Posted inଖେଳ

ପ୍ରଥମ ବଲ୍‌ରେ ଉଇକେଟ୍‌ ନେଇଥିଲେ ଏହି ୫ ବୋଲ୍‌ର

ବିଶ୍ୱ କ୍ରିକେଟରେ କିଛି ବୋଲର ଅଛନ୍ତି ଯେଉଁମାନେ ନିଜ କ୍ୟାରିୟରର ପ୍ରଥମ ବଲରେ ଉଇକେଟ ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।

ଇଞ୍ଜାମାନ ଉଲ୍‌-ହକ୍‌
ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଇଞ୍ଜାମାମ ଉଲ୍‌ ହକ ଦଳ ପାଇଁ ୧୨୦ଟି ଟେଷ୍ଟ ଖେଳି ୮୮୩୦ ରନ୍‌ କରିଛନ୍ତି। ସେହିପରି ୩୭୮ଟି ଏକଦିବସୀୟ ମ୍ୟାଚ୍‌ରେ ୧୧୭୩୯ ରନ କରିଛନ୍ତି। କିନ୍ତୁ ଜାଣନ୍ତି କି ଆବଶ୍ୟକ ପଡିଲେ ସେ ବୋଲିଂ ମଧ୍ୟ କରିଥାନ୍ତି। ସେ ଅନ୍ତର୍ଜାତୀୟ ମ୍ୟାଚର ପ୍ରଥମ ବଲ୍‌ରେ ଓ୍ବେଷ୍ଟଇଣ୍ଡିଜର ପ୍ରସିଦ୍ଧ ଖେଳାଳି ବ୍ରାଏନ ଲାରାଙ୍କୁ ଆଉଟ୍‌ କରିଥିଲେ।

ଭୁବନେଶ୍ୱର କୁମାର
ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଭୁବନେଶ୍ୱର କୁମାର ମଧ୍ୟ ଏହି ତାଲିକାରେ ସାମିଲ ହୋଇଛନ୍ତି। ଡିସେମ୍ବର ୩୦ ୨୦୧୨ର ଚେନ୍ନାଇରେ ପାକିସ୍ତାନ ବିପକ୍ଷରେ ପ୍ରଥମ ଏକଦିବସୀୟ ମ୍ୟାଚ୍‌ ଖେଳିଥିଲେ। ଏହି ମ୍ୟାଚ୍‌ରେ ଭୁବନେଶ୍ୱର ମହମ୍ମଦ ହାଫିଜଙ୍କୁ ଆଉଟ୍‌ କରିଛନ୍ତି।

କିମୋ ପଲ୍‌
ଓ୍ବେଷଷ୍ଟଇଣ୍ଡିଜ କ୍ରିକେଟ ଦଳର ଅଲରାଉଣ୍ଡର କିମୋ ପଲ୍‌ ଆଫଗାନିସ୍ତାନ ବିପକ୍ଷରେ ମାର୍ଚ୍ଚ ୧୫, ୨୦୧୮ରେ ଏକଦିବସୀୟ ମ୍ୟାଚ୍‌ରେ ଡେବ୍ୟୁ କରିଥିଲେ। ଏହି ମ୍ୟାଚ୍‌ର ଦ୍ୱିତୀୟ ଓଭର ବୋଲିଂ କରି ପ୍ରଥମ ବଲ୍‌ରେ ଉଇକେଟ ନେଇଥିଲେ।

କ୍ଲାଇବ୍‌ ଲଏଡ
ୱେଷ୍ଟଇଣ୍ଡିଜ କ୍ରିକେଟ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ କ୍ଲାଇବ୍‌ ଲଏଡ୍‌ ମଧ୍ୟ ଏହି ତାଲିକାରେ ସ୍ଥାନ ପାଇଛନ୍ତି। ଦି ଓଭାଲରେ ଗ୍ରାଉଣ୍ଡରେ ଇଂଲଣ୍ଡ ବିପକ୍ଷରେ ଡେବ୍ୟୁ ମ୍ୟାଚ ଖେଳିଥିଲେ। ଏହି ମ୍ୟାଚର ପ୍ରଥମ ବଲରେ ସେ ଗୋଟିଏ ଉଇକେଟ ନେଇଥିଲେ।

କେଭିନ ଓବ୍ରାଇନ୍‌
ଆୟାରଲାଣ୍ଡ କ୍ରିକେଟ ଦଳର ଅଲରାଉଣ୍ଡର କେଭିନ୍‌ ଓବ୍ରାଇନ୍‌ ନିଜ ପ୍ରଥମ ଏକଦିବସୀୟ ବଲ୍‌ରେ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri