ପ୍ରଚାର ବେଳେ ଉତ୍ତେଜନା

ଚାନ୍ଦବାଲି, ୨୩।୪ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଅଧୀନ ଯଶୀପୁର ପଞ୍ଚାୟତର ବିଭିନ୍ନ ଗ୍ରାମରେ ସୋମବାର ବିଜେଡି ପକ୍ଷରୁ ନିର୍ବାଚନ ପ୍ରଚାର ହୋଇଥିଲା। ବିଜେଡି ବିଧାୟକ ପ୍ରାର୍ଥୀ ବ୍ୟୋମକେଶ ରାୟ ସମର୍ଥକଙ୍କ ସହ କୁଦକାନ୍ଥି ନିକଟରୁ ଶୋଭାଯାତ୍ରାରେ ବାହାରି ଯଶୀପୁର ବଜାର ନିକଟରେ ପହଞ୍ଚିଥିଲେ। ତେବେ ଏଠାରେ କେତେକ ସ୍ଥାନୀୟ ଲୋକ ବିଧାୟକଙ୍କ ଗସ୍ତକୁ ବିରୋଧ କରିବା ଦେଖାଯାଇଥିଲା। ଏହାକୁ ନେଇ ଉଭୟ ପକ୍ଷରୁ ଟେକାପଥର ମାଡ଼ ହୋଇ ଉତ୍ତେଜନା ପ୍ରକାଶ ପାଇଥିଲା। ବାଂଶଡ଼ା ଥାନା ପୋଲିସ ପହଞ୍ଚି ବୁଝାଶୁଝା କରିଥିଲା। ତେବେ ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ବିଧାୟକ ଅନ୍ୟ ରାସ୍ତାରେ ବୁଲି ପ୍ରଚାର କରିଥିଲେ। ଶୋଭାଯାତ୍ରା ଯଶୀପୁର ବଜାର ଅତିକ୍ରମ କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ବିଧାୟକ ବ୍ୟୋମକେଶ ଶୋଭାଯାତ୍ରାରେ ଯଶୀପୁର ପଞ୍ଚାୟତର କୁଦକାନ୍ଥି, ଯଶୀପୁର, ବଳସାହି, ବାରାକୋହ୍ଲା ଆଦି ଗଁା ପରିକ୍ରମା କରି ନିଜ ସପକ୍ଷରେ ପ୍ରଚାର କରିଥିଲେ। ବ୍ଲକ ବିଜେଡି ସଭାପତି ଦ୍ୱିଜବର ରାଉତ, ନରେଶ ମାଝି, ଶରତ ସାହୁଙ୍କ ସମେତ ବିଭିନ୍ନ ଅଞ୍ଚଳରୁ ଆସିଥିବା ଦଳୀୟ ସମର୍ଥକ ଓ କର୍ମୀ ଶୋଭାଯାତ୍ରାରେ ସାମିଥିଲେ। ଗଣ୍ଡଗୋଳ ନେଇ ଉଭୟ ପକ୍ଷରୁ ବାଂଶଡ଼ା ଥାନାରେ ଲିଖିତ ଅଭିଯୋଗ ହୋଇଛି। ସନ୍ଧ୍ୟାରେ ଏସ୍‌ଡିପିଓ ଉମାଶଙ୍କର ମହାରଣା ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତା, ବାଲି ବ୍ୟବସାୟକୁ କେନ୍ଦ୍ର କରି ଗୁଳିମାଡ଼, ୪ ଅଟକ

ବାଲେଶ୍ୱର,୧୩।୧୨( ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ଗିଲାଯୋଡ଼ି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ପୂର୍ବ ଶତ୍ରୁତା ଓ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

ଜାଲରେ ପଡ଼ିଲା ୭ ଟନର ସାର୍କ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୫ା୧୨(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର କୂଳ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଲା ବିଶାଳକାୟ ସାର୍କ ମାଛ। ଏହି ମାଛକୁ ନିକଟସ୍ଥ ଗ୍ରାମର...

ଶୁକଦେବଙ୍କୁ ମୃତ ଭାବି ନେଇଥିଲେ ଘର ଲୋକେ: ୨୫ ବର୍ଷ ପରେ ଘଟିଲା…

ସିମୁଳିଆ,୧l୧୨(ସନ୍ତୋଷ କୁମାର ନାୟକ): ମୃତ ଘୋଷିତ ବ୍ୟକ୍ତି ଘରକୁ ଫେରନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବଙ୍ଗାଳପୁର ପଞ୍ଚାୟତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri