Posted inଖେଳ

ପ୍ରଥମ ଟେଷ୍ଟ: ପଲ୍‌ଙ୍କ ସ୍ଥାନରେ କୁମିନ୍ସ

ନର୍ଥ ସାଉଣ୍ଡ୍‌ (ଆଣ୍ଟିଗୁଆ), ୨୨।୮- ସ୍ଥାନୀୟ ସାର୍‌ ଭିଭିଆନ୍‌ ରିଚାଡର୍‌ସ ଷ୍ଟାଡିୟମରେ ଗୁରୁବାରଠାରୁ ଭ୍ରମଣକାରୀ ଭାରତ ବିପକ୍ଷରେ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟ ପୂର୍ବରୁ ଘରୋଇ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ୍‌ ଦଳକୁ ଧକ୍କା ଲାଗିଛି। ଦଳର ଯୁବ ଅଲ୍‌ରାଉଣ୍ଡର କେମୋ ପଲ୍‌ ଆଘାତଜନିତ ସମସ୍ୟା ଲାଗି ସିରିଜର ଏହି ପ୍ରଥମ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ଗୋଇଠିରେ ଆଘାତ କାରଣରୁ ପଲ୍‌ଙ୍କ ସ୍ଥାନରେ ଦ୍ରୁତ ବୋଲର ମିଗୁଏଲ୍‌ କୁମିନ୍ସଙ୍କୁ ଶେଷ ମୁହୂର୍ତ୍ତରେ ଦଳରେ ସାମିଲ କରାଯାଇଛି ବୋଲି କ୍ରିକେଟ୍‌ ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ କୁହାଯାଇଛି। ୨୧ ବର୍ଷୀୟ କେମୋ ପଲ୍‌ ଚଳିତ ବର୍ଷ ପ୍ରାରମ୍ଭରେ ଇଂଲଣ୍ଡ ବିପକ୍ଷରେ ଖେଳି ଟେଷ୍ଟ କ୍ୟାରିୟର ଆରମ୍ଭ କରିଥିଲେ। ବର୍ତ୍ତମାନ ସୁଦ୍ଧା ସେ ୩ ଟେଷ୍ଟ ମ୍ୟାଚ୍‌ରୁ ୯୬ ରନ ଓ ୬ଟି ଉଇକେଟ୍‌ ଅକ୍ତିଆର କରିଛନ୍ତି। ନିକଟରେ ଭାରତ ବିପକ୍ଷ ଟି୨୦ ସିରିଜରେ ସେ ସମସ୍ତ ୩ଟି ଯାକ ମ୍ୟାଚ୍‌ ଖେଳିଥିଲେ। ଡାହାଣହାତୀ ଦ୍ରୁତ ବୋଲର କୁମିନ୍ସ ୧୩ ଟେଷ୍ଟ ଖେଳି ୨୭ ଉଇକେଟ୍‌ ଅକ୍ତିଆର କରିଛନ୍ତି। କୁମିନ୍ସ ୨୦୧୬ରେ ଭାରତ ବିପକ୍ଷରେ ଖେଳି ଟେଷ୍ଟ କ୍ୟାରିୟର ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

୨୦୨୬ ଟି-୨୦ ବିଶ୍ୱକପ ଭାରତୀୟ ଦଳ: ଏହି ୫ ଖେଳାଳି ଦଳରୁ ପଡିପାରନ୍ତି ବାଦ୍‌, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧୯।୧୨: ୨୦୨୫ ବର୍ଷ ଶେଷ ହେବା ସହିତ, ୨୦୨୬ ଟି୨୦ ବିଶ୍ୱକପ ପାଇଁ ଅପେକ୍ଷା ମଧ୍ୟ କମ ହେବାରେ ଲାଗିଛି। ଆସନ୍ତା ବର୍ଷ ଟି୨୦ ବିଶ୍ୱକପ...

IPL ୨୦୨୬ ନିଲାମ ପରେ ହଠାତ୍‌ ଅଧିନାୟକ ହେଲେ ଭେଙ୍କଟେଶ ଆୟର, ଏହି ଖେଳାଳିଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୧୯।୧୨: IPL ୨୦୨୬ ନିଲାମର କିଛି ଦିନ ପରେ, ଭେଙ୍କଟେଶ ଆୟର ଅଧିନାୟକ ହୋଇଛନ୍ତି। ଏହା ଦେଖାଯାଉଛି ଯେ IPL ୨୦୨୫ ସିଜିନ ଖରାପ ରହିବା...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

୮.୬ କୋଟି ମିଳିବା ପରେ ବଦଳିଗଲା ମନ? IPL ୨୦୨୬ ପାଇଁ ୟୁଟର୍ନ ନେବେ ଜୋଶ ଇଂଲିଶ!

ନୂଆଦିଲ୍ଲୀ,୧୯।୧୨: ଅଷ୍ଟ୍ରେଲିୟ ଉଇକେଟ୍‌କିପର-ବ୍ୟାଟସମ୍ୟାନ ଜୋଶ ଇଂଲିଶଙ୍କୁ ନେଇ IPL ୨୦୨୬ ନିଲାମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପଞ୍ଜାବ କିଙ୍ଗସ ଦ୍ୱାରା ମୁକ୍ତ ହେବା ପରେ, ଏହା...

ଖେଳ ଜଗତରେ ଶୋକର ଛାୟା: ବିମାନ ଦୁର୍ଘଟଣାରେ ଚାଲିଗଲା ଏହି ଖେଳାଳିଙ୍କ ଜୀବନ, ସ୍ତ୍ରୀ ପିଲା ବି…

ନୂଆଦିଲ୍ଲୀ,୧୯।୧୨: ରେସିଂ ଜଗତରୁ ଏକ ଦୁଃଖଦ ଖବର ଆସିଛି। ଉତ୍ତର କାରୋଲିନାର ଷ୍ଟେଟସଭିଲ ଆଞ୍ଚଳିକ ବିମାନବନ୍ଦର ନିକଟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ...

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri