Posted inଖେଳ

ପ୍ରଥମ ଦିନିକିଆରେ ଭାରତ-ଏ’କୁ ଜିତାଇଲେ ଋତୁରାଜ

ବେଲାଗାଭି (କର୍ନାଟକ), ୭।୬(ପି.ଟି.)- ଋତୁରାଜ ଗାଏକଓ୍ବାଡଙ୍କ ମାରାଥନ ଅପରାଜିତ ଶତକୀୟ ଇନିଂସ ବଳରେ ଭାରତ-ଏ ଗୁରୁବାର ଏଠାରେ ଅନୁଷ୍ଠିତ ପ୍ରଥମ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌ରେ ଶ୍ରୀଲଙ୍କା-ଏ’କୁ ୪୮ ରନରେ ପରାସ୍ତ କରିଛି। ଏହି ବିଜୟ ସହ ଇଶାନ କିସାନଙ୍କ ନେତୃତ୍ୱାଧୀନ ଭାରତ-ଏ ୫ ମ୍ୟାଚ୍‌ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ଲାଭ କରିଛି। ସିରିଜର ୨ୟ ମ୍ୟାଚ୍‌ ଶନିବାର ଏଠାରେ ଖେଳାଯିବ। ଭାରତ ଗସ୍ତରେ ଆସିଥିବା ଶ୍ରୀଲଙ୍କା-ଏ ପୂର୍ବରୁ ୨ ମ୍ୟାଚ୍‌ବିଶିଷ୍ଟ ଅନ୍‌ଅଫିସିଆଲ ଟେଷ୍ଟ ସିରିଜକୁ ୨-୦ରେ ହାରିଥିଲା।
ଯୋଗୁ ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌କୁ ୪୨ ଓଭରବିଶିଷ୍ଟ କରାଯାଇଥିଲା। ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଭାରତ-ଏ ଡାହାଣହାତୀ ଓପନର୍‌ ଗାଏକ୍ୱାଡଙ୍କ ଅପରାଜିତ ୧୮୭ ରନ (୧୩୬ ବଲ୍‌, ୨୬ ଚୌକା, ୨ ଛକା) ବଳରେ ନିର୍ଦ୍ଧାରିତ ଓଭରରେ ୪ ଉଇକେଟ୍‌ ହରାଇ ୩୧୭ ରନ କରିଥିଲା। ଅନ୍ୟମାନଙ୍କ ମଧ୍ୟରେ ଅନ୍‌ମୋଲପ୍ରୀତ୍‌ ସିଂ ୬୫ ଓ ଅଧିନାୟକ ଇଶାନ ୪୫ ରନ୍‌ କରିଥିଲେ। ଶ୍ରୀଲଙ୍କା-ଏ ପକ୍ଷରୁ ଲାହିରୁ କୁମାରଙ୍କୁ ୩ଟି ଉଇକେଟ୍‌ ମିଳିଥିଲା। ଜବାବରେ ଶ୍ରୀଲଙ୍କା-ଏ ଶେହାନ ଜୟସୁରିୟା (୧୦୮ ରନ)ଙ୍କ ଅପରାଜିତ ଶତକ ସତ୍ତ୍ୱେ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ୍‌ ହରାଇ ୨୬୯ ରନ କରିବାକୁ ସକ୍ଷମ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଦସୁନ ଶନକା ୪୪, ଇଶାନ ଜୟରତ୍ନେ ୨୦*, ଅଧିନାୟକ ଅଶନ ପ୍ରିୟଞ୍ଜନ ୨୯ ଓ ନିରୋଶାନ ଡିକ୍‌ଓ୍ବେଲା ୧୯ ରନ କରିଥିଲେ। ଭାରତ ପକ୍ଷରୁ ମୟଙ୍କ ମାର୍କଣ୍ଡେ ସର୍ବାଧିକ ୨ଟି ଉଇକେଟ୍‌ ନେଇଥିଲେ। ଶତକୀୟ ଇନିଂସ ଲାଗି ରୁତୁରାଜଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri