ପ୍ରତି ପଞ୍ଚାୟତରେ ସ୍ମାର୍ଟ ଅଙ୍ଗନଓ୍ବାଡି : ମନ୍ତ୍ରୀ

କାମାକ୍ଷାନଗର, ୧୭।୨(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ପଞ୍ଚାୟତ ସମିତିର ୭ମ ବୈଠକ ରବିବାର ଔଷଧୀୟ ଅରଣ୍ୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା ସୁଫଳା ପଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ମୁଖ୍ୟଅତିଥି ଭାବେ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇ କହିଲେ, ଅଞ୍ଚଳର ବିକାଶ ପାଇଁ ସମନ୍ବୟ ଲୋଡ଼ା। ଜନପ୍ରତିନିଧି ଏବଂ ବିଭାଗୀୟ ଅଧିକାରୀମାନେ ସମନ୍ବୟ ରଖି କାମକଲେ ସହଜରେ ଲକ୍ଷ୍ୟ ପୂରଣ ହୋଇପାରିବ। ଶିଶୁଙ୍କ ଶିକ୍ଷା ଏବଂ ସାମଗ୍ରିକ ବିକାଶ ଉପରେ ଆଲୋଚନା କରି ମନ୍ତ୍ରୀ କହିଲେ, ପ୍ରତି ପଞ୍ଚାୟତର ଗୋଟିଏ ଅଙ୍ଗନଓ୍ବାଡି କେନ୍ଦ୍ରକୁ ସ୍ମାର୍ଟ କରାଯିବ। ଏଠାରେ ଶିଶୁଙ୍କ ପଢ଼ିବା, ଖେଳିବା ଲାଗି ସ୍ବତନ୍ତ୍ର ସୁବିଧା ସୁଯୋଗ ଉପଲବ୍ଧ ହେବ। ଏଥିପାଇଁ ମନ୍ତ୍ରୀଙ୍କ ହାତପାଣ୍ଠିରୁ ପ୍ରତି କେନ୍ଦ୍ରକୁ ୨୫ହଜାର ଟଙ୍କା ଅନୁଦାନ ଦିଆଯିବ ବୋଲି ମୁଖ୍ୟଅତିଥି ସୂଚନା ଦେଇଛନ୍ତି।
ବ୍ଲକ ଅଧୀନ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ରୋଗୀଙ୍କ ସମସ୍ୟା ପ୍ରତି ଧ୍ୟାନ ନ ଦେଇ ଅନ୍ୟତ୍ର ରେଫର କରିଦେଉଛନ୍ତି। ଏପରି ଅଭିଯୋଗ ଆଣି ସଭ୍ୟମାନେ କ୍ଷୋଭବ୍ୟକ୍ତ କରିଥିଲେ। ସେହିପରି କୃଷି ବିଭାଗ ପକ୍ଷରୁ ଚାଷୀଙ୍କୁ ବିହନ, ଆବଶ୍ୟକ ଜ୍ଞାନକୌଶଳ ଦିଆଯାଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଏଥିପ୍ରତି ବିଭାଗୀୟ ଅଧିକାରୀ ଧ୍ୟାନ ଦେବାକୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରେ ଶିକ୍ଷା, ସ୍ବାସ୍ଥ୍ୟ, କୃଷି, ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍‌, ଶିଶୁ ବିକାଶ, କୃଷି ସମ୍ପର୍କରେ ଆଲୋଚନା ହୋଇଥିଲା। ବିଡିଓ ବିକାଶ କୁମାର ମହାନ୍ତି ବ୍ଲକକୁ ରାଜ୍ୟରେ ଏକ ନମ୍ବରରେ ପରିଣତ କରିବା ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ। ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଶରତ ଚନ୍ଦ୍ର ମହାନ୍ତି ସ୍ବାଗତ ଭାଷଣ ଦେଇଥିଲେ। ପରଜଙ୍ଗ ବିଧାୟକଙ୍କ ପ୍ରତିନିଧି ଭ୍ରମର ସାସ୍‌ମଲ, ଜିଲା ପରିଷଦ ସଭ୍ୟ ପ୍ରେମାନନ୍ଦ ସାହୁ, ସରପଞ୍ଚ ଲଲିତ ସାହୁ, ଶିଶିର କୁମାର ବେହେରା, ସମିତି ସଭ୍ୟ ମିହିର ପ୍ରସାଦ ମହାପାତ୍ର, ଦୀପକ ମାହୁନ୍ତଙ୍କ ସମେତ ବିଭିନ୍ନ ପଞ୍ଚାୟତର ନିର୍ବାଚିତ ପ୍ରତିନିଧି ଉପସ୍ଥିତ ଥିଲେ। ଉପାଧ୍ୟକ୍ଷ ରଶ୍ମିରଞ୍ଜନ ଖୁଣ୍ଟିଆ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଗଲେ ନାବାଳକ, ହଠାତ୍….

ଧର୍ମଶାଳା/ବାରବାଟି,୧୧।୬(ଶିବପ୍ରସାଦ ମହାନ୍ତି/ପ୍ରଭୁଦତ୍ତ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଚକଗୋପାଳପୁର ନିକଟ ବ୍ରାହ୍ମଣୀ ନଦୀ ଘାଟରେ ଏକ ଦୁଃଖଦ ଘଟଣା ଘଟିଛି । ନଦୀରେ ଗାଧୋଇବାକୁ…

ଅବକାରୀ ବିଭାଗର SI-ASI ସସ୍‌ପେଣ୍ଡ

କେନ୍ଦ୍ରାପଡ଼ା/ରାଜନଗର,୧୧ା୬(ଜଗନ୍ନାଥ ଧଳ/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ବାରଦିଆ ଗ୍ରାମର ବିନୋଦ ଦାସଙ୍କୁ ଅବକାରୀ ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ଅବକାରୀ କମିଶନର ଅବକାରୀ…

ଥାନା ପରିସରରେ ଗଣଧାରଣା: ସୁରକ୍ଷା ଦାବି କଲେ ୨ ପଞ୍ଚାୟତର ଅଧିବାସୀ

ତିହିଡ଼ି,୧୧ା୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ବାରସର ଓ ଗୋବିନ୍ଦପୁର ପଞ୍ଚାୟତର ଶତାଧିକ ଅଧିବାସୀ ଗୁରୁବାର ପୀରହାଟ ଥାନା ସାମ୍ନାରେ ଗଣଧାରଣା…

ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ

ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି…

କୁଲାଡ ରଥଯାତ୍ରା ପ୍ରସ୍ତୁତି ଚାଲିଛି: ଦେବସ୍ନାନ ପୂର୍ଣ୍ଣିମା ପାଇଁ ସେବାୟତଙ୍କ ସହ ଆଲୋଚନା

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ରଥାଯାତ୍ରା ପାଇଁ ପ୍ରସ୍ତୁତି ଦ୍ରୁତ ଗତିରେ ଚାଲିଛି। ଗୁରୁବାର ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ କୁମାର ମାହାର…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି…

ରବି ଧାନ ଉଠାଣରେ ବିଳମ୍ବ: ବର୍ଷାରେ ଭିଜି ଧାନ ଗଜା, ଜାତୀୟ ରାଜପଥରେ ବସିଲେ ଚାଷୀ

ଭବାନୀପାଟଣା, କେସିଙ୍ଗା, ୧୧।୬(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକର ଅଁଳାପାଲି ଓ ବମକ ମଣ୍ଡିରେ ରବିଧାନ ଉଠାଣ ବିଳମ୍ବକୁ ନେଇ ସ୍ଥାନୀୟ ଚାଷୀଙ୍କ…

ଆସୁଛି ରଜ: ହେଲେ ଦରମା ପାଇବାରୁ ବଞ୍ଚିତ ଶିକ୍ଷୟିତ୍ରୀ-ଶିକ୍ଷକ

ପଟାଙ୍ଗି,୧୧ା୬(ଶରତ କୁମାର ଧଳ): ଆଉ କିଛିଦିନ ପରେ ରଜ। ଏହିପରି ସ୍ଥିତିରେ ଏସ୍‌ଏସ୍‌ଏ ଅନୁଦାନରୁ ପାଉଥିବା ଦରମା ପାଇବାରୁ ବଞ୍ଚିତ ହୋଇଛନ୍ତି ଶିକ୍ଷୟିତ୍ରୀ-ଶିକ୍ଷକଙ୍କଠାରୁ ଆରମ୍ଭ କରି ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri