଖବର ସାମ୍ନାକୁ ଆସିଛି। ଆଗାମୀ ଦିନରେ କର୍ମଚାରୀଙ୍କ ହାଉସ ରେଣ୍ଟ…

ଏଥାନଲ୍ ମିଶ୍ରିତ ପେଟ୍ରୋଲ ପସନ୍ଦ ନୁହେଁ ତ ଅଧିକ ଟଙ୍କା ଦିଅ, ଶୁଦ୍ଧ ପେଟ୍ରୋଲ କିଣ: ନିତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୭: ଏଥାନଲ ମିଶ୍ରିତ ପେଟ୍ରୋଲ (E୨୦) କୁ ନେଇ ଚାଲିଥିବା ବିବାଦ ଓ ଆଶଙ୍କା ଉପରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri