Posted inଜାତୀୟ

ପ୍ରଜ୍ଞାପନ ମେଢ଼କୁ ନେଇ ବିବାଦ:ବିରୋଧ କରିବାରୁ ବାଦ୍‌

ନୂଆଦିଲ୍ଲୀ,୩ା୧(ପି.ଟି./ ଆଇଏଏନ୍‌ଏସ୍‌):ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସରେ ସ୍ଥାନ ପାଇବାକୁ ଥିବା ପ୍ରଜ୍ଞାପନ ମେଢ଼କୁ ନେଇ ବିବାଦ ଉଠିଛି। ପଶ୍ଚିମବଙ୍ଗ ଓ ମହାରାଷ୍ଟ୍ର ସରକାର ସେମାନଙ୍କ ପ୍ରସ୍ତାବକୁ କେନ୍ଦ୍ର ସରକାର ପ୍ରତ୍ୟାଖ୍ୟାନ କରିଦେଇଥିବାରୁ ଆପତ୍ତି ଉଠାଇଛନ୍ତି। ତେବେ ମୋଟ ୫୬ଟି ପ୍ରସ୍ତାବ ଆସିଥିଲା, ଯହିଁରୁ ମାତ୍ର ୨୨ଟି ଗ୍ରହଣୀୟ ବୋଲି ଗୁୁରୁବାର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ନୂଆଦିଲ୍ଲୀରେ ଜାତୀୟ ସ୍ତରରେ ସାଧାରଣତନ୍ତ୍ର ଦିବସ ପାଳନ ବେଳେ ସାମିଲ କରାଯିବା ପାଇଁ ୩୨ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପକ୍ଷରୁ ୫୬ଟି ପ୍ରସ୍ତାବ ଦିଆଯାଇଥିଲା। ସେହିପରି ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗଗୁଡ଼ିକ ୨୪ଟି ପ୍ରସ୍ତାବ ଦେଇଥିଲେ। ସେଥିରୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୬ ଏବଂ ମନ୍ତ୍ରଣାଳୟ ତଥା ବିଭାଗଗୁଡ଼ିକର ୬ ପ୍ରଜ୍ଞାପନ ମେଢ଼ ପ୍ରସ୍ତାବକୁ ଗ୍ରହଣ କରାଯାଇଛି। ୫ ଥର ବୈଠକ କରାଯାଇ ଯାଞ୍ଚ କରିବା ପରେ ମୋଟ ୨୨ଟିକୁ ବଛାଯାଇଛି। ପ୍ୟାନେଲ ଦ୍ୱାରା ନିର୍ଦ୍ଧାରିତ ମାନଦଣ୍ଡ ଅନୁସାରେ ଆସୁ ନ ଥିବା ପ୍ରସ୍ତାବଗୁଡ଼ିକୁ ପ୍ରତ୍ୟାଖ୍ୟାନ କରାଯାଇଛି ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟର ଜଣେ ଅଧିକାରୀ ସ୍ପଷ୍ଟ କରିଛନ୍ତି। ସ୍ଥାନ ପାଇବାକୁ ଥିବା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ହେଲା ଆନ୍ଧ୍ରପ୍ରଦେଶ, ଆସାମ, ଛତିଶଗଡ଼, ଗୋଆ, ଗୁଜରାଟ, ହିମାଚଳ ପ୍ରଦେଶ, ଜମ୍ମୁ ଓ କଶ୍ମୀର, କର୍ନାଟକ, ମଧ୍ୟପ୍ରଦେଶ, ମେଘାଳୟ, ଓଡ଼ିଶା, ପଞ୍ଜାବ, ରାଜସ୍ଥାନ, ତାମିଲନାଡୁ, ତେଲଙ୍ଗାନା ଏବଂ ଉତ୍ତରପ୍ରଦେଶ। ସେହିପରି ଶିଳ୍ପ, ପାନୀୟ ଜଳ, ଅର୍ଥ, ଏନ୍‌ଡିଆର୍‌ଏଫ୍‌ ଏବଂ ସିପିଡବ୍ଲ୍ୟୁଡି ଭଳି ମନ୍ତ୍ରଣାଳୟ ଓ ବିଭାଗର ମେଢ଼ ଏଥିରେ ସାମିଲ ହେବ।
ପଶ୍ଚିମବଙ୍ଗ ଓ ମହାରାଷ୍ଟ୍ର ଏଥିରେ ସ୍ଥାନ ନ ପାଇବା ପରେ ତୃଣମୂଳ କଂଗ୍ରେସ, ଏନ୍‌ସିପି ଏବଂ ଶିବସେନା କେନ୍ଦ୍ରକୁ ଟାର୍ଗେଟ କରିଛନ୍ତି। ଭାଜପା ଶାସିତ କେନ୍ଦ୍ର ସରକାର ଭେଦଭାବ କରି ଦୁଇ ରାଜ୍ୟର ଲୋକଙ୍କୁ ଅପମାନିତ କରିଛନ୍ତି ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସମାଲୋଚନା କରିଛନ୍ତି। କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ପଶ୍ଚିମବଙ୍ଗବାସୀ ବିକ୍ଷୋଭ କରୁଥିବାରୁ ମୋଦି ସରକାର ପ୍ରତିଶୋଧପରାୟଣ ହୋଇ ଆମ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି ବୋଲି ରାଜ୍ୟ ସଂସଦୀୟ ବ୍ୟାପାର ମନ୍ତ୍ରୀ ତାପସ ରାୟ ଅଭିଯୋଗ ଆଣିଛନ୍ତି। ସେହିପରି ଏନ୍‌ସିପି ନେତା ସୁପ୍ରିୟା ସୁଲେ ମଧ୍ୟ କେନ୍ଦ୍ର ବିରୋଧରେ ଭେଦଭାବ ଅଭିଯୋଗ ଆଣିଛନ୍ତି। ପଶ୍ଚିମବଙ୍ଗ ଓ ମହାରାଷ୍ଟ୍ର ସ୍ବାଧୀନତା ସଂଗ୍ରାମରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଦୁଇରାଜ୍ୟର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ସାମିଲ କରା ନ ଯିବା ଏକ ଅପମାନ ବୋଲି ସେ କହିଛନ୍ତି। ଶିବସେନା ଏମ୍‌ପି ସଞ୍ଜୟ ରାଉତ୍‌ ମଧ୍ୟ ଏହା ପଛରେ ରାଜନୈତିକ ଷଡ଼ଯନ୍ତ୍ର ଥିବା ଆଶଙ୍କା ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଏବରେଲି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରିଛି। ଭାଜପା ଦୀନେଶ ପ୍ରତାପ...

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସମସ୍ତ ରାଜ୍ୟରେ ପ୍ରସ୍ତୁତ ମସଲାର ହେବ ଯାଞ୍ଚ

ନୂଆଦିଲ୍ଲୀ,୨।୫: ଭାରତୀୟ ମସଲା ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟକୁ ନେଇ ଉଠିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟର ସରକାରଙ୍କୁ ଏକ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ...

ଅଶ୍ଲୀଳ ଭିଡିଓ ମାମଲାରେ ଗିରଫ ହୋଇପାରନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି: ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୨।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କୁ ଗିରଫ କରିବା ପାଇଁ ନୋଟିସ ଜାରି କରାଯାଇଛି। ଏହି ମାମଲା...

ବ୍ରିଜ ଭୁଷଣ ନୁହେଁ ପୁଅ କରଣ ଭୁଷଣ ସିଂଙ୍କୁ ଟିକେଟ ଦେଲା ଭାଜପା!

ନୂଆଦିଲ୍ଲୀ,୨।୫: ଉତ୍ତର ପ୍ରଦେଶର ଏକ ଉଚ୍ଚ ପ୍ରୋଫାଇଲ ଆସନ ମଧ୍ୟରୁ ଗୋଣ୍ଡା ଜିଲାର କେସରଗଞ୍ଜ ଆସନରେ ଭାଜପା ପ୍ରାର୍ଥୀଙ୍କ ଉପରେ ସସପେନ୍ସ ଶେଷ ହେବା ପରି...

ଏପଟେ କଂଗ୍ରେସ ହାରୁଛି, ସେପଟେ ପାକିସ୍ତାନ କାନ୍ଦୁଛି, କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨।୫: ଗୁରୁବାର ଗୁଜୁରାଟର ଆନନ୍ଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ ଦଳକୁ କଡା...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ହାଇକୋର୍ଟରେ ଏମିତି ଦାବି କଲେ ସିସୋଡିଆ, ଜଜ କହିଲେ କାଲିକି ଆସନ୍ତୁ…

ନୂଆଦିଲ୍ଲୀ,୨।୫: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ପୁଣିଥରେ ଦିଲ୍ଲୀ ହାଇକୋର୍ଟରେ ହାଜର ହୋଇଛନ୍ତି। ଦିଲ୍ଲୀର ମଦ...

ବଡ଼ ଖବର! ଆମେଠିରୁ ନିର୍ବାଚନ ଲଢ଼ିବାକୁ ରାହୁଲଙ୍କ ସହମତି, ଖାର୍ଗେ କରିବେ ଘୋଷଣା-ରିପୋର୍ଟ

ନୂଆଦିଲ୍ଲୀ,୨।୫: କଂଗ୍ରେସ ଦଳରୁ ବଡ଼ ଖବର ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀ ଆମେଠିରୁ ନିର୍ବାଚନ ଲଢ଼ିବା ପାଇଁ ସହମତି ପ୍ରକାଶ କରିଛନ୍ତି। ଏନେଇ କଂଗ୍ରେସ ଅଧ୍ୟକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri