Posted inଖେଳ

ପ୍ରଥମ ଟେଷ୍ଟ: ଇଂଲଣ୍ଡର ଟାର୍ଗେଟ ୩୭୬

ସେଞ୍ଚୁରିଆନ,୨୯।୧୨(ଏଏଫ୍‌ପି)- ଦକ୍ଷିଣ ଆଫ୍ରିକା ଓ ଭ୍ରମଣକାରୀ ଇଂଲଣ୍ଡ ମଧ୍ୟରେ ଏଠାରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ ରୋମାଞ୍ଚକ ମୋଡରେ ପହଞ୍ଚିଛି। ପ୍ରଥମ ଇନିଂସରେ ୧୦୩ ରନର ଅଗ୍ରଣୀ ହାସଲ କରିଥିବା ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସରେ ୬୧.୪ ଓଭରରେ ୨୭୨ ରନକରି ଅଲଆଉଟ ହୋଇଥିଲା। ଫଳରେ ଇଂଲଣ୍ଡ ସମ୍ମୁଖରେ ୩୭୬ ରନର ଟାର୍ଗଟ ଧାର୍ଯ୍ୟ ହୋଇଛି। ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଇଂଲଣ୍ଡ ଶନିବାର ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୪୧ ଓଭରରେ ଗୋଟିଏ ଉଇକେଟ ହରାଇ ୧୨୧ ରନ ସଂଗ୍ରହ କରିଛି। ମ୍ୟାଚ୍‌ ଆଉ ୨ ଦିନ ବାକିଥିବା ବେଳେ ଇଂଲଣ୍ଡ ୯ ଉଇକେଟ ହାତରେ ରଖି ବିଜୟ ପାଇଁ ଆଉ ୨୫୫ ରନ ଆବଶ୍ୟକ କରୁଛି। ଷ୍ଟମ୍ପ ଅପସାରଣ ବେଳକୁ ଓପନର ଜୋ ବନର୍‌ସ ୭୭ ଓ ଜୋ ଡେନଲି ୧୦ ରନକରି ଅପରାଜିତ ରହିଛନ୍ତି। ଏକମାତ୍ର ଆଉଟ ହୋଇଥିବା ବ୍ୟାଟ୍ସମ୍ୟାନ ଡମ୍‌ ସିବ୍‌ଲି ୨୯ ରନ କରି କେଶବ ମହରାଜଙ୍କ ଦ୍ୱାରା କଟ୍‌ ଆଣ୍ଡ ବୋଲ୍ଡ ହୋଇଛନ୍ତି।
ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୭୨/୪ରୁ ଖେଳ ଆରମ୍ଭ କରି ଦକ୍ଷିଣ ଆଫ୍ରିକା ଶନିବାର ଅଲଆଉଟ ହୋଇଥିଲା। ଦଳ ତରଫରୁ ରାସି ଭାନ ଡେର ଡୁସେନ ସର୍ବାଧିକ ୫୧, ଭର୍ନନ ଫିଲାଣ୍ଡର ୪୬, ଅନରିଜ ନୋର୍ଜ ୪୦, ଉଇକେଟ କିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡିକକ୍‌ ୩୪ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ଜୋଫ୍ରା ଆର୍ଚର ସର୍ବାଧିକ ୫, ବେନ୍‌ ଷ୍ଟୋକ୍ସ ୨, ଜେମ୍ସ ଆଣ୍ଡରସନ, ଷ୍ଟୁଆର୍ଟ ବ୍ରଡ ଓ ସାମ କୁରାନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ପୂର୍ବରୁ ଟସ୍‌ ହାରି ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୨୮୪ ରନ ସଂଗ୍ରହ କରିଥିଲା। ଜବାବରେ ଇଂଲଣ୍ଡ ୧୮୧ ରନ କରି ଅଲଆଉଟ ହେବା ସହ ୧୦୩ ରନ ପଛରେ ପଡିଥିଲା।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ- ୨୮୪।
ଇଂଲଣ୍ଡ ପ୍ରଥମ ଇନିଂସ- ୧୮୧।
ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସ-୨୭୨।
ଇଂଲଣ୍ଡ ଦ୍ୱିତୀୟ ଇନିଂସ- ୪୧ ୧୨୧/୧
(ବନର୍‌ସ- ୭୭ *, ଡେନଲି- ୧୦*, ସିବ୍‌ଲି- ୨୯, ମହରାଜ- ୧/୧୬)।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri