Posted inଖେଳ

ପ୍ରଥମ ମହିଳା ଟି୨୦: ଭାରତ ୧୧ ରନରେ ବିଜୟୀ

ସୁରଟ,୨୫।୯(ପି.ଟି.)- ସ୍ଥାନୀୟ ଲାଲାଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚରେ ଭାରତୀୟ ମହିଳା ଦଳ ୧୧ ରନରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଟସ୍‌ ଜିତି ଦକ୍ଷିଣ ଆଫ୍ରିକା ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଭାରତ ୮ ଉଇକେଟ ହରାଇ ୧୩୦ ରନ ସଂଗ୍ରହ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ୧୯.୫ ଓଭରରେ ୧୧୯ ରନ କରି ଅଲଆଉଟ ହେବା ସହ ପରାସ୍ତ ହୋଇଥିଲା। ଏଥିସହିତ ଭାରତ ୫ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି।
ଦକ୍ଷିଣ ଆଫ୍ରିକା ତରଫରୁ ମିଗନୋନ ଡୁ ପ୍ରିଜ୍‌ ୪୩ ବଲରୁ ୪ ଚୌକା ଓ ୩ ଛକା ସହ ୫୯ ରନର ଅର୍ଦ୍ଧଶଶତକୀୟ ପାଳି ଖେଳି ଏକା ଲଢ଼େଇ କରିଥିଲେ। ସେ ରାଧା ଯାଦବଙ୍କ ବଲ୍‌ରେ ଷ୍ଟମ୍ପ ଆଉଟ ହେବା ପରେ ଦଳର ବିଜୟ ଆଶା ମଉଲିଥିଲା। ଅନ୍ୟମାନଙ୍କ ମଧ୍ୟରେ ଓପନର ଲିଜେଲି ଲି ୧୬ ଓ ଲଉରା ଉଲଭାରଟ ୧୪ ରନକରି ଆଉଟ ହୋଇଥିଲେ। ଅନ୍ୟମାନେ ଦୁଇ ଅଙ୍କ ଛୁଇଁପାରି ନ ଥିଲେ। ବୋଲିଂରେ ଭାରତ ପାଇଁ ଦିପ୍ତୀ ଶର୍ମା ୩, ଶିଖା ପାଣ୍ଡେ, ପୁନମ ଯାଦବ ଓ ରାଧା ଯାଦବ ୨ଟି ଲେଖାଏ, ହରମନପ୍ରୀତ କୌର ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ପୂର୍ବରୂ ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଭାରତର ମିଡଲ ଅର୍ଡର ଭଲ ଆରମ୍ଭ କରିଥିଲେ ମଧ୍ୟ ଏହାର ଫାଇଦା ଉଠାଇପାରି ନ ଥିଲେ। ଫଳରେ ଦଳ ୧୩୦ ରନରେ ସୀମିତ ରହିଥିଲା। ବିନା ସ୍କୋରରେ ପଦାର୍ପଣ କରିଥିବା ଓପନର ଶେଫାଳୀ ବର୍ମାଙ୍କୁ ହରାଇ ଭାରତ ପ୍ରାରମ୍ଭିକ ଝଟକା ଖାଇଥିଲା। ଶେଫାଳୀ ବିନା ସ୍କୋରରେ ପ୍ୟାଭିଲିୟନ ଫେରିଥିଲେ। ଦଳ ତରଫରୁ ଅଧିନାୟିକା ହରମନପ୍ରୀତ କୌର ୩୪ ବଲରୁ ୩ ଚୌକା ଓ ୨ ଛକା ସହ ସର୍ବାଧିକ ୪୩ ରନ ସଂଗ୍ରହ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସ୍ମୃତି ମନ୍ଧାନା ୧୬ଟି ବଲ ଖେଳି ୪ ଚୌକା ସହ ୨୧, ଜେମିମା ରୋଡ୍ରିଗ୍ବେଜ ୨୫ ବଲରୁ ୧୯, ଦୀପ୍ତି ଶର୍ମା ୧୬ ବଲରୁ ୧୬, ବେଦା କ୍ରିଷ୍ଣମୂର୍ତ୍ତୀ ୧୧ ବଲରୁ ୧୦ ରନ କରି ଆଉଟ ହୋଇଥିବା ବେଳେ ଉଇକେଟକିପର ବ୍ୟାଟ୍ସ ଓମେନ ତାନିଆ ଭାଟିଆ ୧୧ ରନ କରି ଅପରାଜିତ ରହିଥିଲେ। ପୂଜା ବସ୍ତ୍ରକାର ୧, ରଧା ଯାଦବ ୧ ରନ କରି ଆଉଟ ହୋଇଥିବା ବେଳେ ଶିଖା ପାଣ୍ଡେ ୩ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ ଶବନିମ ଇସ୍‌ମାଇଲ ସର୍ବାଧିକ ୩, ନାଡିନ ଡି କ୍ଲର୍କ ୨, ଟୁମି ସେଖୁଖୁନ ଓ ନୋଣ୍ଡୁମିଶୋ ଶାଙ୍ଗାସ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଭାରତ ୨୦ ଓଭରରେ ୧୩୦/୮ (ହରମନପ୍ରୀତ- ୪୩, ମନ୍ଧାନା- ୨୧, ରୋଡ୍ରିଗୁଏଜ୍‌- ୧୯, ଦୀପ୍ତି- ୧୬, ଇସ୍‌ମାଇଲ- ୩/ ୨୬, କ୍ଲେର୍କ- ୨/୧୦)।
ଦକ୍ଷିଣ ଆଫ୍ରିକା ୧୯.୫ ଓଭରେ ୧୧୯ ଆଉଟ୍‌ (ପ୍ରିଜ୍‌- ୫୯, ଲି- ୧୬, ଉଲଭାରଟ- ୧୪, ଦୀପ୍ତି- ୩/୮, ପାଣ୍ଡେ- ୨/୧୮, ପୁନମ- ୨/୨୫, ରାଧା- ୨/୨୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

ପବନ ଖେରାଙ୍କୁ ବଡ଼ ଝଟ୍‌କା: ଆଗୁଆ ଜାମିନ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: କଂଗ୍ରେସ ନେତା ପବନ ଖେରାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ତେଲଙ୍ଗାନା ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ ପ୍ରଦାନ ଆଦେଶ ଉପରେ ସ୍ଥଗିତାଦେଶ ଲଗାଇଛନ୍ତି। କୋର୍ଟ…

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ବଡ଼ ରେକର୍ଡ କଲେ ସମ୍ରାଟ ଚୌଧୁରୀ: ପ୍ରଥମଥର ବିହାରରେ…

ପାଟନା,୧୫।୪: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ତାରାପୁର ବିଧାୟକ ସମ୍ରାଟ ଚୌଧୁରୀ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri