ପ୍ରତିଶ୍ରୁତି ରଖିଲାନି ପ୍ରଶାସନ, ପୁଣି ଆନ୍ଦୋଳନ କରିବେ ଆଉଟ୍‌ସୋର୍ସିଂ କର୍ମଚାରୀ

ବ୍ରହ୍ମପୁର ଅଫିସ୍‌,୨୨ା୬-ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ଆଉଟ୍‌ସୋସିର୍ଂ କର୍ମଚାରୀମାନେ ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛନ୍ତି । ପ୍ରଶାସନ ପୂର୍ବ ପ୍ରତିଶ୍ରୁତି ପୂରଣ କରି ନ ଥିବା ଯୋଗୁ ଏହି ନିଷ୍ପତ୍ତି ନିଆଯାଇଛି। ଗତ ଫେବୃଆରୀ ପ୍ରଥମ ସପ୍ତହାରେ କାର୍ଯ୍ୟରତ ଆଉଟସୋର୍ସିଂ କର୍ମଚାରୀମାନେ ୧୦ ଦଫା ଦାବି ପୂରଣ ପାଇଁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ । ମେଡିକାଲ କର୍ତ୍ତୃପକ୍ଷ, ଉପଜିଲାପାଳ, ସଂଘ କର୍ମକର୍ତ୍ତା ଏବଂ ପେ।ଲିସର ଉପସ୍ଥିତିରେ ଏପ୍ରିଲ ଶେଷ ସୁଦ୍ଧା ଦାବି ପୂରଣ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ଫଳରେ ଆନ୍ଦୋଳନ ପ୍ରତ୍ୟାହାର ହୋଇଥିଲା । କିନ୍ତୁ ଦୀର୍ଘ ୩ ମାସ ଅତିକ୍ରମ ହୋଇଯାଇଛି । ହେଲେ ସ୍ବଳ୍ପ ବେତନ ଭୋଗୀ କର୍ମଚାରୀଙ୍କ ଦାବି ପୂରଣ ହୋଇପାରିନାହିଁ। ଦାବିଗୁଡ଼ିକ ମଧ୍ୟରେ ଆଉଟସେ।ର୍ସିଂ ବ୍ୟବସ୍ଥାକୁ ଉଚ୍ଛେଦ କରିବା, ଶ୍ରମ ବିଭାଗ ନିୟମ ଅନୁଯାୟୀ ପ୍ରତି ମାସରେ ଦରମା ୮୦୭୦ ଟଙ୍କା, ପ୍ରତି ମାସର ୫ ତାରିଖ ମଧ୍ୟରେ ଦରମା ପ୍ରଦାନ, ପୂର୍ବରୁ ବକେୟା ଥିବା ୧୯ ମାସର ବର୍ଦ୍ଧିତ ଦରମା ପ୍ରଦାନ କରିବା, ଟେଣ୍ଡର ପରିବର୍ତ୍ତନ ହେଲେ ମଧ୍ୟ କାର୍ଯ୍ୟରତ ଆଉଟସୋର୍ସିଂ କର୍ମଚାରୀମାନଙ୍କୁ ପୁନଃ ନିଯୁକ୍ତିରେ ପରିବର୍ତ୍ତନ ନ କରିବା, ସମସ୍ତ କର୍ମଚାରୀଙ୍କୁ ଇପିଏଫ, ଇଏସ୍‌ଆଇ ଠିକ୍‌ ଭାବେ ପ୍ରଦାନ କରିବା, ୪ ଦିନ ଛୁଟିର ଦରମା ପ୍ରଦାନ ଏବଂ ସ୍ଥାୟୀ କର୍ମଚାରୀଙ୍କ ଭଳି ସମସ୍ତ ସୁବିଧା ସୁଯେ।ଗ ଯେ।ଗାଇ ଦେବା ଇତ୍ୟାଦି ଦାବି ରହିଥିଲା । ସଂଘର ସାଧାରଣ ପରିଷଦ ବୈଠକ ବରିଷ୍ଠ କର୍ମଚାରୀ ନେତା ସୁରେନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ରାଜ୍ୟ ସରକାରଙ୍କ କର୍ମଚାରୀ ମାରଣ ନୀତିର ତୀବ୍ର ସମାଲେ।ଚନା କରିବା ସହ ସ୍ବାସ୍ଥ୍ୟ ବିଭାଗ ଗ୍ରୁପ ଡି କର୍ମଚାରୀଙ୍କ ପ୍ରତି ସାବତ ମାଆ ଭଳି ବ୍ୟବହାର କରୁଥିବାରୁ କର୍ମଚାରୀ ନେତାମାନେ ଅସନ୍ତେ।ଷ ପ୍ରକାଶ କରିଥିଲେ । ଜୁଲାଇ ୧୦ ତାରିଖ ସୁଦ୍ଧା ଉକ୍ତ ଦାବିଗୁଡ଼ିକ ପୂରଣ ପାଇଁ ପଦକ୍ଷେପ ଗ୍ରହଣ କରା ନ ଗଲେ ପୁଣିଥରେ କାର୍ଯ୍ୟବନ୍ଦ ଆନ୍ଦେ।ଳନ କରାଯିବ ବେ।ଲି ନିଷ୍ପତ୍ତି ନିଆଯାଇଛି । ବୈଠକରେ ସଂଗଠନ ଉପଦେଷ୍ଟା ରବି ରଥ, ରାଜ୍ୟ ସଂଗଠନ ଉପସଭାପତି ସୁକାନ୍ତ ମୁଖି, ଶାଖା ସମ୍ପାଦକ ଲାଲୁ ମୋହନ ବେହେରା, ଚନ୍ଦ୍ରୁ ପାତ୍ର, ରବି ନାରାୟଣ ବେହେରା, କେଶବ ନାୟକ, ଘନ ନାୟକ, ପ୍ରକାଶ ବେହେରା, ରାଜୁ ଚିନ୍ନା, ଆନନ୍ଦ ମିଶ୍ର, ରମେଶ ରାଓ, ଗୌରହରି ମହାପାତ୍ର, ସନାତନ ନାୟକ, ଏଲ.ନିରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅମୂଲ୍ୟଙ୍କ ଦୁଃଖ ଶୁଣିଲେ ଜିଲାପାଳ: ବଢ଼ାଇଲେ ସହାୟତାର ହାତ

ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ଅସହାୟଙ୍କ ପାଖରେ ପହଞ୍ଚିଲା ପ୍ରଶାସନ। ମାନବିକତାର ଏକ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି। ଭଞ୍ଜନଗର ଉପଖଣ୍ଡ ସାନକୋଦଣ୍ଡା…

ଦିଗପହଣ୍ଡି NAC କାର୍ଯ୍ୟାଳୟରେ ପିସିସି ସମ୍ପାଦକଙ୍କୁ ସମ୍ବର୍ଦ୍ଧନା, କହିଲେ…

ଦିଗପହଣ୍ଡି,୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ତଥା ନବନିଯୁକ୍ତ ପିସିସି ସାଧାରଣ ସମ୍ପାଦକ ପ୍ରଫୁଲ୍ଲ ପଣ୍ଡାଙ୍କୁ ସୋମବାର ଅପରାହ୍ନରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ଗଞ୍ଜାମରେ ଜୋନାଲ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା, ଅଂଶଗ୍ରହଣ କରିବେ ୨୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର

ଗଞ୍ଜାମ,୭।୯ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଆରମ୍ଭ ହେବ ଜୋନାଲ ସ୍ତରୀୟ କ୍ରୀଡା ପ୍ରତିଯୋଗିତା । ଏଥିରେ ବ୍ଲକର ଚାରୋଟି…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ଡାକ୍ତର ଅଛନ୍ତି ମାତ୍ର ୧୦…ଛତ୍ରପୁର ହସ୍ପିଟାଲରେ ICU ଓ ଟ୍ରମା କେୟାର ପାଇଁ ଉଠିଲା ଦାବି

ଛତ୍ରପୁର,୬ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ପର୍ଯ୍ୟାପ୍ତ ସଂଖ୍ୟକ…

ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri