ପ୍ରତିବନ୍ଧକ ସାଜିଛି ପରିବର୍ତ୍ତିତ ପାଣିପାଗ: କୃଷିକ୍ଷେତ୍ରରେ ନୂଆ ପ୍ରଯୁକ୍ତିବିଦ୍ୟା ଉପଯୋଗ ଉପରେ ଗୁରୁତ୍ୱ ଦିଆଯାଉଛି; ମନ୍ତ୍ରୀ

ଭୁବନେଶ୍ୱର,୮ା୮(ବ୍ୟୁରୋ): ୨୦୨୨ ସୁଦ୍ଧା ରାଜ୍ୟରେ କୃଷକଙ୍କ ଆୟ ଦ୍ୱିଗୁଣିତ କରିବା ଲକ୍ଷରେ ‘ଅନନ୍ୟା’ ଏବଂ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ମିଳିତ ସହଯୋଗରେ ବୁଧବାର କୃଷି ବିଶେଷଜ୍ଞଙ୍କ ଏକ ମତବିନିମୟ କାର୍ଯ୍ୟକ୍ରମ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟ ଅତିଥିଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସେ କହିଲେ, ପାଣିପାଗ ପରିବର୍ତ୍ତନ ପାଇଁ ଚାଷ କାର୍ଯ୍ୟରେ ହେଉଥିବା ସମସ୍ୟାର ସମାଧାନ ଓ ପ୍ରତିବନ୍ଧକକୁ ସାମ୍ନା କରିବାକୁ ନୂଆ ପ୍ରଯୁକ୍ତିବିଦ୍ୟାର ଆବଶ୍ୟକତା ରହିଛି। ରାଜ୍ୟ ସରକାର ଏବେ ଏ ଦିଗରେ ଗୁରୁତ୍ୱାରୋପ କରୁଥିବାବେଳେ କମ୍‌ ଖର୍ଚ୍ଚରେ କିଭଳି ଚାଷୀମାନେ ଅଧିକ ଲାଭବାନ ହୋଇପାରିବେ ତାହାକୁ ପ୍ରାଥମିକତା ଦିଆଯାଉଥିବା ସେ କହିଥିଲେ।
କାର୍ଯ୍ୟକ୍ରମରେ ସଭାପତିତ୍ୱ କରି ଓୟୁଏଟି କୁଳପତି ଡ. ପବନ କୁମାର ଅଗ୍ରଓ୍ବାଲ ଚାଷୀ ଆୟ ଦ୍ୱିଗୁଣିତ କରିବାକୁ ଓୟୁଏଟି ଦ୍ୱାରା ଉଦ୍ଭାବିତ ହୋଇଥିବା ଅତ୍ୟାଧୁନିକ କୃଷି ପ୍ରଯୁକ୍ତିବିଦ୍ୟା ଉପରେ ଆଲୋକପାତ କରିଥିଲେ। ଗ୍ରାମାଞ୍ଚଳର ଯୁବପିଢି ଚାଷକାର୍ଯ୍ୟକୁ ଗୁରୁତ୍ୱର ସହ ନେଇ ଏହାକୁ ଜୀବିକା ଉପାର୍ଜନର ମାଧ୍ୟମ କରିବାକୁ ସେ ପରାମର୍ଶ ଦେଇଥିଲେ। ପୁଣେସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କୋଅପରେଟିଭ୍‌ ମ୍ୟାନେଜମେଣ୍ଟର ନିର୍ଦ୍ଦେଶକ ଡ. କେ.କେ. ତ୍ରିପାଠୀ, ଅନନ୍ୟାର ଉପଦେଷ୍ଟା ଡ. ପି.କେ. ସାହୁ ଏହି ଉଦ୍‌ଘାଟନୀ ଉତ୍ସବରେ ଉପସ୍ଥିତ ଥିଲେ। ଅନନ୍ୟାର କାର୍ଯ୍ୟନିର୍ବାହୀ ସମ୍ପାଦକ ସୁକାନ୍ତ କୁମାର ପାଣିଗ୍ରାହୀ ଧନ୍ୟବାଦ ଦେଇଥିଲେ। ପରେ ବିଭିନ୍ନ ବିଷୟକୁ ନେଇ ଟେକ୍ନିକାଲ ସେସନ୍‌ ଆୟୋଜିତ ହୋଇଥିଲା। ବିଶ୍ୱବିଦ୍ୟାଳୟ ଅଧୀନ ବିଭିନ୍ନ ମହାବିଦ୍ୟାଳୟର ଅଧ୍ୟକ୍ଷ, ନିର୍ଦ୍ଦେଶକ, ଅଧିକାରୀ, କୃଷି ବୈଜ୍ଞାନିକ, ଶିକ୍ଷାବିତ୍‌, ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର ଏବଂ କୃଷକମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

ଟ୍ରମ୍ପଙ୍କୁ ଇରାନର ଭୟଙ୍କର ଚେତାବନୀ: ଯଦି ବନ୍ଦରଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୁଏ, ତା’ହେଲେ…

ଓ୍ବାଶିଂଟନ୍‌,୧୩।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏକ ନୂତନ ଏବଂ ଗମ୍ଭୀର ମୋଡ଼ ନେଇଛି। ଆମେରିକା ଇରାନର ଉପସାଗରୀୟ ବନ୍ଦରଗୁଡ଼ିକର ନୌସେନା ଅବରୋଧ ଘୋଷଣା…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri