ପ୍ରକୃତିପ୍ରେମୀ ମହାବୀର ବାବାଙ୍କ ପରଲୋକ

ବୋଲଗଡ,୧୪ା୧୨(ଡି.ଏନ.ଏ.): ବୋଲଗଡ ବ୍ଲକ ଜଖଲା ପାହାଡ ଉପରେ ଥିବା ମହାବୀର ମନ୍ଦିରର ପ୍ରତିଷ୍ଠାତା ବାବା ରାମନାରାୟଣ ଦାସ ମହାରାଜ (୬୦)ଙ୍କର ଶୁକ୍ରବାର ପରଲୋକ ହୋଇଛି । ସେ ମହାବୀର ବାବା ନାମରେ ସ୍ଥାନୀୟ ଅଞ୍ଚଳରେ ପରିଚିତ ଥିଲେ । ତାଙ୍କ ବିୟୋଗରେ ବୋଲଗଡ ବ୍ଲକ ଅଞ୍ଚଳରେ ଶୋକପ୍ରକାଶ ପାଇଛି । ସେ ଜଣେ ପ୍ରକୃତିପ୍ରେମୀ ଭାବେ ଜଖଲା ପାହାଡରେ ଗଛ ଲଗାଇ ସବୁଜିମାରେ ଭରି ଦେଇଥିଲେ । ଜଙ୍ଗଲ ସୃଷ୍ଟି କରିବାରେ ସେ ସ୍ଥାନୀୟ ଅଞ୍ଚଳରେ ଅନ୍ୟମାନଙ୍କ ପାଇଁ ଉଦାହରଣ ହୋଇଥିଲେ । ପ୍ରକୃତିକୁ ଭଲ ପାଇବା ସହିତ ଆଧ୍ୟାତ୍ମିକତା କାର୍ଯ୍ୟରେ ତାଙ୍କର ଜୀବନକୁ ସେ ଉତ୍ସର୍ଗ କରିଥିଲେ। ବାବା ରାମନାରାୟଣ କିଡ୍‌ନୀ ଜନିତ ରୋଗରେ ପୀଡିତ ହୋଇ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ସନ୍ଧ୍ୟାରେ ତାଙ୍କର ମୃତଦେହ ବୋଲଗଡଠାରେ ପହଞ୍ଚିବା ପରେ ଏକ ଶୋଭାଯାତ୍ରାରେ ନିଆଯାଇ ଗବଡିହପାଟଣାଗ୍ରାମଠାରେ ଶେଷଦର୍ଶନ ପାଇଁ ରଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଫୋନ୍‌ରେ ଗପି ଗପି ଯାଉଥିଲେ ଭାଜପା ଜିଲାଧ୍ୟକ୍ଷ, ହଠାତ୍‌ ଆସିଲା ହୃଦ୍‌ଘାତ: ଆଉ ତା’ପରେ…

ଭୋପାଳ,୧୬।୭: ମଧ୍ୟପ୍ରଦେଶର ଛିନ୍ଦୱାଡାରେ ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଲୋକେଶ ଦେହାରିଆଙ୍କ ହୃଦଘାତ ଯୋଗୁ ଆକସ୍ମିକ ମୃତ୍ୟୁ ହୋଇଥିବା ରିପୋର୍ଟ ହୋଇଛି। ଛିନ୍ଦୱାଡା ସହରର…

ଜିଦ୍‌ରେ ଅଟଳ ସୋନମ ୱାଙ୍ଗଚୁକ: କହିଲେ- ମୋତେ ଅନଶନ ଭାଙ୍ଗିବାକୁ କୁହନ୍ତୁ ନାହିଁ…

ନୂଆଦିଲ୍ଲୀ,୧୬।୭: ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ତଥା ଶିକ୍ଷା ସଂସ୍କାରବାଦୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଗୁରୁବାର ୧୯ ଦିନରେ ପ୍ରବେଶ…

କେ.ସମାସିଂହାରୁ ଆସିଲା ସାଙ୍ଘାତିକ ଦୃଶ୍ୟ: ଘର କାନ୍ଥ ଭାଙ୍ଗି ଧାନ ବସ୍ତା ଟେକିନେଲା ଦନ୍ତା

କୋଲାବିରା,୧୬।୭(ସଞ୍ଜୟ ପୂଜାରୀ ): ଝାରସୁଗୁଡ଼ା ଜିଲା କୋଲାବିରା ଓ ବାଗଡିହି ବନାଞ୍ଚଳରେ ବିଗତ ୩/୪ ଦିନ ହେଲା ଗୋଟିଏ ଦନ୍ତା ହାତୀ ଘୂରି ବୁଲୁଥିବା ବେଳେ ଜନସାଧାରଣ…

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବି: ଶତାଧିକ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ବିରାଟ ରାଲି

ଅମରପାଲି, ୧୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନୂଆପଡା ମୌଜାରେ ନିକଟରେ ଖୋଲାଯାଇଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା…

ଝୁଲି ଝୁଲି ଆସୁଛନ୍ତି ବଡଠାକୁର, ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ

ପୁରୀ,୧୬।୭: ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ପବିତ୍ର ପହଣ୍ଡି । ଶଙ୍ଖ, ଘଣ୍ଟ, ମୃଦଙ୍ଗ ଓ “ହରିବୋଲ” ଧ୍ୱନିରେ ପ୍ରକମ୍ପିତ ହେଉଛି ସମଗ୍ର ବଡ଼ଦାଣ୍ଡ। ଭକ୍ତିରେ ମୁଖରିତ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri