Posted inଜାତୀୟ

ପ୍ରଚାର ସମୟରେ ଖାଦ୍ୟ ପରଷିବାରୁ ଅଡ଼ୁଆରେ ପଡ଼ିଗଲେ ପ୍ରିୟଙ୍କା

ଓ୍ବାୟନାଡ଼,୨୨।୪: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ନିଜ ଭାଇ ତଥା କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନୂଆ ନିର୍ବାଚନମଣ୍ଡଳୀ କେରଳ ଓ୍ବାୟନାଡରେ ପହଞ୍ଚିଥିଲେ। ସେଠାରେ ରହୁଲ ଗାନ୍ଧୀଙ୍କ ପକ୍ଷରୁ ପ୍ରିୟଙ୍କା ରାଲି କରିବା ସହ ରୋଡ ଶୋ’ କରିଥିଲେ। ଏଥିସହ ସେ ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣରେ ଶହୀଦ ଯବାନ ବସନ୍ତ କୁମାରଙ୍କ ପରିବାରଙ୍କୁ ମଧ୍ୟ ଭେଟିଥିଲେ। ସେହି ସମୟରେ ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଥିଲା। ଯାହା ପରବର୍ତ୍ତି ସମୟରେ ଚର୍ଚ୍ଚାର ବିଷୟ ପାଲଟିଛି। ବସନ୍ତ କୁମାରଙ୍କ ପରିବାରକୁ ଭେଟିବା ସମୟରେ ଯବାନଙ୍କ ପଡ଼ୋଶୀ ପ୍ରିୟଙ୍କାଙ୍କୁ ଭୋଜନ ପାଇଁ ଆମନ୍ତ୍ରଣ କରିଥିଲେ। ଏହାପରେ ସେଠାରେ ଏକପ୍ରକାର ଦ୍ୱନ୍ଦ ପରିସ୍ଥିତି ସୃଷ୍ଟି ହୋଇଥିଲା। ନିୟାମାନୁସାରେ କେରଳ ପୋଲିସ ପ୍ରିୟଙ୍କାଙ୍କୁ ଖାଇବା ପାଇଁ ମନା କରିଦେଇଥିଲେ। ହେଲେ ପରେ ଏସପିଜିର ସୁରକ୍ଷାକର୍ମୀ ସେହି ଖାଇବାକୁ ଖାଇ ଯାଞ୍ଚ କରିବା ପରେ ପ୍ରିୟଙ୍କା ଗାନ୍ଧୀ ଖାଇଥିଲେ। କାରଣ ପ୍ରୋଟ୍ରୋକଲ ଅନୁସାରେ ପ୍ରିୟଙ୍କା ସବୁବେଳେ ଏକ ସ୍ବତନ୍ତ୍ର ସୁରକ୍ଷା ଦଳ (ଏସପିଜି)ର ସୁରକ୍ଷାରେ ରହିଥାନ୍ତି। ଫଳରେ ତାଙ୍କ ସୁରକ୍ଷା ଦୃଷ୍ଟିରୁ କୌଣସି ସ୍ଥାନରେ ବିନା ଯାଞ୍ଚରେ ଖାଦ୍ୟ ଖାଇବା ପାଇଁ ବାରଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର…

ଉଚ୍ଚ ଶ୍ରେଣୀରେ କମୁଛି ଛାତ୍ରୀଛାତ୍ରଙ୍କ ଆନନ୍ଦଦାୟକ ସ୍ଥିତି

ମୁମ୍ବାଇ, ୨୨ା୮ : ଭାରତରେ ଛାତ୍ରୀଛାତ୍ରଙ୍କ ବର୍ଷକୁ ବର୍ଷ ଶ୍ରେଣୀ ବୃଦ୍ଧି ପାଇବା ସହ ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଏବଂ ଆତ୍ମବିଶ୍ୱାସରେ ହ୍ରାସ ପାଉଥିବା ଏକ ନୂତନ…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri