ପ୍ରତ୍ୟେକ ମାସରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ): ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା, କ୍ରୀଡ଼ା ଓ ଯୁବସେବା ବିଭାଗ ସଚିବଙ୍କୁ ନେଇ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ସୋମବାର ଅନୁଷ୍ଠିତ ହୋଇଛି। ଲୋକସେବା ଭବନଠାରେ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ବେହେରା ୫‘ଟି’ ଆଧାରରେ ବିଭାଗର ବିଭିନ୍ନ କାର୍ଯ୍ୟର ତଦାରଖ କରିବା ସହିତ ପ୍ରତିମାସରେ କାର୍ଯ୍ୟର ଅଗ୍ରଗତି ନେଇ ଏକ ରିପୋର୍ଟ ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୀକ୍ଷା ବୈଠକେରେ ନୂଆ କ୍ରୀଡ଼ାନୀତି, ଅନ୍‌ଲାଇନ୍‌ ସେବା, ପିଇଟିଙ୍କୁ ତାଲିମ ଏବଂ ଶାରୀରିକ ଶିକ୍ଷାକୁ ବିଦ୍ୟାଳୟ ପାଠ୍ୟକ୍ରମରେ ବାଧ୍ୟତାମୂଳକ ବିଷୟଭାବେ ସାମିଲ କରିବା ଉପରେ ଆଲୋଚନା ହୋଇଛି । ଏହାସହିତ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ ଶିକ୍ଷାଦାନ ନୂଆ ବିଲ୍ଡିଂରେ ଆରମ୍ଭ ହୋଇଥିବା ଏବଂ ଭୁବନେଶ୍ବର, ରାଉରକେଲା, ସମ୍ବଲପୁର, ବ୍ରହ୍ମପୁର ଏବଂ ଜୟପୁରରେ କ୍ରୀଡ଼ା ବିଦ୍ୟାଳୟ ହେବ। ଏଥିରୁ ସମ୍ବଲପୁର, ବ୍ରହ୍ମପୁର ଏବଂ ଜୟପୁରର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ସାରିଥିବାବେଳେ ରାଉରକେଲାରେ ସ୍ଥାନ ଚିହ୍ନଟ ପ୍ରକ୍ରିୟା ଦ୍ରୁତଗତିରେ ଆଗେଇ ଚାଲିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଳିଙ୍ଗ ଇଣ୍ଟରନ୍ୟାଶନାଲ୍‌ର ସ୍ପୋର୍ଟସ୍‌ ସିଟି ନିର୍ମାଣ, କଳିଙ୍ଗ ସ୍ପୋର୍ଟସ୍‌ ହବ୍‌, ଆଞ୍ଚଳିକ ଓ ଜିଲା ସ୍ପୋର୍ଟସ୍‌ କମ୍ପ୍ଲେକ୍ସ ନିର୍ମାଣ ଏବଂ ସୁନ୍ଦରଗଡ଼ରେ ଆଷ୍ଟ୍ରୋ ଟର୍ଫ କାର୍ଯ୍ୟ ଦ୍ରୁତ ଅଗ୍ରଗତିର ସହ ଚାଲିଛି । ସେହିପରି ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗର ସମୀକ୍ଷା ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଓ୍ବେବ୍‌ ପୋର୍ଟାଲ୍‌ଗୁଡ଼ିକୁ ସୁରକ୍ଷା ଏବଂ ସମାନତା ଦୃଷ୍ଟିକୋଣରୁ ଏହାର ଆଧୁନିକୀକରଣ, ମୋ ସରକାର ଯୋଗାଯୋଗ ସେଣ୍ଟର, ବିଜୁ ଯୁବ ସଶକ୍ତୀକରଣ ଯୋଜନାର ଯୁକ୍ତ ୨ରୁ ଉତ୍ତୀର୍ଣ୍ଣ ମେଧାବୀ ଛାତ୍ରୀଛାତ୍ରଙ୍କ ଲାଗି ୧୫ହଜାର ଲ୍ୟାପ୍‌ଟପ୍‌ କ୍ରୟ ଉପରେ ମନ୍ତ୍ରୀ ସମୀକ୍ଷା କରିଛନ୍ତି ା ଏହାସହିତ ଓକାକ୍‌ଠାରେ ନୂଆ ଡାଟା ସେଣ୍ଟର, ଆଇଟି କମ୍ପାନୀଗୁଡ଼ିକୁ ଆକୃଷ୍ଟ କରିବା ଏବଂ ନୂଆ ନିଯୁକ୍ତି ସୁଯୋଗ ପାଇଁ ଆଇଟିସି ପଲିସିରେ ପରିବର୍ତ୍ତନ ଆଦି ୧୮ଗୋଟି ଗୁରୁତ୍ବପୂର୍ଣ୍ଣ ବିଷୟ ଉପରେ ବୈଠକରେ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri