ପ୍ରତିଶ୍ରୁତି ପରେ ଅଟକଙ୍କୁ ଛାଡ଼ିଲେ ଚାଷୀ

ଛେଣ୍ଡିପଦା,୨୨ା୧୨(ସ୍ବ.ପ୍ର.) – କାଂଶବାଂଶ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ତଦାରଖ ପାଇଁ ଆସିଥିବା ଅଧିକାରୀମାନଙ୍କୁ ଶୁକ୍ରବାର ଛେଣ୍ଡିପଦା ବ୍ଲକ ବାଲିପଟା ପଞ୍ଚାୟତ ଅଞ୍ଚଳର ଚାଷୀ ଅଟକ ରଖିବା ସହ ପ୍ରକଳ୍ପର କାର୍ଯ୍ୟକାରିତାକୁ ନେଇ ପ୍ରଶ୍ନ ଉଠାଇଥିଲେ। ତେବେ ଅଭିଯୋଗର ତଦନ୍ତ କରାଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ଚାଷୀମାନେ ଅଧିକାରୀମାନଙ୍କୁ ଛାଡ଼ି ଦେଇଥିଲେ। ପ୍ରକାଶ ଯେ, କ୍ଷୁଦ୍ର ଜଳସେଚନ ପ୍ରକଳ୍ପର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗଦୀଶ ଚନ୍ଦ୍ର ନାୟକ, ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ମଙ୍ଗୁଳୁ ଚରଣ ସିଂ, କନିଷ୍ଠ ଯନ୍ତ୍ରୀ ପ୍ରଦ୍ୟୁମ୍ନ ମେହେର ଓ ଭୁବନେଶ୍ୱରରୁ ଆସିଥିବା ଡ୍ୟାମ୍‌ ସେଫଟି ଅଧିକାରୀମାନେ ପ୍ରକଳ୍ପର ବିଭିନ୍ନ କାର୍ଯ୍ୟ ତଦାରଖ କରି ଫେରୁଥିବା ବେଳେ ଚାଷୀମାନେ ସେମାନଙ୍କୁ ଅଟକାଇ ପ୍ରକଳ୍ପର କାର୍ଯ୍ୟକାରିତାକୁ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ। ଉକ୍ତ ପ୍ରକଳ୍ପରେ ତିନି ବର୍ଷ ମଧ୍ୟରେ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇଥିଲେ ମଧ୍ୟ ଜମିକୁ ପାଣି ମାଡିବା ତ ଦୂରର କଥା ପ୍ରକଳ୍ପରେ ଲାଗିଥିବା ଗେଟ୍‌ ଠିକ ନ ଥିବାରୁ ଜଳ ସଂରକ୍ଷଣ ହୋଇପାରୁ ନ ଥିବା ଚାଷୀମାନେ ଅଭିଯୋଗ କରିଥିଲେ। ଖବରପାଇ ଛେଣ୍ଡିପଦା ପୋଲିସ ପହଞ୍ଚି ଚାଷୀମାନଙ୍କୁ ବୁଝାଶୁଝା କରିଥିଲା। ୭ ଦିନ ମଧ୍ୟରେ ଏହାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ପରେ ଅଧିକାରୀମାନଙ୍କୁ ଛାଡି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକରେ ରହିବ ବାର୍‌କୋଡ୍‌

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକୁ କିପରି ତ୍ରୁଟିଶୂନ୍ୟ କରାଯାଇ ପିଲାଙ୍କ ପାଖରେ ପହଞ୍ଚାଯିବ ସେନେଇ ବିକଳ୍ପ ସମ୍ପର୍କରେ ସୋମବାର ଲୋକସେବା ଭବନରେ ଗଣଶିକ୍ଷା…

ହ୍ବାଟ୍‌ସଆପ୍‌ ମୁଖ୍ୟ ହେବେ କୁନାଲ ଶାହା

ନୂଆଦିଲ୍ଲୀ,୨୩ା୬: ଫିନ୍‌ଟେକ୍‌ କମ୍ପାନୀ ସିଆର୍‌ଇଡି(କ୍ରେଡ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ରହିଥିବା କୁନାଲ ଶାହା ତାଙ୍କ ପଦବୀ ଛାଡ଼ି ମେଟାରେ ଯୋଗ ଦେବେ ବୋଲି ସୋମବାର ଘୋଷଣା କରିଛନ୍ତି।…

ସଂଶୋଧନ ହେଲା ୬୪ ସ୍ଥାନର ଇଂଲିଶ ବନାନ, ତାଲିକାରେ…

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଓଡ଼ିଶାର ଯେଉଁ କେତେଗୁଡ଼ିଏ ସ୍ଥାନର ଇଂଲିଶ ବନାନ୍‌ ଭୁଲ୍‌ ଅଛି ତାକୁ ବଦଳାଇବା…

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri