ପ୍ରତି ପଞ୍ଚାୟତରେ ହେବ କୋଭିଡ୍‌ କେୟାର ହୋମ୍‌

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନା (କୋଭିଡ୍‌‌-୧୯) ମୁକାବିଲା ପାଇଁ ରାଜ୍ୟ ସରକାର ନିଜର ରଣନୀତିରେ ପରିବର୍ତ୍ତନ କରିଛନ୍ତି। କରୋନା ରୋଗୀଙ୍କ ଚିକିତ୍ସା ପାଇଁ ପ୍ରତ୍ୟେକ ପଞ୍ଚାୟତରେ କୋଭିଡ୍‌‌ କେୟାର ହୋମ୍‌ ସ୍ଥାପନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିରେ ୧୦ରୁ ୨୦ ଜଣ ବ୍ୟକ୍ତି ରହିବା ବ୍ୟବସ୍ଥା କରାଯିବ। ଏହାଦ୍ୱାରା ସମଗ୍ର ରାଜ୍ୟର ଗ୍ରାମାଞ୍ଚଳରେ ପ୍ରାୟ ୭୦ ହଜାର ଲୋକଙ୍କ ରହିବା ପାଇଁ ବ୍ୟବସ୍ଥା କରାଯିବ। ଥଣ୍ଡା, ଜ୍ୱର ଓ କାଶ ଲକ୍ଷଣ ଥିବା ବ୍ୟକ୍ତିମାନଙ୍କୁ ସିଧା ହସ୍ପିଟାଲକୁ ନିଆ ନ ଯାଇ ପ୍ରଥମେ କୋଭିଡ୍‌‌ କେୟାର ହୋମ୍‌କୁ ନିଆଯିବ। ପରୀକ୍ଷା ପରେ ଯଦି କୋଭିଡ୍‌ ପଜିଟିଭ ଜଣାପଡ଼ିବ ତେବେ ସମ୍ପୃକ୍ତ ବ୍ୟକ୍ତିଙ୍କୁ କୋଭିଡ୍‌ ହସ୍ପିଟାଲକୁ ପଠାଯିବ। ଅନ୍ୟଥା ସେ ଘରେ ରହି ଚିକିତ୍ସିତ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏଭଳି ବାର୍ତ୍ତା ଦେଇଛନ୍ତି।
କୋଭିଡ୍‌ ପରିଚାଳନାକୁ ବିକେନ୍ଦ୍ରୀକରଣ କରିବା ପାଇଁ ସହର ଓ ଗ୍ରାମାଞ୍ଚଳରେ ଓ୍ବାର୍ଡସ୍ତରୀୟ କମିଟି ଗଠନ କରାଯିବ। ଏହି କୋଭିଡ୍‌ ପରିଚାଳନା କମିଟିରେ ଓ୍ବାର୍ଡସ୍ତରୀୟ ଜନପ୍ରତିନିଧିଙ୍କ ସମେତ ଆଶା କର୍ମୀ, ଅଙ୍ଗନଓ୍ବାଡି କର୍ମୀ, ଏଏନ୍‌ଏମ୍‌ ଏବଂ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ର ସଦସ୍ୟମାନେ ରହିବେ। ଏହି କମିଟିକୁ ମହାମାରୀ ରୋଗ ନିୟନ୍ତ୍ରଣ ଆଇନ ଅନୁଯାୟୀ ସ୍ବତନ୍ତ୍ର କ୍ଷମତା ଦିଆଯିବ। ବର୍ତ୍ତମାନ ଗାଁ କଲ୍ୟାଣ ସମିତି ଏହି କୋଭିଡ୍‌ ପରିଚାଳନା କମିଟିର ଦାୟିତ୍ୱ ନିର୍ବାହ କରିବେ। ପ୍ରତି କମିଟିକୁ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କିରିବାର କ୍ଷମତା ଦିଆଯିବ। କୋଭିଡ୍‌ କେୟାର ହୋମ୍‌ ଏବଂ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର(ଟିଏମ୍‌ସି)ର ଦାୟିତ୍ୱ ପୂର୍ବଭଳି ସରପଞ୍ଚଙ୍କ ଉପରେ ନ୍ୟସ୍ତ ରହିବ। ଏଥିପାଇଁ ତାଙ୍କୁ ଆର୍ଥିକ ଓ ପ୍ରଶାସନିକ କ୍ଷମତା ମିଳିବ। ସହରାଞ୍ଚଳରେ ଓ୍ବାର୍ଡ କମିଟିଗୁଡ଼ିକ ଓ୍ବାର୍ଡ ଅଫିସରଙ୍କ ଦ୍ୱାରା ପରିଚାଳିତ ହେବ। ସେଥିରେ ସ୍ଥାନୀୟ ଲୋକ ଏବଂ ସ୍ବେଚ୍ଛାସେବକମାନେ ସଦସ୍ୟ ରହିବେ। ସେମାନେ ଘରକୁ ଘର ବୁଲି ଜନସାଧାରଣଙ୍କଠାରୁ ସେମାନଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ତଥ୍ୟ ସଂଗ୍ରହ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ। ସହରାଞ୍ଚଳରେ ବସ୍ତି ଉପରେ କମିଟି ଅଧିକ ଫୋକସ କରିବ। ବଡ଼ବଡ଼ ବସ୍ତିଗୁଡିକରେ କୋଭିଡ୍‌ କେୟାର ହୋମ୍‌ ମଧ୍ୟ ସ୍ଥାପନ କରାଯିବ।
ରାଜ୍ୟ ବାହାରେ ରହୁଥିବା ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଇତିମଧ୍ୟରେ ଓଡ଼ିଶା ଫେରିଛନ୍ତି। ସେମାନଙ୍କ ପାଇଁ ପ୍ରତି ପଞ୍ଚାୟତରେ ଟିଏମ୍‌ସି କରାଯାଇଛି। ସେଠାରେ ସେମାନଙ୍କର ଉପଯୁକ୍ତ ଯତ୍ନ ନିଆଯିବା ସହିତ ପ୍ରୋତ୍ସାହନ ବ୍ୟବସ୍ଥା ମଧ୍ୟ କରାଯାଇଛି। ଟିଏମ୍‌ସି ପରିଚାଳନାରେ ସରପଞ୍ଚମାନଙ୍କ ସହଯୋଗ ଓ ଦାୟିତ୍ୱବୋଧ ପ୍ରଶଂସନୀୟ। ସେମାନଙ୍କ ପରିଶ୍ରମ ଓ ତ୍ୟାଗ ରୋଗକୁ ନିୟନ୍ତ୍ରଣରେ ରଖିବାରେ ବଡ଼ ଭୂମିକା ନେଇଛି। ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri