ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ସ୍କୁଲରେ ତାଲା, ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ

ବାଲେଶ୍ୱର ଅଫିସ,୧୩-୯:ବାଲେଶ୍ୱର ସହର ମଠସାହି ମହାବୀର ନୋଡ଼ାଲ ଉ.ପ୍ରା. ବିଦ୍ୟାଳୟରେ ଜଣେ ପ୍ରଥମଶ୍ରେଣୀ ଛାତ୍ର ଶୌଚାଳୟ ଯାଇଥିବା ବେଳେ ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀ ଠିକ୍‌ ଭାବେ ଯାଞ୍ଚ ନ କରି ସ୍କୁଲ ବନ୍ଦ କରି ପଳାଇଯିବା ଘଟଣା ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପାଇଛି। ପରେ ଛାତ୍ରଜଣକ ବିଦ୍ୟାଳୟ ଫାଟକ ନିକଟକୁ ଆସି ଜୋରରେ କାନ୍ଦିବାରୁ ତାଙ୍କୁ ୧ ଘଣ୍ଟା ପରେ ଉଦ୍ଧାର କରାଯାଇଥିଲା। ଏହି ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜିଲା ଶିକ୍ଷାଧିକାରୀ(ଡିଇଓ) ପ୍ରମୋଦ କୁମାର ଷଡ଼ଙ୍ଗୀଙ୍କୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିଲା। ଡିଇଓଙ୍କ ତତ୍ତ୍ୱାବଧାନରେ ସଦର ବ୍ଲକ ଶିକ୍ଷାଧିକାରୀ କବିତାରାଣୀ ଜେନା, ସହ ଶିକ୍ଷାଧିକାରୀ ବିକର୍ତ୍ତନ ନାୟକ ଓ ସିଆର୍‌ସିସି ସଙ୍ଗୀତା ରଥ ମିଳିତ ତଦନ୍ତ କରି ରିପୋର୍ଟ ଦେଇଥିଲେ। ଏହାକୁ ଭିତ୍ତି କରି ଜିଲା ଶିକ୍ଷାଧିକାରୀ ଷଡ଼ଙ୍ଗୀ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଶାନ୍ତି ପ୍ରତିମା ମହାପାତ୍ରଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଏହାସହ ଅନ୍ୟ ଶିକ୍ଷକ ଓ କର୍ମଚାରୀମାନଙ୍କୁ ଏଭଳି ଘଟଣା ପୁନର୍ବାର ଯେପରି ନ ଘଟେ ସେଥିପ୍ରତି ସଜାଗ ରହିବାକୁ ସତର୍କ କରାଇଛନ୍ତି।
ବୁଧବାର ସ୍କୁଲ ଛୁଟି ହେବାର କିଛି ସମୟ ପୂର୍ବରୁ ଛାତ୍ର ଜଣକ ଶୌଚାଳୟ ଯାଇଥିଲେ। ସମସ୍ତ ଛାତ୍ରୀଛାତ୍ର ପଳାଇବା ପରେ କ୍ଲାସରୁମ୍‌ରେ ଉକ୍ତ ଛାତ୍ରଙ୍କ ସ୍କୁଲ ବ୍ୟାଗ୍‌ ଥିଲେ ମଧ୍ୟ ଚତୁର୍ଥ ଶ୍ରେଣୀ କର୍ମଚାରୀ ଠିକ୍‌ ଭାବେ ନ ଦେଖି ଶ୍ରେଣୀଗୃହରେ ତାଲ ପକାଇ ଦେଇଥିଲେ। ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଯିବା ପରେ କର୍ମଚାରୀଜଣକ ସ୍କୁଲ ଫାଟକରେ ମଧ୍ୟ ତାଲା ପକାଇ ପଳାଇ ଯାଇଥିଲେ। ଛାତ୍ରଜଣକ ଶୌଚାଳୟରୁ ବାହାରି ସବୁଆଡ଼େ ତାଲା ପଡ଼ିଥିବା ଦେଖି କାନ୍ଦିବା ଆରମ୍ଭ କରିଥିଲେ। ପ୍ରାୟ ଘଣ୍ଟାଏ ପରେ ସ୍ଥାନୀୟ ଲୋକେ ଏହା ଜାଣିବା ପରେ ଚତୁର୍ଥଶ୍ରେଣୀ କର୍ମଚାରୀଙ୍କୁ ଖବର ଦେଇଥିଲେ। ଉକ୍ତ କର୍ମଚାରୀ ପହଞ୍ଚି ଛାତ୍ରଙ୍କୁ ଉଦ୍ଧାର କରିଥିଲେ। ଛାତ୍ରଙ୍କ କହିବାନୁସାରେ ସେ ଶିକ୍ଷୟିତ୍ରୀଙ୍କୁ କହି ଶୌଚାଳୟ ଯାଇଥିଲେ। ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କର ଦାୟିତ୍ୱହୀନତାକୁ ଅଭିଭାବକମାନେ ନିନ୍ଦା କରିଛନ୍ତି। ଅନ୍ୟପକ୍ଷରେ ଘଟଣା ସମ୍ପର୍କରେ ଅଭିଭାବକମାନେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ପଚାରିବାରୁ ତାଙ୍କର କିଛି ଭୁଲ୍‌ ନ ଥିଲା ବୋଲି ପ୍ରକାଶ କରିଛନ୍ତି।
ଏ ସମ୍ପର୍କରେ ତଦନ୍ତକାରୀ ଅଧିକାରୀ ସଦର ବ୍ଲକ ଶିକ୍ଷାଧିକାରିଣୀ କବିତା ରାଣୀ ଜେନା କହିଛନ୍ତି, ଜିଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶରେ ୩ଜଣିଆ ଟିମ୍‌ ବିଦ୍ୟାଳୟରେ ପହଞ୍ଚତ୍ ତଦନ୍ତ କରିଥିଲା। ଏହାର ରିପୋର୍ଟ ଜିଲା ଶିକ୍ଷାଧିକାରୀଙ୍କୁ ପ୍ରଦାନ କରାଯାଇଛି। ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀ କହିଛନ୍ତି, ଏଭଳି ଅଭାବନୀୟ ଘଟଣା ପାଇଁ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀଙ୍କୁ ଦାୟୀ କରାଯାଇ ତାଙ୍କୁ ନିଲମ୍ବିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?