ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ: ପାସ୍‌ ହାର ୭୨.୩୩%

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ପ୍ରକାଶ ପାଇଛି ବିଜ୍ଞାନ ପରୀକ୍ଷା ଫଳ। ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନର ଗୀତଗୋବିନ୍ଦ ଅଡିଟୋରିୟମ୍‌ରେ ପରୀକ୍ଷା ଫଳ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତ ବର୍ଷ ପାସ୍‌ ହାର ୭୨.୩୩% ରହିଛି। ତେବେ ବର୍ଷ ୯୭,୭୫୦ ପିଲା ପରୀକ୍ଷା ଦେଇଥିବା ବେଳେ ୭୦,୭୦୬ ଜଣ ପାସ୍‌ କରିଛନ୍ତି। ସେଥିମଧ୍ୟରୁ ୪୦,୦୫୮ ଜଣ ଛାତ୍ର ଏବଂ ୩୦,୬୪୮ ଛାତ୍ରୀ ପାସ୍‌ କରିଛନ୍ତି। ପ୍ରଥମ ଶ୍ରେଣୀରେ ୨୦,୮୦୬ ଛାତ୍ରୀଛାତ୍ର ପାସ୍‌ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୩,୯୦୪ ଏବଂ ତୃତୀୟ ଶ୍ରେଣୀରେ ୨୫,୩୬୦ ଛାତ୍ରୀଛାତ୍ର ରହିିଛନ୍ତି। ସେହିପରି କମ୍ପାର୍ଟମେଣ୍ଟାଲରେ ୬୩୬ ଜଣ ପରୀକ୍ଷାର୍ଥୀ ପାସ୍‌ କରିଛନ୍ତି। ସର୍ବାଧିକ ପାସ୍‌ ହାର ବାଲେଶ୍ୱରରେ ଥିବା ବେଳେ ସର୍ବନିମ୍ନ ପାସ୍‌ ହାର ରହିଛି ଗଜପତି ଜିଲାରେ। ସେହିପରି ୯ଟି କଲେଜରେ ପରୀକ୍ଷା ଫଳ ଶୂନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଗନ୍ନାଥପ୍ରସାଦ NAC ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୧୨ ଓ୍ବାର୍ଡରେ ହେବ ବିଭକ୍ତ, ଆସନ ସଂରକ୍ଷଣ ନେଇ…

ଜଗନ୍ନାଥପ୍ରସାଦ,୧୯ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳକୁ ନେଇ ନବଗଠିତ ବିଜ୍ଞାପିତ ଅଞ୍ଚଳ ପରିଷଦ(NAC)ର ଓ୍ବାର୍ଡ ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ନେଇ ଅଧିସୂଚନା…

ଫେସବୁକ ଡାଉନ: ଲଗଇନ ଠାରୁ ୱେବସାଇଟ ପର୍ଯ୍ୟନ୍ତ ସେବା ଠପ

ନୂଆଦିଲ୍ଲୀ,୧୯।୭: ଯଦି ଆଜି ସକାଳ ଠାରୁ ଆପଣଙ୍କର ଫେସବୁକ ଠିକ ଭାବରେ କାମ କରୁନାହିଁ, ତେବେ ଆପଣ ଏକା ନୁହଁନ୍ତି। ସାରା ବିଶ୍ୱରେ ହଜାର ହଜାର ଉପଭୋକ୍ତା…

ଗାଁକୁ ଆସି ପାରିଲାନି ଜନନୀ ଏକ୍ସପ୍ରେସ୍‌, ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ୨ କିଲୋମିଟର ବୋହିଲେ ଗ୍ରାମବାସୀ

ଭବାନୀପାଟଣା/ଥୁଆମୂଳ ରାମପୁର,୧୯ା୭(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଦୁର୍ଗମ ଥୁଆମୂଳ ରାମପୁର ବ୍ଲକରେ ରାସ୍ତା ସମସ୍ୟା ପୁଣିଥରେ ସାଧାରଣ ଲୋକଙ୍କ ଦୁର୍ଦ୍ଦଶାକୁ ସାମ୍ନାକୁ ଆଣିଛି। ପ୍ରସବ…

ରାସ୍ତା ଉପରେ ଆଣ୍ଠୁଏ ପାଣି, ବହୁବାର ଅଭିଯୋଗ ପରେ ବି ଶୁଣୁନି ପ୍ରଶାସନ, ମରାମତି ଦାବି କରି…

କେସିଙ୍ଗା,୧୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟାଳୟ ଅଧିନସ୍ଥ କିକିଆ ଗ୍ରାମ ପଞ୍ଚାୟତର ଖଜୁରପଡ଼ାଠାରୁ କିକିଆ ୩କିମି ରାସ୍ତା ଶୋଚନୀୟ ଅବସ୍ଥାରେ ଦୀର୍ଘ ୧୫…

ରାଗରେ କମ୍ପୁଛି ଆମେରିକା; ଜୋର୍ଡାନରେ ଦୁଇ ସୈନିକଙ୍କ ମୃତ୍ୟୁକୁ ନେଇ ଇରାନ ଉପରେ ପୁଣି କଲା ଆକ୍ରମଣ

ଓ୍ବାଶିଂଟନ,୧୯ା୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ (CENTCOM) ଘୋଷଣା କରିଛି ଯେ, ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ ଅନୁଯାୟୀ, ଆମେରିକୀୟ…

ସୋନମ ଓ୍ବାଙ୍ଗଚୁକଙ୍କ ସ୍ତ୍ରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ: ଅଭିଯୋଗ ଆଣି କହିଲେ ପରିବାର ଇଚ୍ଛା ବିରୋଧରେ…

ନୂଆଦିଲ୍ଲୀ,୧୯ା୭: ବିଶିଷ୍ଟ ଶିକ୍ଷାବିତ୍‌ ତଥା ପରିବେଶବିତ୍‌ ସୋନମ ଓ୍ବାଙ୍ଗଚୁକଙ୍କ ସ୍ତ୍ରୀ ଗୀତାଞ୍ଜଳି ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସଫଦରଜଙ୍ଗ ହସ୍ପିଟାଲରୁ ଘରୋଇ ମେଡିକାଲକୁ ସ୍ଥାନାନ୍ତର ପାଇଁ ଗୀତାଞ୍ଜଳି…

ପୁଣି ଖୋଲିଲା ହୀରାକୁଦ ଗେଟ୍: ୬୧୧ ଫୁଟ୍ ଟପିଲା…. 

ସମ୍ବଲପୁର, ୨୦।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରୁଛି। ଫଳରେ ଜଳଭଣ୍ଡାରର ଜଳସ୍ତର କ୍ରମାଗତ…

ସିର୍ଜାପାଲିରେ ଶ୍ରୀ ଜଗନ୍ନାଥଙ୍କ ବରାହ ବେଶ ଦର୍ଶନ

କେସିଙ୍ଗା, ୧୯।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିର୍ଜାପାଲି ଗ୍ରାମସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ଶନିବାର ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପାରମ୍ପରିକ ବରାହ ବେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri