‘ପ୍ରତ୍ୟେକ ବ୍ୟକ୍ତି ଚାରାରୋପଣ କରିବା ଦରକାର’

ବାରିପଦା ଅଫିସ, ୧୫ା୨- ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ (ଜଳବାୟୁ ପରିବର୍ତ୍ତନ ସେଲ) ପକ୍ଷରୁ ଜଳବାୟୁ ପରିବତ୍ତର୍ର୍ନ ସମ୍ପର୍କିତ ଆଞ୍ଚଳିକସ୍ତରୀୟ ଦୁଇ ଦିନିଆ ପରାମର୍ଶ କର୍ମଶାଳା ବାରିପଦାଠାରେ ଅନୁଷ୍ଠିତ ହୋଇଯାଇଛି ା କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିିଭାଗ ସହାୟତା ଓଡିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ଜଳବାୟୁ ପରିବର୍ତ୍ତନ ସେଲର ତତ୍ତ୍ୱାବଧାନରେ ସଂକଳ୍ପ ସମ୍ମିଳନୀ ଗୃହଠାରେ ହୋଇଥିବା ଏହି କର୍ମଶାଳାକୁ ବାରିପଦା ଡିଏଫଓ ସ୍ବୟମ୍‌ ମଲ୍ଲିକ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉଦ୍‌ଘାଟନ କରିଥିଲେ। ମୁଖ୍ୟ ଅତିଥି ମଲ୍ଲିକ ଜଳବାୟୁ ପରିବର୍ତ୍ତନ ଯୋଗଁୁ ଜଙ୍ଗଲ ଓ ପରିବେଶ ତଥା ଜୀବଜଗତ ଉପରେ ପଡୁଥିବା ପ୍ରଭାବ ଉପରେ ଆଲୋକପାତ କରିଥିଲେ। ପ୍ରତ୍ୟେକ ବ୍ୟକ୍ତି ପରିବେଶ ସନ୍ତୁଳନ ରକ୍ଷା ଦିଗରେ ଗୁରୁତ୍ୱ ଦେଇ ଜଙ୍ଗଲ ସୁରକ୍ଷା ସହ ବ୍ୟାପକ ଚାରାରୋପଣ କରିବା ପାଇଁ ମତବ୍ୟକ୍ତ କରିଥିଲେ। ବରିଷ୍ଠ ବୈଜ୍ଞାନିକ ଡ.କୃଷ୍ଣଚନ୍ଦ୍ର ପାଲ ସ୍ବାଗତ ଭାଷଣ ଦେବା ସହିତ କର୍ମଶାଳାର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉପନିର୍ଦ୍ଦେଶକ ଡ. ଯଜ୍ଞଦତ୍ତ ପତି, ବନଖଣ୍ଡ ଅଧିକାରୀ (ବନ୍ୟଜନ୍ତୁ) ବାଲେଶ୍ୱର ବିଶ୍ୱରାଜ ପଣ୍ଡା, ରାଇରଙ୍ଗପୁର ବନଖଣ୍ଡ ଅଧିକାରୀ ଅରୁଣ କୁମାର ମିଶ୍ର, କେନ୍ଦ୍ରାପଡା ରାଜନଗର ବନଖଣ୍ଡ ଅଧିକାରୀ ବିକାଶ ରଞ୍ଜନ ଦାସ ଏବଂ ବାରିପଦା ବନଖଣ୍ଡ ଏସିଏଫ ମଗର ଧନଜୀ ରାଉସ ପ୍ରମୁଖ ସମ୍ମାନନୀୟ ଅତିଥିଭାବେ ଯୋଗ ଦେଇଥିଲେ। ଉଦ୍‌ଯାପନୀ ଦିବସରେ ମୟୂରଭଞ୍ଜ ଜିଲା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟକ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ। ପୂର୍ବତନ ଅଧ୍ୟାପକ ଡ. ହରିହର ଦାସ, ଜିଲା ପରିବେଶ ସମିତିର ଉପାଧ୍ୟକ୍ଷ ସନ୍ତୋଷ ମହାନ୍ତି, ସମାଜସେବୀ ଡ. ରମାକାନ୍ତ ମହାନ୍ତ ପ୍ରମୁଖ ସମ୍ମାନନୀୟ ଅତିଥିଭାବେ ଯୋଗ ଦେଇ ଜଳବାୟୁ ପରିବର୍ତ୍ତନ ଜନିତ ଜୀବଜଗତ ପରିବେଶ ଉପରେ ପଡୁଥିବା କୁପ୍ରଭାବର କାରଣ ଓ ଏହାର ପ୍ରତିକାର ବିଷୟରେ ମତ ରଖିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୟୂରଭଞ୍ଜ ଇକୋ କ୍ଲବର ମାଷ୍ଟର ଟ୍ରେନର ଶିକ୍ଷକ ଅଜିତ୍‌ କୁମାର ଜେନା, ଜିଲା ଶିକ୍ଷା ବିଭାଗ ବିଜ୍ଞାନ ନିରୀକ୍ଷକ ଜଗନ୍ନାଥ ସାହୁ ପ୍ରମୁଖ ଏଥିରେ ଯୋଗ ଦେଇ ଥିଲେ। ଏହି ଅବସରରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଓ ଇକୋ କ୍ଲବର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ପରିବେଶ ସନ୍ତୁଳନ ଉପରେ ସାଂସ୍କୃତିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଜଳବାୟୁ ପରିବର୍ତ୍ତନ ସେଲର କନିଷ୍ଠ ବୈଜ୍ଞାନିକ ସୁଜିତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri